ଜନଗହଳିପୂର୍ଣ୍ଣ ଛକ ପରିଦର୍ଶନ କଲେ ଟ୍ରାଫିକ ଡିଏସ୍‌ପି : ଭୁଲ ରାସ୍ତାରେ ଗଲେ, ବାଇକ୍‌ରେ ୩ ଜଣ ବସିଲେ କାର୍ଯ୍ୟାନୁଷ୍ଠାନ

ବ୍ରହ୍ମପୁର ଅଫିସ,୧୪ା୧୧-ବ୍ରହ୍ମପୁର ସହରର ଟ୍ରାଫିକ ବ୍ୟବସ୍ଥାରେ ସୁଧାର ଆଣିବାକୁ ଏଣିକି ବିଭାଗ ପକ୍ଷରୁ ଦୃଢ ପଦକ୍ଷେପ ଗ୍ରହଣ କରାଯିବ ା ବ୍ରହ୍ମପୁର ମହାନଗର ନିଗମ(ବିଏମସି) ପକ୍ଷରୁ ସହରର ପ୍ରମୁଖ ୫ ଛକରେ ଇଣ୍ଟିଗ୍ରେଟେଡ ଟ୍ରାଫିକ ମ୍ୟାନେଜମେଣ୍ଟ ସିଷ୍ଟମ(ଆଇଟିଏମଏସ) କାର୍ଯ୍ୟକାରୀ ହୋଇଛି। ଭୁଲରାସ୍ତା(ରଙ୍ଗସାଇଡ)ରେ ଗଲେ, ବାଇକ୍‌ରେ ୩ ଜଣ ବସିଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଟ୍ରାଫିକ ଡିଏସପି ସାର୍ଥକ ରାଏ କହିଛନ୍ତି ା ବୁଧବାର ଟ୍ରାଫିକ ଡିଏସପି ରାଏ ଓ ବିଏମସି ଏନଫୋର୍ସମେଣ୍ଟ ଅଫିସର ତରୁଣକାନ୍ତ ସହରର ଜନଗହଳିପୂର୍ଣ୍ଣ ବିଭିନ୍ନ ଛକ ପରିଦର୍ଶନ କରି ଟ୍ରାଫିକ ସମସ୍ୟା ଅନୁଧ୍ୟାନ କରିଥିଲେ ା ବ୍ରହ୍ମପୁର ଗେଟବଜାର, ସାନବଜାର, ଆସ୍କାରୋଡ, ବାଲୁଙ୍କେଶ୍ୱର ମନ୍ଦିର, ସିଟି ହସପିଟାଲ ରୋଡ, ପୁରୁଣା ବ୍ରହ୍ମପୁର, ହନୁମାନ ବଜାର ଆଦି ଛକ ଉଭାୟ ପରିଦର୍ଶନ କରିଥିଲେ ା ଏଣିକି ଚିହ୍ନଟ ଲାଇନ ବାହାରେ ଗାଡି ପାର୍କିଂ କଲେ ଜରିମାନା ଆଦାୟ କରାଯିବା। ଗେଟବଜାର, ଗିରିମାର୍କେଟ ଛକ, ସାନବଜାର ଆଦିରେ ରାସ୍ତା ପାର୍ଶ୍ୱରେ ବସୁଥିବା ଉଠାଦୋକାନୀଙ୍କୁ ବିଏମସି ପକ୍ଷରୁ ନିର୍ମିତ ଓପନ ଭେଣ୍ଡିଂ ଜୋନଗୁଡିକୁ ସ୍ଥାନାନ୍ତର କରିବା ଉପରେ ମଧ୍ୟ ଖୁବଶୀଘ୍ର ପଦକ୍ଷେପ ନିଆଯିବ ବୋଲି ଡିଏସପି ସୂଚନା ଦେଇଛନ୍ତି ା ରୁକ୍ମିଣୀଛକରୁ ମୟୁରୀଟାୱାର ରାସ୍ତାରେ ଓଡିଆରପି ଡ୍ରେନେଜ, ରାସ୍ତା ନିର୍ମାଣ କାର୍ଯ୍ୟ ଚାଲୁ ରହିଥିବାରୁ ଗୁରୁବାରଠାରୁ ଏହି ରାସ୍ତାକୁ ୱାନ ୱେ କରାଯିବାକୁ ନିଷ୍ପତ୍ତି ନିଆଯାଇଥିବା ସେ କହିଛନ୍ତି ା ଏଥିସହ ଛକ ଅନୁସାରେ ଆଇଟିଏମଏସ ଟ୍ରାଫିକ ସିଗନାଲ ଟାଇମରେ ପରିବର୍ତ୍ତନ କରିବା ନେଇ ମଧ୍ୟ ନିଗମ କମିଶନର ଚକ୍ରୱର୍ତୀ ସିଂ ରାଠୋରଙ୍କ ସହ ଡିଏସପି ଆଲୋଚନା କରିଥିବା କହିଛନ୍ତି ା ତେବେ ଚଳିତମାସଠାରୁ କେବଳ ଇନ୍ସୁରାନ୍ସ, ପଲ୍ୟୁସନ ସାର୍ଟିିିଫିକେଟ ଯାଞ୍ଚକୁ ବାଦ ଦେଇ ହେଲମେଟ ପିନ୍ଧୁ ନ ଥିବା, ଟ୍ରିପଲ ରାଇଡିଂ ଓ ରଙ୍ଗସାଇଡ ରାଇଡିଂ କରୁଥିବା ଚାଳକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଡିଏସପି କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

‘କିଶୋରୀମାନେ ପରିବାରର ବୋଝ ନୁହନ୍ତି’

ଛତ୍ରପୁର,୨୧ା୫(ଦିଲ୍ଲୀପ ସାମଲ): କିଶୋରୀମାନେ ପରିବାରର ବୋଝ ନୁହନ୍ତି। ସେମାନେ ଦେଶର ସ୍ବର୍ଣ୍ଣିମ ଭବିଷ୍ୟତ। ସେମାନଙ୍କୁ ସମସ୍ତ ପ୍ରକାର ସୁବିଧା-ସୁଯୋଗ ତା’ସହିତ ସୁରକ୍ଷା ଓ ସମ୍ମାନ ଯୋଗାଇଦେବା ଆମ…

ଗୋଟିଏ ମଞ୍ଚରେ ଏକାଠି ହୋଇପାରୁନାହାନ୍ତି କଂଗ୍ରେସ ନେତା

ଭଞ୍ଜନଗର,୨୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିର୍ବାଚନମଣ୍ଡଳୀରେ କଂଗ୍ରେସର ସବୁ ନେତା ଏକାଠି ହୋଇ ପାରୁନାହାନ୍ତି ଗୋଟିଏ ମଞ୍ଚରେ। ଇତିମଧ୍ୟରେ ଭଞ୍ଜନଗର ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା…

ଇଞ୍ଜିନିୟର ହେବା ଲକ୍ଷ୍ୟରେ ଶୁଭମ୍‌-କାର୍ତ୍ତିକେୟ, ଯୁକ୍ତ୨ ବିଜ୍ଞାନରେ ରଖିଛନ୍ତି…

ପୁରୁଷୋତ୍ତମପୁର,୨୧ା୫(ସବିତା ମିଶ୍ର): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତଦୁଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ଛାତ୍ର…

ଯୁକ୍ତ ୨ ବିଜ୍ଞାନରେ ବିଘ୍ନେଶ ଚୌଧୁରୀ ଛତ୍ରପୁର ବ୍ଲକ ଟପ୍ପର, ମିଷ୍ଟାନ ବାଣ୍ଟି ଖୁସି ଜାହିର କଲେ ବିଦ୍ୟାର୍ଥୀ

ଛତ୍ରପୁର, ୨୧।୫(ଦିଲ୍ଲୀପ ସାମଲ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ( ସିଏଚଏସଇ ) ଦ୍ୱାରା +୨ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି l ଏହି ପରିପ୍ରେକ୍ଷୀରେ ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri