Posted inଖେଳ

ଜନତଙ୍କୁ ୫ ଉଇକେଟ: ଦ୍ୱିତୀୟ ଟି୨୦ରେ ଆଫ୍‌ଗାନିସ୍ତାନ ବିଜୟୀ

ଲକ୍ଷ୍ନୌ,୧୭।୧୧(ପି.ଟି.)- ୨୧ ବର୍ଷୀୟ ମିଡିୟମ ପେସର କରିମ ଜନତଙ୍କ ଦମ୍‌ଦାର ପ୍ରଦର୍ଶନ (୫/୧୧) ସହାୟତାରେ ଆଫଗାନିସ୍ତାନ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜକୁ ୪୧ ରନରେ ପରାସ୍ତ କରିଛି। ଶନିବାର ଏଠାରେ ଖେଳାଯାଇଥିବା ମ୍ୟାଚ୍‌ରେ ଟସ୍‌ ଜିତି ଆଫଗାନିସ୍ତାନ ପ୍ରଥମେ ବ୍ୟାଟିଂ କରି ୭ ଉଇକେଟ ହରାଇ ୧୪୭ ରନ ସଂଗ୍ରହ କରିଥିଲା। ଦଳ ତରଫରୁ ହଜରାତୁଲ୍ଲା ଜଜାଇ ୨୬, କରିମ ଜନତ ୨୬, ଗୁଲବଦିନ ନାଇବ ୨୪, ନାଜିବୁଲ୍ଲା ଜଡ୍ରାନ ଅପରାଜିତ ୨୦ ରନ ସଂଗ୍ରହ କରିଥିଲେ। ବୋଲିଂରେ ଓ୍ବେଷ୍ଟଇଣ୍ଡିଜ ତରଫରୁ କେସରିକ ଓ୍ବିଲିୟମ୍ସ ୩, ଜାସନ ହୋଲ୍ଡର ଓ କିମୋ ପଲ୍‌ ୨ଟି ଲେଖାଏ ଉଇକେଟ ହାସଲ କରିଥିଲେ। ଜବାବରେ ଓ୍ବେଷ୍ଟଇଣ୍ଡିଜ୍‌ ୮ ଉଇକେଟ ହରାଇ ୧୦୬ ରନରେ ସୀମିତ ରହି ମ୍ୟାଚ୍‌ ହାତଛଡ଼ା କରିଥିଲା। ଏଥି ସହିତ ୨ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜ ଏବେ ୧-୧ ସମାନସ୍ତରରେ ପହଞ୍ଚିଛି। ମାତ୍ର ୧୧ ରନ ଦେଇ ମୂଲ୍ୟବାନ ୫ ଉଇକେଟ ଅକ୍ତିଆର କରିଥିବା ଜନତ ପ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଥିଲେ।
ପଛରେ ବ୍ୟାଟିଂ କରିଥିବା ଓ୍ବେଷ୍ଟଇଣ୍ଡିଜ ତରଫରୁ ଉଇକେଟକିପର ଦୀନେଶ ରାମଦିନ ଅପରାଜିତ ୨୪ ରନ କରିଥିବା ବେଳେ ବାକି ସବୁ ବ୍ୟାଟ୍ସମ୍ୟାନ ବିଫଳ ହୋଇଥିଲେ। ବୋଲିଂରେ ଆଫଗାନିସ୍ତାନ ତରଫରୁ ଜନତ ସର୍ବାଧିକ ୫, ନବୀନ-ଉଲ- ହକ, ରସିଦ ଖାଁ ଓ ଗୁଲବଦିନ ନାଇବ ଗୋଟିଏ ଲେଖାଏ ଉଇକେଟ ପାଇଥିଲେ। ପୂର୍ବରୁ ଅନୁଷ୍ଠିତ ପ୍ରଥମ ଟି୨୦ରେ ଓ୍ବେଷ୍ଟଇଣ୍ଡିଜ ୩୦ ରନରେ ବିଜୟୀ ହୋଇଥିଲା।
ସଂକ୍ଷିପ୍ତ ସ୍କୋର:
ଆଫଗାନିସ୍ତାନ ୨୦ ଓଭରରେ ୧୪୭/୭
(ଜଜାଇ- ୨୬, ଜନତ- ୨୬, ନାଇବ- ୨୪, ଜଡ୍ରାନ- ୨୦, ଓ୍ବିଲିୟମ୍ସ- ୩/ ୨୩, ହୋଲ୍ଡର- ୨/୨୩, ପଲ- ୨/୨୮)।
ଓ୍ବେଷ୍ଟଇଣ୍ଡିଜ୍‌ ୨୦ ଓଭରରେ ୧୦୬/୮
(ରାମଦୀନ- ୨୪*, ଜନତ- ୫/୧୧)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri