ଜନତା କର୍ଫ୍ୟୁ ପୂର୍ବରୁ ଦେଶବାସୀଙ୍କୁ ମୋଦିଙ୍କ ଆହ୍ବାନ: ସତର୍କ ହୁଅ, ଭୟ କରନି

ନୂଆଦିଲ୍ଲୀ,୨୨।୩: ଜନତା କର୍ଫ୍ୟୁ ପାଳନର ଦିନକ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ପୁଣିଥରେ ଦେଶବାସୀଙ୍କ ସହଯୋଗ ଲୋଡ଼ିଛନ୍ତି। କରୋନା ସଂକ୍ରମଣ ରୋକିବା ଦିଗରେ ସତର୍କ ରୁହନ୍ତୁ କିନ୍ତୁ ଭୟଭୀତ ହୁଅନ୍ତୁ ନାହିଁ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଲୋକମାନଙ୍କୁ ଘରେ ରହିବା ଲାଗି ପ୍ରଧାନମନ୍ତ୍ରୀ ପ୍ରସ୍ତାବ ଦେଇଛନ୍ତି। ଏହି ଅବସରରେ ସେ ନାଟଓ୍ବେଷ୍ଟ ଟ୍ରଫି ଫାଇନାଲର ଉଦାହରଣ ଦେଇଛନ୍ତି। ଏହି ମ୍ୟାଚ୍‌ରେ ଯୁବରାଜ ସିଂ ଏବଂ ମହମ୍ମଦ କେଫ୍‌ଙ୍କ ଯୋଡ଼ି ଭଳି ଉଦ୍ୟମ ଦ୍ୱାରା କରୋନା ବିରୋଧରେ ଆମେ ଲଢ଼ିପାରିବା ବୋଲି ମୋଦି କହିଛନ୍ତି।
କରୋନା ସଂକ୍ରମଣ ବିରୋଧରେ ପ୍ରଧାନମନ୍ତ୍ରୀଙ୍କ ଜନତା କର୍ଫ୍ୟୁ ଡାକରାକୁ ବିଭିନ୍ନ ମହଲରୁ ସ୍ବାଗତ କରାଯାଇଛି। ଅଧିକାଂଶ ରାଜ୍ୟ ଏହାକୁ ସମର୍ଥନ କରି ରବିବାର ବିଭିନ୍ନ ପରିବହନ ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି। କ୍ରିକେଟ କିମ୍ବଦନ୍ତୀ ସଚିନ ତେନ୍ଦୁଲକର ଜନତା କର୍ଫ୍ୟୁକୁ ସମର୍ଥନ ଜଣାଇଛନ୍ତି। କରୋନା ଭୂତାଣୁକୁ ପ୍ରଭାବଶାଳୀ ଢଙ୍ଗରେ ମୁକାବିଲା କରିବାକୁ ହେଲେ ରବିବାର ଘରେ ରହିବା ଲାଗି ଉପରାଷ୍ଟ୍ରପତି ଏମ୍‌. ଭେଙ୍କାୟା ନାଇଡୁ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ଆକ୍ରାନ୍ତଙ୍କ ଶରୀରରୁ ଏହି ଭୂତାଣୁ ଅନ୍ୟ ଦେହକୁ ବ୍ୟାପୁଥିବାରୁ ସାମାଜିକ ଦୂରତ୍ୱ ରକ୍ଷା କରିବା ଲାଗି ସେ ପରାମର୍ଶ ଦେଇଛନ୍ତି। ଏହାଦ୍ୱାରା ନିଜର ଓ ଅନ୍ୟମାନଙ୍କର ଯତ୍ନ ନିଆଯାଇପାରିବ। ସ୍ବାସ୍ଥ୍ୟ ବିଶେଷଜ୍ଞ ଓ ବିଶ୍ୱ ସଂଗଠନର ପରାମର୍ଶକୁ ପାଳନ କରିବା ଲାଗି ଉପରାଷ୍ଟ୍ରପତି କହିଛନ୍ତି। କରୋନା ମହାମାରୀ ବିରୋଧରେ ମିଳିତ ଲଢ଼େଇ ପାଇଁ ସେ ସମସ୍ତ ରାଜନୈତିକ ଦଳ, ସିଭିଲ ସୋସାଇଟି ସଂଗଠନ ଆଦିଙ୍କୁ ଅନୁରୋଧ କରିଛନ୍ତି। କରୋନା ମୁକାବିଲା ଓ ସଚେତନତା ସୃଷ୍ଟି ଦିଗରେ ଜନତା କର୍ଫ୍ୟୁ ଭଲ ପ୍ରଭାବ ପକାଇବ ବୋଲି ଆଶା କରାଯାଉଛି।

ରାଜ୍ୟ ମୁଖ୍ୟ ସଚିବମାନଙ୍କୁ କେନ୍ଦ୍ରର ପତ୍ର

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିବେଦନକ୍ରମେ ରବିବାର ଜନତା କର୍ଫ୍ୟୁ ଯେପରି ଉପଯୁକ୍ତ ଭାବେ ପାଳନ ହେବ ତାହା ସୁନିଶ୍ଚିତ କରିବା ଲାଗି ସ୍ବରାଷ୍ଟ୍ର ସଚିବ ଅଜୟ ଭାଲ୍ଲା ଶନିବାର ସବୁ ରାଜ୍ୟର ମୁଖ୍ୟ ସଚିବମାନଙ୍କୁ କହିଛନ୍ତି। ଏଥିସହିତ କରୋନା ରୋଗ ବିରୋଧରେ ସଂଘର୍ଷ କରୁଥିବା ଲୋକମାନଙ୍କୁ କୃତଜ୍ଞତା ଜଣାଇବା ପାଇଁ ରବିବାର ସନ୍ଧ୍ୟାରେ ଅଗ୍ନିଶମ, ପୋଲିସ ଓ ସ୍ଥାନୀୟ ସୁରକ୍ଷା ବଳର ଗାଡ଼ିଗୁଡ଼ିକ ସାଇରନ ଓ ଘଣ୍ଟି ବଜାଇବାକୁ କୁହାଯାଇଛି। ରବିବାର ସକାଳ ୭ରୁ ରାତି ୯ଟା ପର୍ଯ୍ୟନ୍ତ ଲୋକମାନଙ୍କୁ ଘରେ ରହିବାକୁ କୁହାଯାଇଛି। ଜରୁରୀ ସେବା ସହ ସମ୍ପୃକ୍ତ ବ୍ୟକ୍ତି ବାହାରକୁ ଯାଇପାରିବେ ବୋଲି ଭାଲ୍ଲା ତାଙ୍କ ପତ୍ରରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ ସହାୟକଙ୍କ ଘରୁ ୩୦ କୋଟି ଜବତ

ରାଞ୍ଚି,୬ା୫ : ଝାଡ଼ଖଣ୍ଡର ଗ୍ରାମାଞ୍ଚଳ ବିକାଶ ମନ୍ତ୍ରୀ ଆଲମଗିର ଆଲମଙ୍କ ବ୍ୟକ୍ତିଗତ ସଚିବ ସଞ୍ଜୀବ ଲାଲ୍‌ଙ୍କ ଘରୋଇ ସହାୟକଙ୍କ ଘରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସୋମବାର...

କେଜ୍‌ରିଓ୍ବାଲଙ୍କ ଅଡୁଆ ବଢିଲା

ନୂଆଦିଲ୍ଲୀ,୬।୫: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଅଡୁଆ ବଢିଛି। ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ବିରୋଧରେ ଏନଆଇଏ ତଦନ୍ତ ପାଇଁ...

ଭାଙ୍ଗିବ ସବୁ ରେକର୍ଡ! ଅମିତ ଶାହାଙ୍କ ପାଇଁ ଭାଜପା ରଖିଲା ବଡ ଟାର୍ଗେଟ

ନୂଆଦିଲ୍ଲୀ,୬।୫: ଚଳିତ ଲୋକ ସଭା ନିର୍ବାଚନ ୨୦୨୪ ରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଭାଜପାର ପାରମ୍ପାରିକ ଆସନ ଗାନ୍ଧୀ ନଗରରୁ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଛନ୍ତି।...

ସୁନା, ରୂପା ନୁହେଁ ଚୋରି ହେଲା ୭୦ ୟୁନିଟ ପ୍ଲାଜମା

ଜୟପୁର,୬।୫: ରାଜଧାନୀ ଜୟପୁରରେ ଅବସ୍ଥିତ ଜେ.କେ ଲନ ହସ୍ପିଟାଲରୁ ୭୦ ୟୁନିଟ ପ୍ଲାଜମା ଚୋରି ହୋଇଛି। ପ୍ଲାଜମା ଚୋରି ଘଟଣା ସାମ୍ନାକୁ ଆସିବା ମାତ୍ରେ ଡାକ୍ତରଖାନା...

ଗୋଟିଏ ଭୋଟର ମୂଲ୍ୟ ତୁମେ କ’ଣ ବୁଝିବ ବାବୁ! ଭୋଟ ଦେବାକୁ କାଲିଫର୍ନିଆରୁ ବିହାର ପହଞ୍ଚିଲେ ଦମ୍ପତି

ବୈଶାଳି,୬।୫: ଏକ ଶକ୍ତିଶାଳୀ ଗଣତନ୍ତ୍ର ପାଇଁ ଭୋଟର ମହତ୍ତ୍ୱ କ’ଣ। ଯଦି ଆପଣ ଏହି ପ୍ରଶ୍ନର ଉତ୍ତର ଜାଣିବାକୁ ଚାହାଁନ୍ତି ତେବେ ଆପଣଙ୍କୁ ବିହାରର ଏକ...

ପୁଞ୍ଚ ଆକ୍ରମଣରେ ସାମିଲ ପାକିସ୍ତାନୀ ଆତଙ୍କବାଦୀଙ୍କ ସ୍କେଚ ଜାରି

ଶ୍ରୀନଗର,୬।୫: ଜମ୍ମୁ କଶ୍ମୀରର ପୁଞ୍ଚ ଜିଲା ଅନ୍ତର୍ଗତ ଭାରତୀୟ ବାୟୁସେନା କନଭେନ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ସମ୍ପୃକ୍ତ ଦୁଇ ଆତଙ୍କବାଦୀଙ୍କ ଉପରେ ୨୦ ଲକ୍ଷ...

ପାକ କରିବ ଆଟମ ବମ ବର୍ଷା, ରାଜନାଥଙ୍କ ବୟାନ ପରେ ଏମିତି କହିଲେ ଫାରୁକ

ନୂଆଦିଲ୍ଲୀ,୬।୫: ଭାରତ ସହିତ କଶ୍ମୀର ଦଖଲ କରିଥିବା ପାକିସ୍ତାନର ଏକୀକରଣକୁ ନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ବିବୃତ୍ତି ଉପରେ ପ୍ରତିକ୍ରିୟା ପ୍ରକାଶ କରି ଜମ୍ମୁ...

ବଲ ଭାବି ଉଠାଇ ନେଲେ ବୋମା, ବିସ୍ଫୋରଣରେ ଜଣେ ଶିଶୁ ମୃତ, ୩ ଆହତ

କୋଲକାତା,୬।୫: ସୋମବାର ପଶ୍ଚିମବଙ୍ଗର ହୁଗଲିରେ ଏକ ବଡ଼ ଦୁର୍ଘଟଣା ଘଟିଛି। ହୁଗୁଲିର ପାଣ୍ଡୁଆରେ ହୋଇଥିବା ବିସ୍ଫୋରଣରେ ଜଣେ ଶିଶୁଙ୍କର ମତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ତିନି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri