ଜନତା କର୍ଫ୍ୟୁ ସମର୍ଥନରେ ବାଲୁକା ଶିଳ୍ପୀ ମାନସ କୁମାରଙ୍କ ସ୍ୟାଣ୍ଡ ଆନିମେଶନ

ପୁରୀ ଅଫିସ,୨୨।୩: ମହାମାରୀ କରୋନାକୁ ନେଇ ଏବେ ସବୁଠି ଆତଙ୍କ। ସମଗ୍ର ବିଶ୍ୱ କରୋନା ସହିତ ଲଢ଼େଇ କରୁଥିବାବେଳେ ଭାରତ ବି ପ୍ରାଣମୂର୍ଚ୍ଛା ଚେଷ୍ଟା ଚଳାଇଛି। କିନ୍ତୁ ବେକାବୁ କରୋନା ଦିନକୁ ଦିନ ଅଧିକ ଉଗ୍ରରୂପ ଧାରଣ କରି ଗୋଟିଏ ପରେ ଗୋଟିଏ ଦେଶକୁ ମାଡ଼ି ଚାଲିଛି। କେବଳ ନୂଆ ଦେଶକୁ ମାଡ଼ୁନି ବରଂ ଅନେକ ମୁଣ୍ଡ ବି ଗଡ଼ାଇ ଚାଲିଛି। ଏହାକୁ କିପରି ରୋକାଯାଇପାରିବ ସେନେଇ ସବୁସ୍ତରରେ ଚିନ୍ତା ପ୍ରକଟ କରାଯାଉଛି। ତେବେ ଏଭଳି ସ୍ଥିତିରେ କରୋନା ମୁକାବିଲା ପାଇଁ ଦେଶବାସୀଙ୍କୁ ଜନତା କର୍ଫ୍ୟୁର ଆହ୍ବାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରବିବାର ଜନତା କର୍ଫ୍ୟୁରେ ସମସ୍ତେ ସହଯୋଗ କରିବା ଲାଗି ସ୍ୟାଣ୍ଡ ଆନିମେଶନରେ ଅନୁରୋଧ କରିଛନ୍ତି ବାଲୁକା ଶିଳ୍ପୀ ମାନସ କୁମାର ସାହୁ। ଏହି ପ୍ରାଣଘାତୀ କରୋନା ଭୂତାଣୁ ପାଇଁ ଏ ପର୍ଯ୍ୟନ୍ତ କୌଣସି ଔଷଧ ବାହାରିପାରି ନ ଥିବାବେଳେ କେବଳ ସଚେତନତା ହିଁ ଏହାକୁ ପରାସ୍ତ କରିହେବ। ତେଣୁ ପ୍ରଧାନମନ୍ତ୍ରୀଙ୍କ ଜନତା କର୍ଫ୍ୟୁକୁ ସମର୍ଥନ ଜଣାଇ ମାନସ ତିଆରି କରିଛନ୍ତି ସଚେତନତାଭିତ୍ତିକ ସ୍ୟାଣ୍ଡ ଆନିମେଶନ। ଏହା ମାଧ୍ୟମରେ ସେ ଜନସମାଜର ସମର୍ଥନ ଲୋଡିଛନ୍ତି। ସମସ୍ତଙ୍କୁ ନିଜ ଆର୍ଟ ମାଧ୍ୟମରେ ୨୨ ମାର୍ଚ୍ଚ ସକାଳ ୭ଟାରୁ ରାତି ୯ଟା ପର୍ଯ୍ୟନ୍ତ ଘରୁ ନ ବାହାରିବା ପାଇଁ ଆହ୍ବାନ ଦେଇଛନ୍ତି। ସେ ତାଙ୍କ ସ୍ୟାଣ୍ଡ ଆନିମେଶନରେ ବିଭିନ୍ନ ରାଜ୍ୟର ଐତିହ୍ୟ କୀର୍ତ୍ତିରାଜି ଓ ରାସ୍ତାଘାଟ କିପରି ଶୂନ୍‌ଶାନ ରହିଛି ତାହା ଦର୍ଶାଇଛନ୍ତି। ଏହାକୁ ପ୍ରସ୍ତୁତ କରିବା ଲାଗି ମାନସଙ୍କୁ ୩ ଘଣ୍ଟା ସମୟ ଲାଗିଥିବାବେଳେ ଏଥିରେ ସେ ସପୋର୍ଟ ଜନତା କର୍ଫ୍ୟୁ, ସେଭ୍‌ ସେଲ୍‌ଫର ବାର୍ତ୍ତା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri