ଜନପ୍ରତିନିଧି-ପ୍ରଶାସନିକ ଅଧିକାରୀ ମୁହାଁମୁହିଁ: ବିଡିଓଙ୍କ ନାମରେ ସମିତିସଭ୍ୟାଙ୍କ ଏତଲା

ଢେଙ୍କାନାଳ ଅଫିସ, ୨୮।୮-ଆବାସ ଯୋଜନାରେ କାର୍ଯ୍ୟାଦେଶ ପାଇଥିବା ହିତାଧିକାରୀଙ୍କ ବିଲ୍‌କୁ ନେଇ ଢେଙ୍କାନାଳ ଜିଲା ହିନ୍ଦୋଳ ବିଡିଓ ହେମନ୍ତ କୁମାର ମହନ୍ତ ଏବଂ ହାତୁରା ସମିତିସଭ୍ୟା ପଦ୍ମାବତୀ ରାଉତଙ୍କ ମଧ୍ୟରେ ମୁହଁାମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି। ଏହାକୁ ନେଇ ସମିତିସଭ୍ୟା ହିନ୍ଦୋଳ ଥାନାରେ ବିଡିଓଙ୍କ ନାମରେ ଏତଲା ଦେଇଛନ୍ତି। ଏଥିସହ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ ମଧ୍ୟ କରିଛନ୍ତି। ଜନପ୍ରତିନିଧି ଏବଂ ପ୍ରଶାସନିକ ଅଧିକାରୀଙ୍କ ମଧ୍ୟରେ ଆରମ୍ଭ ହୋଇଥିବା ଏହି ବିବାଦ ଏବେ ଚର୍ଚ୍ଚାର ବିଷୟ ପାଲଟିଛି।
ସମିତିସଭ୍ୟାଙ୍କ ଅଭିଯୋଗ ଅନୁଯାୟୀ, ପଞ୍ଚାୟତରେ ଇନ୍ଦିରା ଆବାସ ଯୋଜନାରେ କାର୍ଯ୍ୟାଦେଶ ପାଇଥିବା ହିତାଧିକାରୀଙ୍କ ବିଲ୍‌ ହେଉନାହିଁ। ଅଗଷ୍ଟ ୨୨ ମଧ୍ୟାହ୍ନ ୧୨ଟାରେ ସେ ବ୍ଲକ କାର୍ଯ୍ୟାଳୟକୁ ଯାଇ ବିଡିଓଙ୍କୁ ଏ ସମ୍ପର୍କରେ ପଚାରିଥିଲେ। ଏଥିରେ ବିଡିଓ ଉତ୍ତ୍ୟକ୍ତ ହୋଇ ତାଙ୍କୁ ଗାଳିଗୁଲଜ କରିଥିଲେ। ଏଥିସହ ପ୍ରକୋଷ୍ଠରୁ ବାହାର କରିଦେଇଥିଲେ ବୋଲି ସେ ଜିଲାପାଳଙ୍କ ନିକଟରେ କରିଥିବା ଅଭିଯୋଗପତ୍ରରେ ଦର୍ଶାଇଛନ୍ତି। ଏ ନେଇ ବ୍ଲକ ଅଧ୍ୟକ୍ଷ ପ୍ରିୟରଞ୍ଜନ ମାହୁନ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ସେ ସୂଚନା ଦେଇଛନ୍ତି।
ଆସିଥିବା ଅଭିଯୋଗର ପ୍ରତିକ୍ରିୟାରେ ବିଡିଓ କୁହନ୍ତି, ସମିତିସଭ୍ୟାଙ୍କ ଏପରି ଅଭିଯୋଗ ଅଭ୍ୟାସଗତ। ଏଥିପୂର୍ବରୁ ମଧ୍ୟ ସେ ଜଣେ ଏବିଡିଓଙ୍କ ନାମରେ ମିଥ୍ୟା ଅଭିଯୋଗ ଆଣିଥିଲେ। ପ୍ରକୋଷ୍ଠକୁ ଆସି ପାଟିତୁଣ୍ଡ କରିଥିଲେ। ଆଗରୁ ମଧ୍ୟ ଅନେକ ଥର ସେ ଏପରି ଆଚରଣ ପ୍ରଦର୍ଶନ କରିଥିବା ବିଡିଓ ସ୍ପଷ୍ଟୀକରଣ ରଖିଛନ୍ତି। ସେହିପରି ଥାନାଅଧିକାରୀ ଅନାଦି ଚରଣ ପଟ୍ଟାୟତ କୁହନ୍ତି, ଘଟଣାର ତଦନ୍ତ କରାଯାଇଥିଲା। ବିଡିଓଙ୍କ ବିରୋଧରେ ଆସିଥିବା ଅଭିଯୋଗ ସମ୍ପୂର୍ଣ୍ଣ ମିଥ୍ୟା ବୋଲି ଜଣାପଡ଼ିଛି। ତେବେ ଥାନାଧିକାରୀଙ୍କ ମତକୁ ନେଇ ସମିତିସଭ୍ୟା ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ପୋଲିସ ପ୍ରଶାସନିକ ଅଧିକାରୀଙ୍କୁ ସମର୍ଥନ କରୁଛି। ଅଭିଯୋଗ ପରେ ମାମଲା ରୁଜୁ କରାଯାଉନାହିଁ। ସମସ୍ତ ଘଟଣାବଳୀ ସମ୍ପର୍କରେ ବ୍ଲକ ଅଧ୍ୟକ୍ଷ ପ୍ରିୟରଞ୍ଜନ ମାହୁନ୍ତଙ୍କ ମତାମତ ଲୋଡ଼ାଯାଇଥିଲା। ସେ କୁହନ୍ତି, ଘଟଣା ସମ୍ପର୍କରେ ସୂଚନା ପାଇଛନ୍ତି। ସମିତିସଭ୍ୟା ଲିଖିତ ଆକାରରେ ଦେଲେ ଆଲୋଚନା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ, ଅନେକେ ଆହତ

ଜଳେଶ୍ୱର,୨।୫: ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବସ୍ତା ଥାନା ଅନ୍ତର୍ଗତ ବରୁଣଗଡିଆ ନିକଟରେ ଗୁରୁବାର ଏକ ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ ହୋଇଛି।...

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

ପୋର୍ଟ ଭିତରୁ କୋଇଲା ଚାଲାଣ ଘଟଣା: ୫ ଜଣଙ୍କୁ ଗିରଫ କଲା ପୋଲିସ

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ପୋଲିସ ୩ ଦିନର ତଦନ୍ତ ପରେ ବୁଧବାର ଚୋରା କୋଇଲା ଟ୍ରକ୍‌ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ନେଇଛି। କେସ୍‌ ନଂ ୧୨୨/୨୪ରେ...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଦଳିତ ପରିବାରରେ କେନ୍ଦ୍ର ମନ୍ତ୍ରୀଙ୍କ ଭୋଜନ

ଭବାନୀପାଟଣା,୧।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଉଦେଶୃଙ୍ଗ ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ସିଂହ ଯାଦବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri