ଜନପ୍ରତିନିଧି-ପ୍ରଶାସନିକ ଅଧିକାରୀ ମୁହାଁମୁହିଁ: ବିଡିଓଙ୍କ ନାମରେ ସମିତିସଭ୍ୟାଙ୍କ ଏତଲା

ଢେଙ୍କାନାଳ ଅଫିସ, ୨୮।୮-ଆବାସ ଯୋଜନାରେ କାର୍ଯ୍ୟାଦେଶ ପାଇଥିବା ହିତାଧିକାରୀଙ୍କ ବିଲ୍‌କୁ ନେଇ ଢେଙ୍କାନାଳ ଜିଲା ହିନ୍ଦୋଳ ବିଡିଓ ହେମନ୍ତ କୁମାର ମହନ୍ତ ଏବଂ ହାତୁରା ସମିତିସଭ୍ୟା ପଦ୍ମାବତୀ ରାଉତଙ୍କ ମଧ୍ୟରେ ମୁହଁାମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି। ଏହାକୁ ନେଇ ସମିତିସଭ୍ୟା ହିନ୍ଦୋଳ ଥାନାରେ ବିଡିଓଙ୍କ ନାମରେ ଏତଲା ଦେଇଛନ୍ତି। ଏଥିସହ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ ମଧ୍ୟ କରିଛନ୍ତି। ଜନପ୍ରତିନିଧି ଏବଂ ପ୍ରଶାସନିକ ଅଧିକାରୀଙ୍କ ମଧ୍ୟରେ ଆରମ୍ଭ ହୋଇଥିବା ଏହି ବିବାଦ ଏବେ ଚର୍ଚ୍ଚାର ବିଷୟ ପାଲଟିଛି।
ସମିତିସଭ୍ୟାଙ୍କ ଅଭିଯୋଗ ଅନୁଯାୟୀ, ପଞ୍ଚାୟତରେ ଇନ୍ଦିରା ଆବାସ ଯୋଜନାରେ କାର୍ଯ୍ୟାଦେଶ ପାଇଥିବା ହିତାଧିକାରୀଙ୍କ ବିଲ୍‌ ହେଉନାହିଁ। ଅଗଷ୍ଟ ୨୨ ମଧ୍ୟାହ୍ନ ୧୨ଟାରେ ସେ ବ୍ଲକ କାର୍ଯ୍ୟାଳୟକୁ ଯାଇ ବିଡିଓଙ୍କୁ ଏ ସମ୍ପର୍କରେ ପଚାରିଥିଲେ। ଏଥିରେ ବିଡିଓ ଉତ୍ତ୍ୟକ୍ତ ହୋଇ ତାଙ୍କୁ ଗାଳିଗୁଲଜ କରିଥିଲେ। ଏଥିସହ ପ୍ରକୋଷ୍ଠରୁ ବାହାର କରିଦେଇଥିଲେ ବୋଲି ସେ ଜିଲାପାଳଙ୍କ ନିକଟରେ କରିଥିବା ଅଭିଯୋଗପତ୍ରରେ ଦର୍ଶାଇଛନ୍ତି। ଏ ନେଇ ବ୍ଲକ ଅଧ୍ୟକ୍ଷ ପ୍ରିୟରଞ୍ଜନ ମାହୁନ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ସେ ସୂଚନା ଦେଇଛନ୍ତି।
ଆସିଥିବା ଅଭିଯୋଗର ପ୍ରତିକ୍ରିୟାରେ ବିଡିଓ କୁହନ୍ତି, ସମିତିସଭ୍ୟାଙ୍କ ଏପରି ଅଭିଯୋଗ ଅଭ୍ୟାସଗତ। ଏଥିପୂର୍ବରୁ ମଧ୍ୟ ସେ ଜଣେ ଏବିଡିଓଙ୍କ ନାମରେ ମିଥ୍ୟା ଅଭିଯୋଗ ଆଣିଥିଲେ। ପ୍ରକୋଷ୍ଠକୁ ଆସି ପାଟିତୁଣ୍ଡ କରିଥିଲେ। ଆଗରୁ ମଧ୍ୟ ଅନେକ ଥର ସେ ଏପରି ଆଚରଣ ପ୍ରଦର୍ଶନ କରିଥିବା ବିଡିଓ ସ୍ପଷ୍ଟୀକରଣ ରଖିଛନ୍ତି। ସେହିପରି ଥାନାଅଧିକାରୀ ଅନାଦି ଚରଣ ପଟ୍ଟାୟତ କୁହନ୍ତି, ଘଟଣାର ତଦନ୍ତ କରାଯାଇଥିଲା। ବିଡିଓଙ୍କ ବିରୋଧରେ ଆସିଥିବା ଅଭିଯୋଗ ସମ୍ପୂର୍ଣ୍ଣ ମିଥ୍ୟା ବୋଲି ଜଣାପଡ଼ିଛି। ତେବେ ଥାନାଧିକାରୀଙ୍କ ମତକୁ ନେଇ ସମିତିସଭ୍ୟା ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ପୋଲିସ ପ୍ରଶାସନିକ ଅଧିକାରୀଙ୍କୁ ସମର୍ଥନ କରୁଛି। ଅଭିଯୋଗ ପରେ ମାମଲା ରୁଜୁ କରାଯାଉନାହିଁ। ସମସ୍ତ ଘଟଣାବଳୀ ସମ୍ପର୍କରେ ବ୍ଲକ ଅଧ୍ୟକ୍ଷ ପ୍ରିୟରଞ୍ଜନ ମାହୁନ୍ତଙ୍କ ମତାମତ ଲୋଡ଼ାଯାଇଥିଲା। ସେ କୁହନ୍ତି, ଘଟଣା ସମ୍ପର୍କରେ ସୂଚନା ପାଇଛନ୍ତି। ସମିତିସଭ୍ୟା ଲିଖିତ ଆକାରରେ ଦେଲେ ଆଲୋଚନା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନିୟମଗିରିକୁ ପୁଣି ଫେରିଲେ ହାତୀପଲ, କଦଳୀ ବଗିଚା ନଷ୍ଟ କରିବା ସହ…

କଲ୍ୟାଣସିଂହପୁର,୧୧ା୬(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳକୁ ପୁଣି ଫେରିଛନ୍ତି ହାତୀପଲ। କଲ୍ୟାଣସିଂହପୁର ବ୍ଲକ ପାର୍ସଲି ପଞ୍ଚାୟତର ଲମ୍ବା ନ୍‌ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ବୁଧବାର…

ସମସ୍ୟା ଘେରରେ କେସିଙ୍ଗା ରେଳ ଷ୍ଟେଶନ: ସମାଧାନ ଦାବି କଲା ଜିଲା ରେଳଯାତ୍ରୀ ସଂଘ

କେସିଙ୍ଗା,୧୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ରେଳ ଷ୍ଟେଶନର ବିଭିନ୍ନ ସମସ୍ୟାକୁ ନେଇ କଳାହାଣ୍ଡି ଜିଲା ରେଳ ଯାତ୍ରୀ ସଂଘ ପକ୍ଷରୁ ସମ୍ବଲପୁର ଡିଭିଜନର ଡିଆରଏମ ସୁବାସ…

ଦୁର୍ଦ୍ଦାନ୍ତ ଅପରାଧୀ ପପୁଙ୍କୁ ପୋଲିସର ଏନ୍‌କାଉଣ୍ଟର, ଜଙ୍ଗଲରେ ଆପରାଧିକ କାଣ୍ଡ ଘଟାଇବାକୁ ଯୋଜନାବେଳେ…

ଭଦ୍ରକ,୧୧ା୬(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ଦୁର୍ଦ୍ଦାନ୍ତ ଅପରାଧୀ ପ୍ରଫୁଲ୍ଲ ମଲ୍ଲିକ ଓରଫ ପପଙ୍କୁ ଏନ୍‌କାଉଣ୍ଟର କରିଛି। ପପୁଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଥିବାରୁ ତାଙ୍କୁ କଟକ…

ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ, ତୁରନ୍ତ କାର୍ଯ୍ୟ ସାରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ

ମହାକାଳପଡ଼ା,୧୧ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡା ବିଧାନସଭା ନିର୍ବାଚନ ମଣ୍ଡଳୀସ୍ତରୀୟ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା ବୈଠକ ବ୍ଲକ ସଭା ଗୃହରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏହି…

ଘରେ ଶୋଇଥିବାବେଳେ ଲାଗିଲା ନିଆଁ, ଜଳିଗଲା ସ୍ପେୟାର ପାଟର୍‌ସ ଦୋକାନ ସହ ଦୋକାନୀଙ୍କ ଘର

ନନ୍ଦପୁର/ପାଡୁଆ,୧୧ା୬(ତୁଷାରକାନ୍ତ ମହାନ୍ତି/ଶଙ୍କର ପୂଜାରୀ): କାଳବୈଶାଖୀ ପ୍ରଭାବରେ ଗଛ ଉପୁଡ଼ି କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବିଦ୍ୟୁତ୍‌ ସରବରାହ ବନ୍ଦ ଥିବାବେଳେ ବୁଧବାର ରାତିରେ ପାଡୁଆ ବଜାରରେ…

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣା: ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ପୁରୁଷବନ୍ଧୁ

କଟକ,୧୦।୬(କାର୍ତ୍ତିକ ସାହୁ): ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଥିବା ବେଳେ ପୋଲିସ ଗିରଫଦାରିରୁ ରକ୍ଷା ପାଇବା ପାଇଁ ତାଙ୍କ…

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ଜଙ୍ଗଲରେ ବଣଭୋଜି ବେଳେ କାଳବୈଶାଖୀର କୋପ: ଗଛ ଡାଳ ପଡ଼ି ଆଖି ବୁଜିଲେ ମହିଳା, ସ୍ତବ୍ଧ ପରିବାର

କୋରାପୁଟ,୧୦।୬ (ଅମିତାଭ ବେହେରା): କୋରାପୁଟରେ ବଣଭୋଜି ବେଳେ ଏକ ଦୁଃଖଦ ଅଘଟଣ ଘଟିଛି। କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ବହିବା ସମୟରେ ଗଛର ଏକ ବଡ଼ ଡାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri