ଜନପ୍ରତିନିଧିଙ୍କ ଆକ୍ରମଣରେ ଯୁବକ ଆହତ

ନୟାଗଡ଼ ଅଫିସ,୨୨ା୧୦: ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଗାତେରୀ ପଞ୍ଚାୟତର ଜନପ୍ରତିନିଧିଙ୍କ ଆକ୍ରମଣରେ ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ ଉକ୍ତ ପଞ୍ଚାୟତ ଆଡ଼ିପଡ଼ା ଗ୍ରାମର ବିରଞ୍ଚତ୍ ସାହୁ। ବିରଞ୍ଚତ୍ଙ୍କ ସ୍ତ୍ରୀ ଟିକିନା ସାହୁ ଏ ନେଇ ନୂଆଗାଁ ଥାନାରେ ଅଭିଯୋଗ କରିଛନ୍ତି। ତାଙ୍କ ଅଭିଯୋଗ ଅନୁସାରେ ରବିବାର ରାତି ୯ଟା ୩୦ରେ ବିରଞ୍ଚତ୍ ବାଇକ୍‌ରେ ଟ୍ରାକ୍ଟର ପାଇଁ ଡିଜେଲ ନେଇ ଘରକୁ ଫେରୁଥିବା ବେଳେ ଚଣ୍ଡିଝରୀ ଗ୍ରାମ ନିକଟରେ ଜନପ୍ରତିନିଧି ଓ ତାଙ୍କର ଦୁଇ ସହଯୋଗୀ ଅଟକାଇଥିଲେ। ଏହା ପରେ ସେମାନେ ତାଙ୍କ ସହ ଗଣ୍ଡଗୋଳ କରିବା ସହିତ ଠେଙ୍ଗାରେ ଆକ୍ରମଣ କରିଥିଲେ। ଏଥିରେ ବିରଞ୍ଚତ୍ଙ୍କ ମୁଣ୍ଡ ଫାଟି ରକ୍ତାକ୍ତ ଅବସ୍ଥାରେ ପଡ଼ିରହିଥିଲେ। ପରିବାର ଲୋକେ ଖବର ପାଇ ତାଙ୍କୁ ଉଦ୍ଧାର କରି ପ୍ରଥମେ ମହିପୁର ମେଡ଼ିକାଲକୁ ଆଣିଥିଲେ। ସେଠାରୁ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେ ବର୍ତ୍ତମାନ ଚିକିତ୍ସାଧୀନ ଅଛନ୍ତି। ଟିକିନାଙ୍କ ଅଭିଯୋଗ ଅନୁସାରେ ଉକ୍ତ ଜନପ୍ରତିନିଧି ଜଣକ ଗତ ସରପଞ୍ଚ ନିର୍ବାଚନ ସମୟରେ ତାଙ୍କ ସ୍ବାମୀଙ୍କଠାରୁ ଦେଢଲକ୍ଷ ଟଙ୍କା ଧାର ନେଇଥିଲେ। ବିରଞ୍ଚତ୍ ଉକ୍ତ ଟଙ୍କା ମାଗିଲେ ଜନ ପ୍ରତିନିଧି ଜଣକ ଟଙ୍କା ଦେବା ବଦଳରେ ଧମକ ଦେଉଥିଲେ। ରବିବାର ରାଗ ରଖି ଜନ ପ୍ରତିନିଧି ଓ ତାଙ୍କର ସହଯୋଗୀମାନେ ଏହି ଆକ୍ରମଣ କରିଥିବା ସେ ଅଭିଯୋଗରେ ଦର୍ଶାଇଛନ୍ତି। ଏ ନେଇ ଥାନାରେ ୮୪/୧୯ରେ ଏକ ମାମଲା ରୁଜୁ କରାଯାଇ ତଦନ୍ତ କରାଯାଉଥିବା ନୂଆଗାଁ ଥାନା ଅଧିକାରୀ ମନୋରମା ମଲ୍ଲିକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

ମୋର ଆଉ ମୋଦିଙ୍କର ସ୍ତ୍ରୀ ନାହାନ୍ତି…ସଂସଦରେ କହୁକହୁ ଏ କ’ଣ କହିଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ସଂଶୋଧନ ବିଲ ଉପରେ ଆଲୋଚନା ସମୟରେ ଲୋକ ସଭାରେ ଏକ ଅତ୍ୟନ୍ତ ଆକର୍ଷଣୀୟ ମୁହୂର୍ତ୍ତ ସୃଷ୍ଟି ହୋଇଥିଲା। ବିରୋଧୀ ଦଳ ନେତା ରାହୁଲ…

ଯାତ୍ରା ପୂର୍ବରୁ ସେକ୍ସ ରାକେଟ୍‌ ଉପରେ ଭଞ୍ଜନଗର ପୋଲିସର ଚଢ଼ାଉ, ଏସବୁ ଆପତ୍ତିଜନକ ଜିନିଷ ମିଳିବା ପରେ…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ଆଉ କିଛି ଦିନ ପରେ ଅର୍ଥାତ୍‌ ଏପ୍ରିଲ ୨୬ରୁ ଗଞ୍ଜାମ ଜିଲା ଭଞ୍ଜନଗରର ପ୍ରସିଦ୍ଧ ଐତିହାସିକ ଠାକୁରାଣୀ ଯାତ୍ରା ଆରମ୍ଭ ହେବ। ଯାତ୍ରାକୁ ଶାନ୍ତିଶୃଙ୍ଖଳାର…

ନୂଆପଡ଼ାରେ ଆରମ୍ଭ ହେଲା ଗୃହ ଗଣନା

ନୂଆପଡ଼ା,୧୭ା୪ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ସ୍ବଗଣନା ପ୍ରକ୍ରିୟା ସମାପ୍ତି ପରେ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହ ତାଲିକା ଓ ଗୃହ ଗଣନା ଗୁରୁବାର ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri