ଜନବସତି ନିକଟରେ ଗ୍ୟାସ ପାଇପ ଲାଇନ୍‌କୁ ବିରୋଧ: କାମ ବନ୍ଦ କଲେ ଗ୍ରାମବାସୀ

ଢେଙ୍କାନାଳ ଅଫିସ, ୧୨।୬-କାମାକ୍ଷାନଗର ଉପଖଣ୍ଡ ତୁମୁସିଙ୍ଗା ଥାନା ଖୁଣ୍ଟିବାଟି ଗ୍ରାମ ଦେଇ ଗେଲ୍‌ ଇଣ୍ଡିଆ କମ୍ପାନୀ ପକ୍ଷରୁ ଗ୍ୟାସ୍‌ ଲାଇନ ବିଛାଇବା ପାଇଁ ନିର୍ମାଣାଧୀନ କମ୍ପ୍ରେସର ଗୃହକୁ ବିରୋଧ କରିଛନ୍ତି ଅଞ୍ଚଳବାସୀ। ଭବିଷ୍ୟତରେ ବିପଦ ଆଶଙ୍କା ଥିବାରୁ ସେମାନେ କାର୍ଯ୍ୟ ବନ୍ଦ କରି ଏହାର ପ୍ରତିବାଦ କରିଛନ୍ତି।
ଗ୍ରାମବାସୀଙ୍କ କହିବା କଥା, ଜନବସତିଠାରୁ ମାତ୍ର ୧୦୦ମିଟର ଦୂର ଗୋଚର ଭୂମିରେ କମ୍ପ୍ରେସର ଗୃହ ନିର୍ମାଣ ଚାଲିଛି। ଭବିଷ୍ୟତରେ ଦୁର୍ଘଟଣା ଘଟିବା ଆଶଙ୍କା ରହିଛି। ସମସ୍ୟା ସମ୍ପର୍କରେ ସେମାନେ ପୂର୍ବରୁ ପ୍ରଶାସନକୁ ଅବଗତ କରାଇଥିଲେ। ହେଲେ କୌଣସି ପଦକ୍ଷେପ ଗ୍ରହଣ କରାଗଲାନାହିଁ। ଏହାର ପ୍ରତିବାଦରେ ସୋମବାର ସେମାନେ ନିର୍ମାଣ କାର୍ଯ୍ୟ ବନ୍ଦ କରିଦେଇଛନ୍ତି। ଜନବସତିରୁ ଦୂରରେ ଉକ୍ତ ଗୃହ ନିର୍ମାଣ କରିବା ଲାଗି ନିର୍ଦ୍ଦେଶ ଦେବାକୁ ଅଞ୍ଚଳବାସୀ ମଙ୍ଗଳବାର ଜିଲାପାଳଙ୍କୁ ଲିଖିତ ଭାବେ ଅବଗତ କରିଛନ୍ତି। ଗ୍ରାମବାସୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏ ଦିଗରେ ଉଚିତ ପଦକ୍ଷେପ ନେବାକୁ ଗ୍ରାମ ସଭାପତି ଗୋପାଳ ଚନ୍ଦ୍ର ଦେହୁରୀ, ସମ୍ପାଦକ ଉଦ୍ଧବ ଚନ୍ଦ୍ର ବେହେରା, ୱାର୍ଡମେମ୍ବର ନିରଞ୍ଜନ ବେହେରା ପ୍ରମୁଖ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ପି ଅଫିସ ଆଗରେ ବାପା-ପୁଅଙ୍କ ଆତ୍ମାହୁତି ଉଦ୍ୟମ

ଢେଙ୍କାନାଳ,୧୨ା୬(ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଭାପୁର ଫାଣ୍ଡି ରାଣିପାଳ ଗ୍ରାମର ଆଇନ ଛାତ୍ର ସରୋଜ ରାଉତ ଓ ତାଙ୍କ ପିତା ପଦ୍ମନାଭ ରାଉତ ଶୁକ୍ରବାର…

ବଜ୍ରପାତରେ ଚାଲିଗଲା ଦିଅର ଭାଉଜଙ୍କ ଜୀବନ

ଢେଙ୍କାନାଳ,୮।୬; ଢେଙ୍କାନାଳ ଜିଲା ହିନ୍ଦୋଳ ବନ୍ଧାଭୂଇଁ ଗାଁରେ ସୋମବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବଜ୍ରପାତରେ ଭାଉଜ-ଦିଅରଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ଭାଉଜ-ଦିଅର…

ହାତୀକୁ ଫାର୍ମହାଉସରେ ପୋତିଥିଲେ: ପଡ଼ିଗଲେଧରା, ଗଲେ ଜେଲ୍

ଢେଙ୍କାନାଳ,୨।୬(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ଅଞ୍ଚଳରେ ଏକ ହାତୀ ମୃତଦେହକୁ ଫାର୍ମହାଉସ ଭିତରେ ପୋତିଦେଇଥିବା ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରି ଜେଲ୍‌ ପଠାଇଛି।…

ଇଟାଭାଟିକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡ଼ିଗଲେ ଯୁବକ, ତାପରେ ଯାହା ଘଟିଲା……

ପରଜଙ୍ଗ,୨।୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ଡମୋଳ ଝରା ସାହି ନିକଟରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି ।ଗୋଟିକିଆ ଦନ୍ତା…

ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ, ମାଲିକଙ୍କ ସମେତ ୩ ଅଟକ

ଢେଙ୍କାନାଳ,୧।୬(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ତଥା ହିନ୍ଦୋଳ ବିଜ୍ଞାପିତ ପରିଷଦ ଅଞ୍ଚଳ ରାଜମୋହନପୁର କାନ୍ଦରାଶୁଣି ସ୍ଥିତ ଏକ ଘରୋଇ ଫାର୍ମ ହାଉସରୁ ସୋମବାର ମାଟି…

ପାରିବାରିକ କଳହ ହେଲା କାଳ, ସ୍ତ୍ରୀଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ସ୍ବାମୀ

ଢେଙ୍କାନାଳ,୧।୬(ରତନ ନାୟାର): ଢ଼େଙ୍କାନାଳ ଜିଲା ସଦରଥାନା ଝାରଗାଡ଼ିଆ ଫାଣ୍ଡି ବଳରାମପୁର ଗ୍ରାମ ଜୁଆଙ୍ଗ ସାହିରୁ ଏକ ଲୋମଟାଙ୍କୁରା ହତ୍ୟାକାଣ୍ଡ ସାମ୍ନାକୁ ଆସିଛି ।ସୋମବାର ଦିନ ସ୍ତ୍ରୀଙ୍କୁ ପିଟିପିଟି…

ଚାକିରି ନାଁରେ ଓଡ଼ିଆ ନାବାଳିକାଙ୍କୁ ୟୁପିରେ ବିକ୍ରି: ଦୁଇବର୍ଷ ଧରି ଯୌନ ନିର୍ଯାତନା

କାମାକ୍ଷାନଗର,୨୮।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ଏକ ଚାଞ୍ଚଳ୍ୟକର ଘଟଣା ସାମ୍ନାକୁ ଆସିଛି। ମା’ଙ୍କ ଚିକିତ୍ସା ପାଇଁ ଟଙ୍କା ରୋଜଗାର କରିବାକୁ ଆସି ଯୌନ…

ଢେଙ୍କାନାଳରେ ଅଭାବନୀୟ ଘଟଣା; ଶ୍ବଶୁରଙ୍କ ଉପରେ ଗରମ ତେଲ ଢାଳିଦେଲେ ବୋହୂ

ପରଜଙ୍ଗ,୧୯।୫(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମୁଣ୍ଡେଇଲୋ ପଞ୍ଚାୟତ ନାଉପାଳ ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଶ୍ବଶୁରଙ୍କ ଉପରେ ଗରମ ତେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri