Posted inଜାତୀୟ

ଜନସନ୍‌ ବେବି ଶାମ୍ପୋରେ କର୍କଟ ସୃଷ୍ଟିକାରୀ ତତ୍ତ୍ୱ: ବିକ୍ରି ବନ୍ଦ ପାଇଁ ଏନ୍‌ସିପିସିଆର୍‌ ପକ୍ଷରୁ ନିର୍ଦ୍ଦେଶ

ନୂଆଦିଲ୍ଲୀ, ୨୮।୪: ଜନସନ୍‌ ବେବି ଶାମ୍ପୋରେ କର୍କଟ ସୃଷ୍ଟିକାରୀ ତତ୍ତ୍ୱ ରହିଥିବା କୁହାଯାଉଛି। ତେଣୁ ଏହାର ବିକ୍ରି ବନ୍ଦ ପାଇଁ ଜାତୀୟ ଶିଶୁ ଅଧିକାର ସୁରକ୍ଷା କମିଶନ(ଏନ୍‌ସିପିସିଆର୍‌)ଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ରାଜସ୍ଥାନ ଡ୍ରଗ୍‌ କଣ୍ଟ୍ରୋଲରଙ୍କ ରିପୋର୍ଟ ଆଧାରରେ ଏନ୍‌ସିପିସିଆର୍‌ ପକ୍ଷରୁ ଏହି ନିର୍ଦ୍ଦେଶ ଜାରି କରାଯାଇଛି। ପରବର୍ତ୍ତୀ ନୋଟିସ୍‌ ନ ମିଳିବା ପର୍ଯ୍ୟନ୍ତ ଶାମ୍ପୋ ବିକ୍ରି ଉପରେ ରୋକ ପାଇଁ ରାଜ୍ୟ ତଥା ଶାସିତ ଅଞ୍ଚଳର ମୁଖ୍ୟ ସଚିବଙ୍କୁ ଏନେଇ ଚିଠି ମଧ୍ୟ ଲେଖା ଯାଇଛି। ଆମେରିକାର ଏହି କମ୍ପାନୀ ଜନସନ୍‌ ଆଣ୍ଡ ଜନସନ୍‌ର ବିଭିନ୍ନ ଉତ୍ପାଦର ନମୂନା ଯାଞ୍ଚ୍‌ ରିପୋର୍ଟ ପ୍ରଥମ ଥର ପାଇଁ ଏନ୍‌ସିପିସିଆର୍‌ ମଗାଇଛନ୍ତି। ରିପୋର୍ଟ ଆଧାରରେ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଏନ୍‌ସିପିସିଆର୍‌ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘କୃତ୍ରିମ ବୁଦ୍ଧିମତ୍ତା: ପରିବର୍ତ୍ତନ ଧାରାରେ ଭାରତ ଅଗ୍ରଣୀ’

ନୂଆଦିଲ୍ଲୀ,୧୭ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ଠାରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ଏକ୍ସପୋର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ ଷ୍ଟଲ୍‌ ବୁଲିବା…

ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲକୁ ୧୨୦ କୋଟି ଜରିମାନା

ନୂଆଦିଲ୍ଲୀ,୧୭ା୨: ବହୁ ଚର୍ଚ୍ଚିତ ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲ ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୧୨୦ କୋଟି ଟଙ୍କା ଜରିମାନା କରିଛି। ଏଥିସହିତ ଏହି ପୋର୍ଟାଲର ପ୍ରତିଷ୍ଠାତା ପ୍ରବୀର…

ଜାନୁଆରୀରେ ବେରୋଜଗାରି ୫%କୁ ବଢ଼ିଛି

ନୂଆଦିଲ୍ଲୀ,୧୭ା୨(ପି.ଟି.): ଦେଶରେ ୧୫ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ଲୋକଙ୍କ ମଧ୍ୟରେ ବେରୋଜଗାରି ହାର ଗତବର୍ଷ ଡିସେମ୍ବରରେ ୪.୮ ପ୍ରତିଶତ ଥିବାବେଳେ ଜାନୁଆରୀରେ ତାହା ୫ ପ୍ରତିଶତକୁ ବୃଦ୍ଧି…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ଜାତୀୟ ରାଜପଥରେ ବଢ଼ିପାରେ ଟୋଲ୍ ଟ୍ୟାକ୍ସ: ବଡ଼ ଯୋଜନା କରୁଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୨: ଭାରତରେ ଆଗକୁ ବଢିପାରେ ଟୋଲ୍ ଟ୍ୟାକ୍ସ। ଦେଶରେ ଏକ୍ସପ୍ରେସ-ୱେ ଏବଂ ହାଇ-ସ୍ପିଡ୍ ରୋଡ୍ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri