Posted inପୁରୀ

ଜନ୍ମଦିନ ସଂଚିତ ଅର୍ଥ ଦାନ କଲେ ୪ ବର୍ଷିୟା ସୁହାନି

ଗୋପ,୨୮ା୪(ଡି.ଏନ.ଏ): କରୋନା ମୁକାବିଲା ପାଇଁ ସଂଗଠନ, ବିଶିଷ୍ଟ ବ୍ୟକ୍ତି ସରକାର ପାଣ୍ଠିକୁ ସହାୟତା କରୁଥିବାବେଳେ ମଙ୍ଗଳବାର ପୁରୀ ଜିଲା ଗୋପ ବ୍ଲକ ଅଞ୍ଚଳର ୪ ବର୍ଷିୟା ଶିଶୁକନ୍ୟା ସୁହାନି ନିଜ ଜନ୍ମଦିନ ପାଇଁ ସଞ୍ଚୟ କରି ରଖିଥିବା ଅର୍ଥକୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଦାନ କରିଛନ୍ତି। ମା ଭକ୍ତିମୟୀ, ବଡବାପା ଚୈତନ୍ୟ ସାହୁଙ୍କଠାରୁ ପ୍ରେରଣା ପାଇ ସୁହାନି ଏଭଳି କରିଥିବା କହିଛନ୍ତି। ୪ ବର୍ଷର ଏହି ଶିଶୁ ସୁବର୍ଣ୍ଣପୁର ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ଅଧ୍ୟୟନ କରୁଥିବାବେଳେ ପ୍ରଥମରୁ ବଡ଼ ହେଲେ ଗରିବ ଲୋକଙ୍କ ସେବା କରିବାର ଶିକ୍ଷା ଅଙ୍ଗନଓ୍ବାଡ଼ି କର୍ମୀ ମାଧବୀ ବେହେରାଙ୍କଠାରୁ ଶିଖିଥିଲେ। ସେ ମଧ୍ୟ ଜନ୍ମଦିନ ଲାଗି ମା, ବାପା ଓ ବଡବାପାଠାରୁ ଖର୍ଚ୍ଚ ପାଇଁ ଆଣୁଥିବା ଟଙ୍କାକୁ ଘରେ ଗୋଟିଏ କୁସ୍ତିରେ ସଞ୍ଚୟ କରୁଥିଲେ। କରୋନା ଲାଗି ସମସ୍ତେ ଦାନ କରୁଥିବା ଦେଖି ଶିଶୁଟି ତା’ର ମାଆକୁ ଦାନ କରିବା କଥା କହିଥିଲେ। ଝିଅଠାରୁ ଏଭଳି କଥା ଶୁଣି ମାଆ ଅଙ୍ଗନବାଡ଼ି ଦିଦିଙ୍କ ସହ ଆସି ଗୋପ ତହସିଲଦାର ପୃଥ୍ବୀରାଜ ମଣ୍ଡଳଙ୍କୁ ୨ ହଜାର ଟଙ୍କାର ଗୋଟିଏ ଚେକ ଦେଇଥିଲେ। ଶିଶୁକନ୍ୟାର ଏହି ମହତ୍‌ ପଣିଆ ଦେଖି ଅନ୍ୟମାନଙ୍କ ଲାଗି ଏକ ଉଦାହରଣ ବୋଲି ତହସିଲଦାର କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ

ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA)…

ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…

ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର

ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?