Posted inଖେଳ

ଜନ୍ମଦିନରେ ଖୁସି ଖବର: ବାପା ହେବେ କ୍ରିକେଟର୍‌ ପ୍ରଜ୍ଞାନ ଓଝା

ମୁମ୍ବାଇ, ୬।୯- ଓଡ଼ିଆ କ୍ରିକେଟର୍‌ ପ୍ରଜ୍ଞାନ ଓଝା ଗୁରୁବାର ୩୩ ବର୍ଷରେ ପଦାର୍ପଣ କରିଛନ୍ତି। ଜନ୍ମଦିନ ଅବସରରେ ଓଝା ଏକ ଖୁସି ଖବର ଶେୟାର କରିଛନ୍ତି। ଚଳିତ ମାସରେ ତାଙ୍କ ସ୍ତ୍ରୀ କର୍ବି କୈଳାଶ ପ୍ରଥମ ସନ୍ତାନ ଜନ୍ମଦେବାକୁ ଯାଉଛନ୍ତି। ଏଥିଲାଗି ଉଭୟ ପ୍ରଜ୍ଞାନ ଓ କର୍ବି ବେଶ୍‌ ଉତ୍ସାହିତ ଥିବା ଜଣାପଡ଼ିଛି। କର୍ବି ଗର୍ଭବତୀ ଥିବା ଜଣାଇ ପ୍ରଜ୍ଞାନ କହିଛନ୍ତି, ‘ମୁଁ ବହୁତ ଉତ୍ସାହିତ ଓ ରୋମାଞ୍ଚତ୍ତ ରହିଛି। ଉଭୟଙ୍କ ଲାଗି ଏହା ବଡ଼ ପରିବର୍ତ୍ତନ ଆଣିବ। ଆମେ ଦୁଇଜଣ ବର୍ତ୍ତମାନ ଉତ୍ସାହିତ ଓ ନର୍ଭସ ମଧ୍ୟ ରହିଛୁ। ଏହା ମୋ ଜୀବନର ସବୁଠୁ ବଡ଼ ପ୍ରତିବଦ୍ଧତା ଓ କଠିନ ସମୟ। ଏହି ନିଷ୍ପତ୍ତି ଲାଗି ଆମ ପରିବାର ସମର୍ଥନ ଦେଇଛି’ ବୋଲି ପ୍ରଜ୍ଞାନ ସୋସିଆଲ ମିଡିଆରେ ଏହା ଉଲ୍ଲେଖ କରିଛନ୍ତି। ୨୦୧୦ରେ କର୍ବିଙ୍କୁ ବିବାହ କରିଥିଲେ ପ୍ରଜ୍ଞାନ।
ଉଲ୍ଲେଖଯୋଗ୍ୟ, ୨୦୦୮ରେ ବାଂଲାଦେଶ ବିପକ୍ଷରେ ପଦାର୍ପଣ କରି ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଥିବା ୩୩ବର୍ଷୀୟ ପ୍ରଜ୍ଞାନ ୧୮ ଦିନିକିଆରୁ ୨୧ ଉଇକେଟ୍‌ ନେଇଛନ୍ତି। ଟେଷ୍ଟରେ କିନ୍ତୁ ଏହି ବାମହାତୀ ସ୍ପିନର ବେଶ୍‌ ପ୍ରଭାବୀ ପ୍ରଦର୍ଶନ କରିଥିଲେ। ମୋଟ୍‌ ୨୪ ଟେଷ୍ଟରୁ ସେ ୧୧୩ ଉଇକେଟ୍‌ ଅକ୍ତିଆର କରିଛନ୍ତି। ସେହିଭଳି ୬ ଟି୨୦ ମ୍ୟାଚ୍‌ରୁ ପ୍ରଜ୍ଞାନଙ୍କ ନାମରେ ୧୦ ଉଇକେଟ୍‌ ରହିଛି। ୨୦୧୩ରେ ସଚିନ ତେନ୍ଦୁଲକରଙ୍କ ବିଦାୟୀ ଟେଷ୍ଟ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ପ୍ରଜ୍ଞାନ ୧୦ ଉଇକେଟ୍‌ ହାସଲ କରି ମ୍ୟାଚ୍‌ର ଶ୍ରେଷ୍ଠ ଖେଳାଳି ପୁରସ୍କାର ହାସଲ କରିଥିଲେ। ସଫଳ ପ୍ରଦର୍ଶନ ସତ୍ତ୍ୱେ ଏହି ମ୍ୟାଚ୍‌ ପରଠାରୁ ସେ ଜାତୀୟ ଦଳରୁ ବାଦ୍‌ ପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଚମକାଇଦେଲା BCCIର ନିଷ୍ପତ୍ତି! ଟିମ୍ ଇଣ୍ଡିଆର ନୂଆ ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଦ୍ରୁତ ବୋଲର ଲକ୍ଷ୍ମୀପତି ବାଲାଜୀଙ୍କୁ ଭାରତ-ଏ ଦଳର ହେଡ୍‌ କୋଚ୍‌ ଭାବେ ନିଯୁକ୍ତ କରାଯାଇଛି । ଅଷ୍ଟ୍ରେଲିଆ-ଏ ବିପକ୍ଷ ମଲ୍ଟି-ଫର୍ମାଟ୍‌…

ଅଡବା ପୋଲିସକୁ ବଡ଼ ସଫଳତା, ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ହଜାରେ କେଜି ଜବତ

ମୋହନା,୨୦।୯( ମନ୍ମଥ ମିଶ୍ର ): ଗଜପତି ଜିଲାରେ ବେଆଇନ ଗଞ୍ଜେଇ କାରବାର ବିରୋଧରେ ଚାଲିଥିବା ସ୍ୱତନ୍ତ୍ର ଅଭିଯାନରେ ଅଡବା ପୋଲିସ ଏକ ବଡ଼ ସଫଳତା ହାସଲ କରିଛି…

କାଲି ନୂଆଁଖାଇବେ କଳାହାଣ୍ଡି ଗଡ଼ଜାତବାସୀ, ଉତ୍ସବ ମୁଖର ପୁରପଲ୍ଲୀ

ଭବାନୀପାଟଣା,୨୦।୯ (ଉତ୍ତମ କୁମାର ଦାଶ): ନୂଆଁଖାଇ କଳାହାଣ୍ଡି ଜିଲାର ଏକ ମୁଖ୍ୟ ପରମ୍ପରା। ପଶ୍ଚିମ ଓଡ଼ିଶାର ଅନ୍ୟ ଜିଲାରେ ପଞ୍ଚମୀ ତିଥିରେ ନୂଆଁଖାଇ ପାଳନ ହେଉଥିବା ବେଳେ…

ନ୍ୟୁଜିଲ୍ୟାଣ୍ଡ ଗସ୍ତରେ ବଦଳିବେ ଟିମ୍ ଇଣ୍ଡିଆର କ୍ୟାପ୍ଟେନ, ଶୁଭମନ୍ ଗିଲ୍‌ଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍ ଦଳ ବର୍ତ୍ତମାନ ଏସୀୟ କ୍ରୀଡ଼ା ପାଇଁ ଯାତ୍ରା କରୁଥିବା ବେଳେ, ଏହି ସମୟ ମଧ୍ୟରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଏକ ଦିନିକିଆ (ODI) ସିରିଜ୍…

ଭଡ଼ାଘରେ ଚାଲିଥିଲା ଅନ୍‌ଲାଇନ୍‌ ବେଟିଂ କାରବାର, ଚଢ଼ାଉ କରି ୩ ଜଣଙ୍କୁ…

ଛତ୍ରପୁର,୨୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ସାଇବର ପୋଲିସ ଏକ ଅନଲାଇନ୍‌ ବେଟିଂ ଆପ୍‌ ଠକେଇ ନେଟ୍‌ଓ୍ବର୍କର ପର୍ଦ୍ଦାଫାଶ କରି ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ…

୮୫ ବର୍ଷରେ MA ପାସ୍‌ କଲେ ଲାଲ ଚାନ୍ଦ; ଏବେ PhD ପାଇଁ ପ୍ରସ୍ତୁତି, କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୨୦ା୯: କୁହାଯାଏ, ପାଠପଢ଼ା ପାଇଁ ବୟସ କେବେ ବି ବାଧା ହୋଇପାରେ ନାହିଁ। ମନରେ ଦୃଢ଼ ଇଚ୍ଛା ଥିଲେ ଯେକୌଣସି ବୟସରେ ଲକ୍ଷ୍ୟ ହାସଲ କରିହୁଏ ।…

ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ଦାରିଙ୍ଗବାଡ଼ିରେ ଭୂମି ପୂଜନ ସହ ଶୁଭଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦୁର୍ଗାମଣ୍ଡପଠାରେ ରବିବାର ଚଳିତ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଏହି ଅବସରରେ ଭୂମି ପୂଜନ, ନାଗ ପୂଜନ, ବରୁଣ…

ଚାରି ଦିଗରୁ ବର୍ଷିବ ଟଙ୍କା! ବୃହସ୍ପତିଙ୍କ ନକ୍ଷତ୍ର ପରିବର୍ତ୍ତନ, ୬ଟି ରାଶି ଉପରେ ହେବ ଧନବର୍ଷା, ଖୋଲିବ ନୂଆ ସୁଯୋଗର…

୨୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୩ ମିନିଟ୍‌ରେ ଦେବଗୁରୁ ବୃହସ୍ପତି(ଗୁରୁ) କର୍କଟ ରାଶିରେ ଥାଇ ଅଶ୍ଳେଷା ନକ୍ଷତ୍ରର ତୃତୀୟ ପଦକୁ ଗୋଚର କରିଛନ୍ତି। ସେ ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?