Posted inଖେଳ

ଜନ୍ମଦିନରେ ଶାସ୍ତ୍ରୀଙ୍କୁ କୋହଲିଙ୍କ ଶୁଭେଚ୍ଛା

ନୂଆଦିଲ୍ଲୀ,୨୭।୫: ଭାରତୀୟ କ୍ରିକେଟ କୋଚ୍‌ ରବି ଶାସ୍ତ୍ରୀ ବୁଧବାର ତାଙ୍କର ୫୮ତମ ଜନ୍ମ ଦିବସ ପାଳନ କରିଛନ୍ତି। ଏହି ଅବସରରେ ଅଧିନାୟକ କୋହଲି ତାଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ବହୁତ ଲୋକ ଆତ୍ମବିଶ୍ୱାସୀ ହୋଇଥାନ୍ତି। ତେବେ ଖୁବ୍‌ କମ ଲୋକ ସାହସୀ ହୋଇଥାନ୍ତି। ଜନ୍ମ ଦିନର ଶୁଭେଚ୍ଛା। ଭଗବାନ ଆପଣଙ୍କୁ ଆଶୀର୍ବାଦ ଦିଅନ୍ତୁ ବୋଲି ଉଲ୍ଲେଖ କରି କୋହଲି ଟୁଇଟ୍‌ କରି ଶାସ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଟେଷ୍ଟ ଉପ ଅଧିନାୟକ ଅଜିଙ୍କ୍ୟ ରାହାନେ ମଧ୍ୟ ଟୁଇଟ୍‌ କରି ତାଙ୍କ ଅଭିନନନ୍ଦନ ଜଣାଇଛନ୍ତି। ଶାସ୍ତୀ କ୍ୟାରିୟରରେ ଭାରତ ପାଇଁ ୮୦ଟି ଟେଷ୍ଟ ଓ ୧୫୦ ଦିନିକିଆ ଖେଳିଛନ୍ତି। ଅନ୍ତର୍ଜାତୀୟ କ୍ୟାରିୟରରେ ଉଭୟ ଟେଷ୍ଟ ଓ ଦିନିକିଆରେ ସେ ୬, ୯୩୮ ରନ ସଂଗ୍ରହ କରିଛନ୍ତି। ସେ ମଧ୍ୟ ୨୮୦ଟି ଅନ୍ତର୍ଜାତୀୟ ଉଇକେଟ ହାସଲ କରିଛନ୍ତି। ସେ ୧୯୮୩ ବିଶ୍ୱକପ୍‌ ଚାମ୍ପିୟନ ଭାରତୀୟ ଦଳର ସଦସ୍ୟ ଥିଲେ। ୧୯୮୫ରେ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଓ୍ବଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ କ୍ରିକେଟରେ ଚାମ୍ପିୟନ ଅଫ୍‌ ଚାମ୍ପିୟନ ବିବେଚିତ ହୋଇଥିଲେ। ସେ ମଧ୍ୟ ପ୍ରଥମ ଶ୍ରେଣୀ କ୍ରିକେଟରେ ଗୋଟିଏ ଓଭରରେ ୬ଟି ଛକା ମାରି କିମ୍ବଦନ୍ତୀ ଓ୍ବେଷ୍ଟଇଣ୍ଡିଜ ଅଲରାଉଣ୍ଡର ଗ୍ରାରୀ ସୋବର୍ସଙ୍କ ରେକର୍ଡର ସମକକ୍ଷ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri