ଜନ୍ମମାଟିରେ ଅର୍ଜୁନ ସେଠୀଙ୍କ ଶେଷକୃତ୍ୟ

ଭଦ୍ରକ ଅଫିସ/ବନ୍ତ,୧୦।୬(ଡି.ଏନ୍‌.ଏ./ସ୍ବ.ପ୍ର.)- ଭଦ୍ରକ ମାଟିର ବର୍ଷିୟାନ ରାଜନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ଚରଣ ସେଠୀଙ୍କ ଶେଷକୃତ୍ୟ ମଙ୍ଗଳବାର ଜନ୍ମମାଟି ବନ୍ତ ବ୍ଲକ ଓଡ଼ଙ୍ଗଠାରେ ସମ୍ପନ୍ନ ହୋଇଛି। ମରଶରୀରକୁ ଏକ ସୁସଜ୍ଜିତ ଗାଡ଼ିରେ ଭୁବନେଶ୍ୱରରୁ ଭଦ୍ରକ ଅଭିମୁଖେ ଅଣାଯାଇଥିଲା। ଭଦ୍ରକ ସହର ପରିକ୍ରମା କରାଯାଇ ବସ୍‌ଷ୍ଟାଣ୍ଡ ନିକଟସ୍ଥ ବାସଭବନ ଓ ଭାଜପା କାର୍ଯ୍ୟାଳୟକୁ ନିଆଯାଇଥିଲା। ସହର ପରିକ୍ରମା ସମୟରେ ଉଭୟପାର୍ଶ୍ୱ ଲୋକାରଣ୍ୟ ହୋଇଉଠିଥିଲା। ଏହି ସମୟରେ ରାଜ୍ୟ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ବିଧାନସଭାର ବିରୋଧୀଦଳ ଉପନେତା ବିଷ୍ଣୁ ସେଠୀ, ଏମ୍‌ପି ମଞ୍ଜୁଲତା ମଣ୍ଡଳ, ବିଧାୟକ ସଞ୍ଜୀବ କୁମାର ମଲ୍ଲିକ, ବିଷ୍ଣୁବ୍ରତ ରାଉତରାୟ, ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ବାଲେଶ୍ୱର-ଭଦ୍ରକ ସମବାୟ ସମିତି ସଭାପତି ରଘୁନାଥ ଲେଙ୍କା, ଧାମନଗର ବ୍ଲକ ଅଧ୍ୟକ୍ଷ ଅଶୋକ ନାୟକ, ଭାଜପା ପୂର୍ବତନ ଜିଲା ସଭାପତି ବଦ୍ରିନାରାୟଣ ଧଳ, ଡ. ପ୍ରଦୀପ ନାୟକଙ୍କ ସମେତ ବିଜେଡ଼ି ଓ ଭାଜପାର ବହୁ ନେତୃବୃନ୍ଦ ଶେଷ ଦର୍ଶନ କରିଥିଲେ। ଏହାପରେ ତାଙ୍କ ଜନ୍ମ ମାଟି ତଥା ଓଡ଼ଙ୍ଗ ଗ୍ରାମକୁ ଶେଷକୃତ୍ୟ ପାଇଁ ନିଆଯାଇଥିଲା ା ଶୋଭାଯାତ୍ରା ଓଡ଼ଙ୍ଗ ଓ ସରମରା ପରିକ୍ରମା କରିବା ପରେ ତାଙ୍କ ବାସଭବନଠାରେ ପହଞ୍ଚତ୍ଥିଲା ା ଶବାଧାର ନିକଟରେ ଜ୍ୟେଷ୍ଠ ପୁତ୍ର ଅଭିମନ୍ୟୁ ସେଠୀ ଉପସ୍ଥିତ ଥିଲେ। ଶେଷ ଦର୍ଶନ ପାଇଁ ପୂର୍ବତନ ରାଜସ୍ବ ମନ୍ତ୍ରୀ ମନ ମୋହନ ସାମଲ, ପ୍ରତାପ ଧଳ, ପୂର୍ବତନ ବିଧାୟକ ପ୍ରଫୁଲ୍ଲ ଜେନା, ବ୍ଲକ ଅଧ୍ୟକ୍ଷ ଦେବେନ୍ଦ୍ର ଜେନା, ଉପାଧ୍ୟକ୍ଷା ମଞ୍ଜୁଲତା ଜେନା, ଜିଲା ପରିଷଦ ସଭ୍ୟା ରେବତୀ ନାୟକ, ଅଧ୍ୟାପକ ଡ.ସୁଧାଂଶୁ ନାୟକ, ବ୍ଲକ ବିଜେଡି ସଭାପତି କମଳାକାନ୍ତ ସାହୁ, ଭାଜପା ନେତ୍ରୀ ପଙ୍କଜିନୀ ଲେଙ୍କା, ବରିଷ୍ଠ ନେତା ଦେବେନ୍ଦ୍ର ତ୍ରିପାଠୀ, ଶିକ୍ଷକ ରମାକାନ୍ତ ରାଉତଙ୍କ ସମେତ ବିଭିନ୍ନ ଦଳର ନେତୃବୃନ୍ଦ ଯୋଗ ଦେଇ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ସୋମବାର ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଅର୍ଜୁନଙ୍କ ପରଲୋକ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri