ଜନ୍ମମାଟିରେ ଶହୀଦ ଅଜିତ୍‌ଙ୍କ ମରଶରୀର: ଶେଷ ଦର୍ଶନ ପାଇଁ ଗ୍ରାମରେ ଜନସମୁଦ୍ର, ଗ୍ରାମ ଶ୍ମଶାନରେ କରାଯିବ ଶେଷକୃତ୍ୟ

କାମାକ୍ଷାନଗର,୨୦।୬(ଡି.ଏନ୍‌.ଏ.): ଶହୀଦ ଅଜିତ୍‌ ସାହୁଙ୍କ ମରଶରୀର ଜନ୍ମମାଟି ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ବଡ଼ସୁଆଁଳ ଗ୍ରାମରେ ପହଞ୍ଚିଛି। ସେଠାରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ବହୁ ପ୍ରଶାସନିକ ଅଧିକାରୀଙ୍କ ସହ ନିକଟସ୍ଥ ଗ୍ରାମର ହଜାର ହଜାର ସଂଖ୍ୟାରେ ଲୋକ ଅଜିତ୍‌ଙ୍କ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ତେବେ ଶହୀଦଙ୍କ ମରଶରୀରକୁ ପୈତୃକ ଘରକୁ ଅଣାଯିବା ପରେ ସେଠାରେ ଗାର୍ଡ ଅଫ୍‌ ଅନର୍‌ ଦିଆଯାଇଛି। ଏହାପରେ ଗ୍ରାମ ଶ୍ମଶାନରେ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ଜଣାପଡ଼ିଛି।


ବାୟୁସେନାର ସ୍ବତନ୍ତ୍ର ବିମାନଯୋଗେ ଭୁବନେଶ୍ୱର ବିମାନବନ୍ଦରରେ ଅଜିତ୍‌ଙ୍କ ପ୍ରାର୍ଥୀବ ଶରୀର ପହଞ୍ଚିବା ପରେ ୧୨୦ ବାଟାଲିୟନରେ ରଖାଯାଇଥିଲା। ସେଠାରେ ରାଜ୍ୟପାଳ ଗଣେଶୀ ଲାଲଙ୍କ ସମେତ ବହୁ ମନ୍ତ୍ରୀ ଓ ନେତା ପହଞ୍ଚି ଶହୀଦଙ୍କ ଶେଷଦର୍ଶନ କରି ଶ୍ରଦ୍ଧାଞ୍ଜଳି ଦେଇଥିଲେ। ଏହାପରେ ମରଶରୀରକୁ ଜନ୍ମମାଟିକୁ ନିଆଯାଇଥିଲା। ପ୍ରଥମେ ଢେଙ୍କାନାଳ ମିନି ଷ୍ଟାଡିୟମଠାରେ ଅଜିତ୍‌ଙ୍କୁ ଗାର୍ଡ ଅଫ୍‌ ଅନର୍‌ ଦିଆଯିବା ପରେ କାମାକ୍ଷାନଗର ଅଭିମୁଖେ ଅଣାଯାଇଥିଲା। ପଣ୍ଡୁଆ ଛକଠାରୁ ପୈତୃକ ଗ୍ରାମ ବଡ଼ସୁଆଁଳ ଗ୍ରାମକୁ ଦୀର୍ଘ ୨୦ କିମି ଧରି ଏକ ବିଶାଳ ଶୋଭାଯାତ୍ରା କରି ତାଙ୍କୁ ନିଆଯାଇଥିଲା। ଆଣିବା ବାଟରେ କାମାକ୍ଷାନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟ, ଗ୍ରାମର ବିଦ୍ୟାଳୟ ଆଦି ସ୍ଥାନରେ କିଛି ସମୟ ଲାଗି ମରଶରୀରକୁ ରଖାଯାଇଥିଲା। ଏହାପରେ ଘରକୁ ଅଣାଯାଇଛି। ସେଠାରେ ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ, ଏସ୍‌ପି ଅନୁପମା ଜେମ୍ସ, ଉପଜିଲାପାଳ ବିଷ୍ଣୁପ୍ରସାଦ ଆଚାର୍ଯ୍ୟ, ତହସିଲଦାର ସୁଧାଂଶୁ ମହାନ୍ତି, ରାଜସ୍ବ ଅଧିକାରୀ ମନୋଜ କୁମାର ମାଝୀ, ଏସ୍‌ଡିପିଓ ସୁପ୍ରସନ୍ନ ମଲ୍ଲିକ, କାମାକ୍ଷାନଗର ଥାନାଧିକାରୀ ନିରଞ୍ଜନ ସେଠୀଙ୍କ ସମେତ ବହୁ ସରପଞ୍ଚ, ସମିତିସଭ୍ୟ ଉପସ୍ଥିତ ରହି ଶେଷଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଠଫାଳିଆରେ ମା’ଙ୍କୁ ପିଟିପିଟି ମାରିଦେଲେ ଝିଅ

ଭୁବନ,୨୭ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ମଝିପାଳ ଗ୍ରାମରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଝିଅର କାଠଫାଳିଆ ମାଡ଼ରେ ମାଆଙ୍କ ମୃତ୍ୟୁ ଘଟିଛି।...

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଧାୟକଙ୍କ ଫେସ୍‌ବୁକ୍‌ ପୋଷ୍ଟ ନେଇ ଜୋର୍‌ଦାର ଚର୍ଚ୍ଚା

ଢେଙ୍କାନାଳ,୨୨ା୪(ରତନ ନାୟାର):ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଧୀର କୁମାର ସାମଲଙ୍କ ଏକ ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ସଦର...

ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ

ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି।...

ଅବିନାଶ, ରୁଦ୍ର ପାଣିଙ୍କୁ ଟକ୍କର ଦେବେ ସସ୍ମିତା ବେହେରା

ଢେଙ୍କାନାଳ,୧୪ା୪(ରତନ ନାୟାର)ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସମ୍ପାଦିକା ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସସ୍ମିତା ବେହେରାଙ୍କୁ କଂଗ୍ରେସ ଢେଙ୍କାନାଳ ଲୋକ ସଭା ଆସନରୁ ପ୍ରାର୍ଥୀ...

ନିର୍ବାଚନୀ ତାତି ବଢ଼ାଉଛି ୫୫ନଂ. ଜାତୀୟ ରାଜପଥ

ଢେଙ୍କାନାଳ,୧୨ା୪(ରତନ ନାୟାର): କଟକରୁ ଢେଙ୍କାନାଳ ଓ ଅନୁଗୋଳ ଦେଇ ସମ୍ବଲପୁରକୁ ଲମ୍ବିଥିବା ୫୫ନଂ. ଜାତୀୟ ରାଜପଥର ଅଧାପନ୍ତରିଆ ଅବସ୍ଥା ଏବେ ନିର୍ବାଚନୀ ପ୍ରସଙ୍ଗ ପାଲଟିଛି। ଢେଙ୍କାନାଳ,...

ହିନ୍ଦୋଳ ଆସନକୁ ନେଇ ଅଙ୍କ ଛିଡୁନି

ଢେଙ୍କାନାଳ,୧୧ା୪(ରତନ ନାୟାର)ଢେଙ୍କାନାଳ ଏମ୍‌ପି ନିର୍ବାଚନ ପାଇଁ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ସେହିପରି ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଢେଙ୍କାନାଳ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri