ଜବରଦଖଲ ଉଚ୍ଛେଦ ନୋଟିସକୁ ପୌରାଞ୍ଚଳ ପଟ୍ଟାବିହୀନ ବାସିନ୍ଦା ସଂଘର ବିରୋଧ

ବାରିପଦା ଅଫିସ,୨୯।୭- ବାରିପଦା ସହର ଦେବେନ୍ଦ୍ରପୁରରେ ବସବାସ କରୁଥିବା ପଟ୍ଟା ବିହୀନ ବାସିନ୍ଦାଙ୍କୁ ଜବରଦଖଲ ସ୍ଥାନରୁ ଉଚ୍ଛେଦ କରିବା ପାଇଁ ଜିଲା ପ୍ରଶାସନ ନୋଟିସ ଜାରି କରିଛି। ଏହାକୁ ପୌରାଞ୍ଚଳ ପଟ୍ଟାବିହୀନ ସଂଘର ସଭାପତି ନନ୍ଦ କୁମାର ମହାପାତ୍ର ଓ ସମ୍ପାଦକ କାହ୍ନୁଚରଣ ବେହେରା ବିରୋଧ କରିଛନ୍ତି। ଅମାନବୀୟ ଭାବେ ପ୍ରଶାସନ ନୋଟିସ କରିଥିବା ସଂଘ ଅଭିଯୋଗ କରିଛିି। ଏହା ବିରୋଧରେ ସଂଘ ଆନ୍ଦୋଳନ କରିବ ବୋଲି ଏକ ପ୍ରେସ ବିବୃତିରେ ସୂଚନା ଦିଆଯାଇଛି। ସଂଘର ଅଭିଯୋଗ ମୁତାବକ ଦେବେନ୍ଦ୍ରପୁରରେ ବହୁ ପଟ୍ଟାବିହୀନ ପରିବାର ଦୀର୍ଘ ୨୦ ବର୍ଷ ହେବ ରହିଆସୁଛନ୍ତି। ସେମାନଙ୍କୁୂ ହଠାତ ଉଚ୍ଛେଦ କଲେ ସେମାନେ ଅସହାୟ ହୋଇ ପଡିବେ। ଏହି ଲୋକମାନେ ବସବାସ କରୁଥିବା ଜାଗା ୨୦୧୭ ପୂର୍ବରୁ ଆରଡିହ ଜାଗା ଭାବେ ଚିହ୍ନିତ ଥିଲା। ପରେ ଏହା ସରକାରୀ ଖାତାକୁ ଆସିଛି। ଅନ୍ୟପକ୍ଷେ ରାଜ୍ୟ ସରକାରଙ୍କ ପକ୍ଷରୁ ପଟ୍ଟାବିହୀନ ବସ୍ତି ବାସିନ୍ଦାଙ୍କୁ ଥଇଥାନ କରିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ସେମାନଙ୍କୁ ପ୍ରଥମେ ଜମି ପଟ୍ଟା ଦିଆଯାଇ ଜମି ଅଧିକାର ପ୍ରଦାନ କରିବା ନେଇ ବିଜ୍ଞପ୍ତିରେ ଉଲ୍ଲେଖ ରହିଛି। ମାତ୍ର ରାଜ୍ୟ ସରକାର ତଥା ଜିଲା ପ୍ରଶାସନ ଏଥିପ୍ରତି ଗୁରୁତ୍ୱ ଦେଉନାହାନ୍ତି। ସହରର ଅନେକ ସ୍ଥାନରେ ଆରଡିହ ଜମି ଫାଙ୍କା ପଡିଥିବା ବେଳେ କେତେକ ପ୍ରଭାବଶାଳୀ ବ୍ୟକ୍ତି ଏହାକୁ ମାଡି ବସିଛନ୍ତି। ଏପରିସ୍ଥଳେ ବାରିପଦା ଉପଜିଲାପାଳଙ୍କ କାର୍ଯ୍ୟାଳୟର ଓପିପି(ଇୟୁଓ) ମାମଲା ନଂ.-୪/୨୦୧୯ ଅନୁସରଣରେ ପି.ଆର ନଂ.-୨୯ (୨୪ା୭ା୨୦୧୯)ରେ ଦେବେନ୍ଦ୍ରପୁରରେ ବସବାସ କରୁଥିବା ପଟ୍ଟା ବିହୀନ ପରିବାରଗୁଡିକୁ ଆସନ୍ତା ୩୦ ତାରିଖରେ ହାଜର ହୋଇ କୈଫିୟତ ଦେବାକୁ ନୋଟିସ କରାଯାଇଛି। ଉତ୍ତର ଠିକ୍‌ ନ ଦେଇ ପାରିଲେ ଜବରଦଖଲ ଉଚ୍ଛେଦ କରାଯିବ। ଏହି ନୋଟିସ ଓ ଉଚ୍ଛେଦ ପ୍ରସ୍ତାବକୁ ସଂଘ ବିରୋଧ କରିଛି। ଆଗାମୀ ଦିନରେ ସଂଘ ରାଜରାସ୍ତାକୁ ଓହ୍ଳାଇବ ବୋଲି ନିଷ୍ପତ୍ତି ନିଆଯାଇଥିବା ସଭାପତି ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?