ଜବରଦଖଲ ଉଚ୍ଛେଦ ପାଇଁ ଗ୍ରାମବାସୀଙ୍କ ପ୍ରତିବାଦ ସଭା

ବେତନଟୀ, ୭ା୬(ଡି.ଏନ.ଏ)-ବେତନଟୀ ମହାବିଦ୍ୟାଳୟ ନିକଟ ରେଳଫାଟକରୁ ମହୁଲିଆକୁ ଯାଇଥିବା ରାସ୍ତାପାର୍ଶ୍ୱରେ ଦେବତ୍ତୋର ବିଭାଗର କେତେକ ଜମି ରହିଛି। ପ୍ରାୟ ଏକ ସପ୍ତାହ ମଧ୍ୟରେ ୨୦ଏକରରୁ ଊର୍ଦ୍ଧ୍ୱ ଦେବତ୍ତୋର ଜମିକୁ ବାଡ଼ ବସାଇବା ସହିତ ହିଡ଼ ମଧ୍ୟ ଦେଉଥିଲେ l ଏହି ଖବର ଜାଣିବା ପରେ ମଧ୍ୟ କେତେକ ନେତୃସ୍ଥାନୀୟ ଲୋକଙ୍କ ପ୍ରତିବାଦ ନ କରିବାରୁ ଗ୍ରାମବାସୀ ଏହାକୁ ବିରୋଧ କରିଥିଲେ l ଶନିବାର ଶତାଧିକ ଗ୍ରାମବାସୀ ଏହି ବାଡକୁ ଉଠାଇବା ସହ ଏକ ପ୍ରତିବାଦ ସଭା କରିଥିଲେ। ସଭାରେ ଏହି ଜମିରେ ସୁରକ୍ଷାର ଦାବି ଉଠିବା ସହ ବାରିପଦା ଉପଜିଲାପାଳଙ୍କ ନିକଟକୁ ଦସ୍ତଖତ ସମ୍ବଳିତ ଏକ ଲିଖିତ ଅଭିଯୋଗ ଦେବା ପାଇଁ ନିଷ୍ପତ୍ତି ହୋଇଛି l ପୂର୍ବତନ ବେତନଟୀ ସରପଞ୍ଚ ପାନମଣି ମୁର୍ମୁ, ବର୍ତ୍ତମାନର ସରପଞ୍ଚ ଦୁଃଖିଆ ମୁର୍ମୁ, ଉମାକାନ୍ତ ମହାନ୍ତ, ଦୈତାରୀ ମହାନ୍ତ, ହେମାକାନ୍ତ ମହାନ୍ତ ପ୍ରମୁଖ ଶତାଧିକ ବ୍ୟକ୍ତି ଉପସ୍ଥିତ ଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ

ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି ।  ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି…

ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…

ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ…

ନଦୀରେ ଗୋଧୋଇବାକୁ ଯିବା ହେଲା କାଳ, ପାଣିରେ ବୁଡ଼ି ଚାଲିଗଲା ୨ଜୀବନ

ଝାରସୁଗୁଡ଼ା,୧୪।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଇବ ନଦୀକୁ ରବିବାର ଅପରାହ୍ନରେ ଗାଧୋଇ ଯାଇଥିବା ସମୟରେ ପାଣିରେ ବୁଡ଼ି ଦୁଇ ଜଣ ଯୁବକଙ୍କର ଅକାଳ…

କୋରାପୁଟରେ ରଜ ମହୋତ୍ସବ

କୋରାପୁଟ,୧୪।୬(ଅମିତାଭ ବେହେରା ): ଓଡ଼ିଶାର ଗଣପର୍ବ ରଜର ଉତ୍ସାହ ଏବେ ଗାଁଠୁ ସହର ସବୁଠି ପରିଲକ୍ଷିତ ହେଉଛି। ଏହି ପରିପ୍ରେକ୍ଷୀରେ କୋରାପୁଟ ସ୍ଥିତ ସ୍ଥାନୀୟ ଦକ୍ଷତା ବୃଦ୍ଧି…

ନାଳରୁ ମିଳିଲା ମୃତଦେହ: କାରଣ ଖୋଜୁଛି ପୋଲିସ

ବଞ୍ଚୋ,୧୪।୬:(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ ନାନିକାବାହାଳି ଗ୍ରାମ ନିକଟସ୍ଥ ଗଣ୍ଡନାଳରୁ ପୋଲିସ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ…

ଭାରସାମ୍ୟ ହରାଇ ଗଛକୁ ପିଟିଲା ବୁଲେଟ୍, ୩….

ଭଞ୍ଜନଗର,୧୪।(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସୋରଡ଼ା ରାସ୍ତାର କଣ୍ଟେଇପଲ୍ଲୀ ଛକ ନିକଟରେ ଥିବା ଜଳଭଣ୍ଡାର ଗୋଲେଇ ଠାରେ ବଡ଼ ସଡ଼କ ଦୁର୍ଘଟଣା ହୋଇଛି । ରବିବାର…

ଚାମେଲି ଓଝାଙ୍କ ସମର୍ଥନରେ ବେତାଳିଗାଁ ବଜାରରେ ବିଶାଳ ପ୍ରତିବାଦ ସଭା, ଗର୍ଜିଲେ ଜନସାଧାରଣ

ତିହିଡ଼ି,୧୪।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବେତାଳିଗାଁ ବଜାରଠାରେ ପାଳାସାହି ଗ୍ରାମପଞ୍ଚାୟତ ପକ୍ଷରୁ ଏକ ବିଶାଳ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି । କେନ୍ଦ୍ରାପଡା…

ଶୌଚ ହେବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ବୃଦ୍ଧ, କଚାଡ଼ି ମାରିଦେଲା

ମୋରଡା,୧୪।୬(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ବ୍ଲକରେ ବର୍ଷ ତମାମ ହାତୀ ଉପଦ୍ରଵ ଲାଗି ରହିଥିବା ବେଳେ ଦିନକୁ ଦିନ ଧନଜୀବନ କ୍ଷୟକ୍ଷତି ବୃଦ୍ଧି ପାଉଥିବାର ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri