ଜବରଦଖଲ ଉଚ୍ଛେଦ : ପାତରଅନ୍ତରକୁ ବିରୋଧ କଲେ ବ୍ୟବସାୟୀ

ଆନନ୍ଦପୁର,୬ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁରର ଜନଗହଳିପୂର୍ଣ୍ଣ ବ୍ରିଜଛକରେ ପୌରପ୍ରଶାସନ ପକ୍ଷରୁ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଗୁରୁବାର ତ୍ୱରାନ୍ବିତ ହୋଇଛି। ପୂର୍ବରୁ ଉଚ୍ଛେଦ ପାଇଁ ପ୍ରଶାସନ ପକ୍ଷରୁ ବ୍ୟବସାୟୀମାନଙ୍କୁ ୨୪ ଘଣ୍ଟିିଆ ନୋଟିସ୍‌ ଦିଆଯାଇଥିଲା। ନୋଟିସ ପାଇବା ପରେ ବ୍ୟବସାୟୀମାନେ ଦୁଇଦିନ ଧରି ନିଜ ନିଜର ବ୍ୟବସାୟ ପ୍ରତିଷ୍ଠାନକୁ ଅନ୍ୟତ୍ର ସ୍ଥାନାନ୍ତର କରିବାରେ ଲାଗିପଡ଼ିଥିଲେ। ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ, ଗୁରୁବାର ପୌର ଅଧିକାରୀ ସୀତାଂଶୁ ଶେଖର ସାମଲ, ଆନନ୍ଦପୁର ତହସିଲଦାର ତପନ କୁମାର ନାୟକ, ହାଟଡିହୀ ତହସିଲଦାର ଗାୟତ୍ରୀ ସୋରେନ, ଆନନ୍ଦପୁର ଆଇଆଇସି ଗଗନ ବିହାରୀ ବିଶ୍ୱାଳ ଏବଂ ଦୁଇ ପ୍ଲାଟୁନ୍‌ ପୋଲିସ ଫୋର୍ସଙ୍କ ଉପସ୍ଥିତିରେ ଜବରଦଖଲ ଉଚ୍ଛେଦ କରାଯାଇଥିଲା। ୩୫ ଜଣଙ୍କୁ ନୋଟିସ୍‌ ଦିଆଯାଇ ଉଚ୍ଛେଦ କରାଯାଇଥିଲା। ଏହି ଉଚ୍ଛେଦ ପ୍ରକ୍ରିୟାରେ ପାତରଅନ୍ତର ହେଉଥିବା ଅଭିଯୋଗ କରି ବ୍ୟବସାୟୀ ବାପି ଦାସ, ଅଚ୍ୟୁତ ସିଂହ, ସେକ୍‌ ବାବୁ, ହରେକୃଷ୍ଣ ସାହୁ, ଦୁର୍ଯ୍ୟୋଧନ ବେହେରା, ଦଶରଥ ରାଜ, ନାରାୟଣ ସାହୁ, ସୁଜିତ୍‌ କୁମାର ସାହୁ, ପ୍ରଦ୍ୟୁମ୍ନ ହଜାରୀ, ମୁରଲୀଧର ମିଶ୍ର, କ୍ଷୀରୋଦ କୁମାର ସିଂହ, କୁନାଲ ସିଂହ, ଗୌରୀଶଙ୍କର ରଣା, ପେଟା ରଣା ପ୍ରମୁଖ ଥଇଥାନ ଦାବିରେ ପୌର କର୍ତ୍ତୃପକ୍ଷଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ। ତୁରନ୍ତ ଏ ଦିଗରେ ଧ୍ୟାନ ଦିଆଯାଇ ଯଥା ସମ୍ଭବ ଭେଣ୍ଡିଂଜୋନ୍‌ ମାଧ୍ୟମରେ ଥଇଥାନ କରାଯିବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri