ଜବରଦଖଲ ଉଚ୍ଛେଦ : ପାତରଅନ୍ତରକୁ ବିରୋଧ କଲେ ବ୍ୟବସାୟୀ

ଆନନ୍ଦପୁର,୬ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁରର ଜନଗହଳିପୂର୍ଣ୍ଣ ବ୍ରିଜଛକରେ ପୌରପ୍ରଶାସନ ପକ୍ଷରୁ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଗୁରୁବାର ତ୍ୱରାନ୍ବିତ ହୋଇଛି। ପୂର୍ବରୁ ଉଚ୍ଛେଦ ପାଇଁ ପ୍ରଶାସନ ପକ୍ଷରୁ ବ୍ୟବସାୟୀମାନଙ୍କୁ ୨୪ ଘଣ୍ଟିିଆ ନୋଟିସ୍‌ ଦିଆଯାଇଥିଲା। ନୋଟିସ ପାଇବା ପରେ ବ୍ୟବସାୟୀମାନେ ଦୁଇଦିନ ଧରି ନିଜ ନିଜର ବ୍ୟବସାୟ ପ୍ରତିଷ୍ଠାନକୁ ଅନ୍ୟତ୍ର ସ୍ଥାନାନ୍ତର କରିବାରେ ଲାଗିପଡ଼ିଥିଲେ। ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ, ଗୁରୁବାର ପୌର ଅଧିକାରୀ ସୀତାଂଶୁ ଶେଖର ସାମଲ, ଆନନ୍ଦପୁର ତହସିଲଦାର ତପନ କୁମାର ନାୟକ, ହାଟଡିହୀ ତହସିଲଦାର ଗାୟତ୍ରୀ ସୋରେନ, ଆନନ୍ଦପୁର ଆଇଆଇସି ଗଗନ ବିହାରୀ ବିଶ୍ୱାଳ ଏବଂ ଦୁଇ ପ୍ଲାଟୁନ୍‌ ପୋଲିସ ଫୋର୍ସଙ୍କ ଉପସ୍ଥିତିରେ ଜବରଦଖଲ ଉଚ୍ଛେଦ କରାଯାଇଥିଲା। ୩୫ ଜଣଙ୍କୁ ନୋଟିସ୍‌ ଦିଆଯାଇ ଉଚ୍ଛେଦ କରାଯାଇଥିଲା। ଏହି ଉଚ୍ଛେଦ ପ୍ରକ୍ରିୟାରେ ପାତରଅନ୍ତର ହେଉଥିବା ଅଭିଯୋଗ କରି ବ୍ୟବସାୟୀ ବାପି ଦାସ, ଅଚ୍ୟୁତ ସିଂହ, ସେକ୍‌ ବାବୁ, ହରେକୃଷ୍ଣ ସାହୁ, ଦୁର୍ଯ୍ୟୋଧନ ବେହେରା, ଦଶରଥ ରାଜ, ନାରାୟଣ ସାହୁ, ସୁଜିତ୍‌ କୁମାର ସାହୁ, ପ୍ରଦ୍ୟୁମ୍ନ ହଜାରୀ, ମୁରଲୀଧର ମିଶ୍ର, କ୍ଷୀରୋଦ କୁମାର ସିଂହ, କୁନାଲ ସିଂହ, ଗୌରୀଶଙ୍କର ରଣା, ପେଟା ରଣା ପ୍ରମୁଖ ଥଇଥାନ ଦାବିରେ ପୌର କର୍ତ୍ତୃପକ୍ଷଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ। ତୁରନ୍ତ ଏ ଦିଗରେ ଧ୍ୟାନ ଦିଆଯାଇ ଯଥା ସମ୍ଭବ ଭେଣ୍ଡିଂଜୋନ୍‌ ମାଧ୍ୟମରେ ଥଇଥାନ କରାଯିବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରୁନି ପୋଲ ସଂଯୋଗୀକରଣ ରାସ୍ତା

ବାଲେଶ୍ୱର,୨୯ା୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ତେନ୍ତୁଳିଦା ପଞ୍ଚାୟତ ବୋଇତବାଙ୍କ ଘାଟରେ ଦୀର୍ଘ ଦିନ ହେବ ବିଜୁ ସେତୁ ନିର୍ମାଣ ସରିଥିଲେ ମଧ୍ୟ ସଂଯୋଗୀକରଣ...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

ଗୌତମବୁଦ୍ଧଙ୍କୁ ଟିକେଟ୍‌, ଅନନ୍ତ ଦାସଙ୍କ ପୁଅ ନିରାଶ

ଭୋଗରାଇ,୨୭।୪: ୩ଟି ଆସନରେ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଗୌତମବୁଦ୍ଧ ଦାସଙ୍କୁ ଟିକେଟ୍‌ ମିଳିଛି। ଗୌତମଙ୍କୁ ଭୋଗରାଇ ଆସନରୁ ଟିକେଟ୍‌ ମିଳିଛି।...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ସରପଞ୍ଚରୁ ବିଧାୟିକା ପ୍ରାର୍ଥୀ

ବାଲେଶ୍ୱର,୨୧।୪(ମାନସ ବିଶ୍ୱାଳ)ବାଲେଶ୍ୱର ଜିଲାର ଦୁଇଟି ବିଧାନସଭା ଆସନର ପ୍ରାର୍ଥୀଙ୍କ ନାମ ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଘୋଷଣା କରିଛି। ରେମୁଣା ବିଧାନସଭା କ୍ଷେତ୍ରରୁ ବିଦ୍ୟାସ୍ମିତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri