ଜବରଦଖଲ ଉଚ୍ଛେଦ ବେଳେ ଅଧିକାରୀ, ପୋଲିସକୁ ମାଡ଼; ୩ ଗିରଫ

ପଦ୍ମପୁର, ୧୪ା୨(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଲକ୍ଷ୍ମୀଦାସପୁର ପଞ୍ଚାୟତର ବନ୍ଧସାହି ଠାରେ ସରକାରୀ ଜମି ଜବରଦଖଲ ଉଚ୍ଛେଦ ବେଳେ ଅତିରିକ୍ତ ତହସିଲଦାର ଓ ପୋଲିସକୁ ଦୁର୍ବ୍ୟବହାର ସହ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି।
ଏହି ଘଟଣାରେ ୩ଜଣଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି।
ଘଟଣାରୁ ପ୍ରକାଶ ଯେ, ଉକ୍ତ ଗ୍ରାମର ହରେକୃଷ୍ଣ ବାରିକ ସରକାରୀ ଜମି ଖାତା ୨୭୨ ଖସଡ଼ା ୬୫୭କୁ ଜବରଦଖଲ କରିଥିଲେ। ଫଳରେ ଗ୍ରାମକୁ ଦୀର୍ଘଦିନ ହେଲା ରାସ୍ତାନିର୍ମାଣ ହୋଇପାରିନଥିବା ବେଳେ ଗ୍ରାମବାସୀ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ। ଏହି ଘଟଣାରେ ବାସୁଦେବପୁର ତହସିଲରେ ଜବରଦଖଲ ମାମଲା(ନଂ ୧୧୮/୧୯) ରୁଜୁ ହୋଇଥିଲା। ବୁଧବାର ଅତିରିକ୍ତ ତହସିଲଦାର ରାଧାକାନ୍ତ ବାରିକ, ନାୟକାଣିଡିହୀ ଥାନାଧିକାରୀ ଉମାଶଙ୍କର ନାୟକ, ଏଏସ୍‌ଆଇ ଦୀଲ୍ଲିପ କୁମାର ଦେହୁରୀ ଜବରଦଖଲ ଉଚ୍ଛେଦ ଲାଗି ଜେସିବି ନେଇ ଉକ୍ତ ଗ୍ରାମରେ ପହଞ୍ଚତ୍ଥିଲେ। ଏହି ସମୟରେ ଜବରଦଖଲକାରୀଙ୍କ ପରିବାର ଜେସିବି ସାମ୍ନାରେ ବସି ରହି ଉଚ୍ଛେଦ ପ୍ରକ୍ର୍ରିୟାକୁ ବିରୋଧ କରିଥିଲେ। ପୋଲିସ ସେମାନଙ୍କୁ ସେଠାରୁ ଉଠାଇବା ଲାଗି ଚେଷ୍ଟା କରିବାରୁ ସେମାନେ ଅଧିକାରୀ ଓ ପୋଲିସ କର୍ମଚାରୀଙ୍କୁ ଠେଙ୍ଗାରେ ପିଟିବା ସହ ଜୀବନରୁ ମାରିଦେବାକୁ ଧମକ ଦେଇଥିଲେ। ଉତ୍ତେଜନା ବଢ଼ିବା ଖବର ପାଇ ତହସିଲଦାର ସୌମ୍ୟଶ୍ରୀ ପାଣିଗ୍ରାହୀ ଘଟଣା ସ୍ଥଳରେ ପହଞ୍ଚତ୍ଥିଲେ। ପୋଲିସ ଜବରଦଖଲକାରୀଙ୍କୁ ସେ ସ୍ଥାନରୁ ହଟାଇବା ସହ ୩ ଜଣଙ୍କୁ ଗିରଫ କରିଥିଲା। ସେମାନେ ହେଲେ ହରେକୃଷ୍ଣ ବାରିକ, ରବିମଣି ବାରିକ ଓ ରଜନୀ ବାରିକ। ଏହି ଘଟଣାକୁ ନେଇ ଅତିରିକ୍ତ ତହସିଲଦାର ପୋଲିସ ନିକଟରେ ଅଭିଯୋଗ କରିଥିଲେ। ଗ୍ରାମର ୫ ଜଣଙ୍କ ନାମରେ ପୋଲିସ ମାମଲା(ନଂ ୧୧/୨୦) ରୁଜୁ କରିଛି। ଗୁରୁବାର ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଥାନାଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri