ଜବରଦଖଲ ଉଚ୍ଛେଦ ବେଳେ ଉତ୍ତେଜନା: ନିର୍ବାହୀ ଅଧିକାରୀଙ୍କୁ ଘେରିଲେ

ବାଲେଶ୍ୱର ଅଫିସ, ୨୬।୨-ବାଲେଶ୍ୱର ସହର ରାସ୍ତାଗୁଡ଼ିକୁ ପ୍ରଶସ୍ତ କରିବା ଲାଗି ଜିଲା ପ୍ରଶାସନ ଓ ପୌରପାଳିକା କର୍ତ୍ତୃପକ୍ଷ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ପୌରପାଳିକା କର୍ତ୍ତୃପକ୍ଷଙ୍କ ପାତରଅନ୍ତର ନୀତି ଯୋଗୁ ବିଭିନ୍ନ ବସ୍ତିରେ ଉତ୍ତେଜନା ସୃଷ୍ଟି ହେଉଛି। ଘଟଣାସ୍ଥଳରେ ଉପସ୍ଥିତ ଥିବା ନିର୍ବାହୀ ଅଧିକାରୀଙ୍କୁ ଦୀର୍ଘ ସମୟ ଧରି ଲୋକମାନେ ଘେରି ରଖିଥିବା ବେଳେ ପୋଲିସ ପହଞ୍ଚତ୍ ଉଦ୍ଧାର କରିଛି।
ପ୍ରାୟ ମାସକ ତଳେ ଗଳାପୋଖରୀ ନିକଟବର୍ତ୍ତୀ ଦରଘା ମଇଦାନ ନିକଟରେ ଅସ୍ଥାୟୀ କ୍ୟାବିନଗୁଡ଼ିକୁ ଉଚ୍ଛେଦ ସମୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା। ଏହାର ସମାଧାନ ନ ହେବାରୁ ପୁନର୍ବାର ମଙ୍ଗଳବାର ପୂର୍ବାହ୍ନରେ ପୌରପାଳିକା ନିର୍ବାହୀ ଅଧିକାରୀ ଏବଂ ଅମିନ ଅଜୟ ପରିଡ଼ା ପୋଲିସ ବଳ ଓ ଜେସିବି ମେସିନ୍‌ ଆଣି ଏକ ହୋଟେଲକୁ ଭାଙ୍ଗିବା ପାଇଁ ପଦକ୍ଷେପ ନେବାରୁ ବିବାଦ ସୃଷ୍ଟି ହୋଇଥିଲା। ତେବେ ସ୍ଥାନୀୟ ଲୋକମାନେ ଉକ୍ତ ହୋଟେଲକୁ ନିଜେ ଭାଙ୍ଗିବେ ବୋଲି କହିବା ପରେ ପରିସ୍ଥିତି ସ୍ବାଭାବିକ ହୋଇଥିଲା। ଉତ୍ତେଜନା ପରିସ୍ଥିତି ସୃଷ୍ଟି ହେବାରୁ ଟାଉନ ଥାନା ଅଧିକାରିଣୀ ସରୋଜିନୀ ନାୟକ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ସରକାରୀ ଜାଗାରେ ଥିବା ପ୍ରଭାବଶାଳୀ ବ୍ୟକ୍ତିଙ୍କ ଘର ଓ ନିକଟରେ ଥିବା କମ୍ୟୁନିଟି ସେଣ୍ଟରକୁ ଭାଙ୍ଗିବା ପାଇଁ ଦାବି ହୋଇଥିଲା। ପୂର୍ବରୁ ଉକ୍ତ ବ୍ୟକ୍ତିମାନଙ୍କ ଘର ମାପଚୁପ କରାଯାଇଥିବା ବେଳେ ମଙ୍ଗଳବାର ସେଠାରେ ପହଞ୍ଚତ୍ବା ବେଳକୁ ମ୍ୟୁନିସିପାଲିଟି ଅମିନ ଓ ଆର୍‌ଆଇ ଘଟଣାସ୍ଥଳରୁ ପଳାଇ ଯାଇଥିଲେ। ଏହାକୁ ନେଇ ଅଧିକ ଉତ୍ତେଜନା ଦେଖାଦେଇଥିବା ବେଳେ ପୋଲିସ ଆନ୍ଦୋଳନକାରୀଙ୍କ ସହ କଥାବାର୍ତ୍ତା ହୋଇ ସମସ୍ତ ଉଚ୍ଛେଦ ପ୍ରକ୍ରିୟାକୁ ବନ୍ଦ କରିଥିବା ଜଣାପଡ଼ିଛି। ଜିଲା ପ୍ରଶାସନ ସହିତ ଆଲୋଚନା କରି ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ଅତିରିକ୍ତ ତହସିଲଦାର ଶତ୍ରୁଘ୍ନ ସେଠୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ତାଣ୍ଡବ ରଚିଲା କାଳବୈଶାଖୀ: ଉଡିଲା ଘର ଛପର, ଭାଙ୍ଗିଲା ବଡ଼ ବଡ଼ ଗଛ

ତୁମୁଡିବନ୍ଧ,୭।୪ (ଦୀପକ କୁମାର ପରାସେଠା): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୁର୍ତମଗଡ ପଞ୍ଚାୟତ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରଚାଇଥିବାର ଗତକାଲି ଦେଖିବାକୁ ମିଳିଛି l ସୂଚନା ଅନୁସାରେ…

ନୂତନ ପ୍ରାଥମିକ କୃଷି ସମବାୟ ସମିତିର ଭିତ୍ତିପ୍ରସ୍ତର ସ୍ଥାପନ: ଅଞ୍ଚଳର ଚାଷୀମାନଙ୍କୁ ମିଳିବ ଏସବୁ ସୁବିଧା

ଲୋଇସିଂହା,୭।୪(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁଢୀପଦରଠାରେ ନୂତନ ପ୍ରାଥମିକ କୃଷି ସମବାୟ ସମିତି ଲିମିଟେଡର ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଉତ୍ସାହ ଓ ଆନନ୍ଦର…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ସ୍ବର୍ଗତ ତବଲା ବାଦକ ଲକ୍ଷ୍ମଣଙ୍କ ପରିବାରକୁ ଭେଟିଲେ ବିଧାୟକ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ବାଦକ ସ୍ବର୍ଗତ ଲକ୍ଷଣ କୁମାର ତରାଇଙ୍କ ପରିବାରଙ୍କୁ ଭେଟିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri