ଜବରଦଖଲ ଉଚ୍ଛେଦ ବେଳେ ଛାତ ଭୁଶୁଡ଼ିବା ଘଟଣା: ଜଣେ ମୃତ, ୩ ଗୁରୁତରଙ୍କ ଚିକିତ୍ସା ଜାରି

ବଅଁରପାଳ,୨୭।୧୨(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ଥାନା ନୂଆହତା ବାଲିସାହି ନିକଟରେ ଜାତୀୟ ରାଜପଥ କଡ଼ରୁ ଉଚ୍ଛେଦ କାର୍ଯ୍ୟ ଚାଲିଥିବା ସମୟରେ ଏକ ଘରର ଛାତ ଭୁଶୁଡ଼ି ପଡ଼ିଥିଲା। ଏହି ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ କୁରୁଡ଼ୁଲ ଗ୍ରାମର ଚିକୁ ସାହୁ। ସେହିଭଳି ଗୁରୁତର ଥିବା ବଡ଼କେରାର ଅଜିତ ସାହୁ, ଜୟନ୍ତ ସାହୁ ଏବଂ ଘର ମାଲିକ ଧନେଶ୍ୱର ମୁଦୁଲିଙ୍କ ଚିକିତ୍ସା ଜାରି ରହିଛି।

ସୂଚନାଯୋଗ୍ୟ ପ୍ରଶାସନ ପକ୍ଷରୁ ୫୫ନଂ. ଜାତୀୟ ରାଜପଥ ପ୍ରଶସ୍ତୀକରଣ ନିମନ୍ତେ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଚାଲୁ ରହିଥିବା ବେଳେ ଏକ ଘରର ଛାତ ଭୁଶୁଡ଼ି ପଡ଼ିବାରୁ ୪ଜଣ ଗୁରୁତର ହୋଇଥିଲେ। ସେମାନଙ୍କୁ ଉଦ୍ଧାର କରାଯାଇ ଅନୁଗୋଳ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକୁଙ୍କ ମୃତ୍ୟୁ ଘଟିଛି। ଅପରପକ୍ଷେ ଦୁର୍ଘଟଣା କିଭଳି ଘଟିଲା ସେନେଇ ବଅଁରପାଳ ପୋଲିସ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାକାଶରେ ମିଳିଲା ଶର୍କରା: ଖୋଲିବ ଜୀବନ ଉତ୍ପତ୍ତିର ରହସ୍ୟ

ନୂଆଦିଲ୍ଲୀ,୨୧।୭(ପି.ଟି): ମାନବ ଜୀବନର ଉତ୍ପତ୍ତିକୁ ନେଇ ଏବେ ମଧ୍ୟ ଗବେଷଣା ବନ୍ଦ ହୋଇନାହିଁ। ଜ୍ଞାନ ବିଜ୍ଞାନର କ୍ରମୋନ୍ନତି ସାଙ୍ଗକୁ ଏହି ଜୀବନ ଉତ୍ପତ୍ତିର ଗୂଢ଼ ରହସ୍ୟ ଖୋଲିବାକୁ…

‘ସେ ଦେଶ ପାଇଁ ନିଜ ଜୀବନ ଦେବେ’ – ରୋହିତ ଶର୍ମାଙ୍କ ପାଇଁ ମହମ୍ମଦ କୈଫଙ୍କ ଭାବପ୍ରବଣ Video

ନୂଆଦିଲ୍ଲୀ,୨୧।୭: ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ପ୍ରାୟତଃ ପ୍ରଶ୍ନ ଉଠିଛି। ସମ୍ପ୍ରତି ଗୁଜବ ଜୋର ଧରିଛି ଯେ ରୋହିତ ଲର୍ଡସରେ ତାଙ୍କର ଶେଷ ମ୍ୟାଚ ଖେଳିପାରନ୍ତି। ତଥାପି,…

CJPକୁ ସମର୍ଥନ କରିବାକୁ ଘରେ ମିଛ କହି ଦୂରଦୂରାନ୍ତର ଅଞ୍ଚଳରୁ ଆସିଛନ୍ତି ଅନେକ ଯୁବତୀ

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଆୟୋଜିତ ପ୍ରତିବାଦରେ ଅଂଶଗ୍ରହଣ କରିବା ପାଇଁ ସାରା ଦେଶରୁ ଯୁବତୀମାନେ ଦିଲ୍ଲୀରେ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରୁ ଅଧିକାଂଶ ନିଜ…

CJP ପ୍ରତିବାଦ ସହିତ ପାକିସ୍ତାନ କନେକ୍ସନ: ‘ସଂସଦ ମାର୍ଚ୍ଚ’ର ସ୍କ୍ରିପ୍ଟ କେଉଁଠାରେ ଲେଖାଯାଇଥିଲା? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୭: CJP ପ୍ରତିବାଦର ହଠାତ ବୃଦ୍ଧି ଏବଂ ଏହା ପଛରେ ସୋସିଆଲ ମିଡିଆରେ ବ୍ୟବସ୍ଥିତ କାହାଣୀ ସମ୍ପର୍କରେ ଏକ ପ୍ରମୁଖ ‘ଟୁଲକିଟ’ ଏବଂ ବିଦେଶୀ-ବିରୋଧୀ ଷଡ଼ଯନ୍ତ୍ର ଦୃଷ୍ଟିକୋଣ…

କନ୍ଧମାଳ ହଳଦୀରେ କମୁଛି କରକ୍ୟୁମିନ୍ ଉପାଦାନ, ଚାଷୀଙ୍କୁ ମିଳୁନି ଉଚିତ ମୂଲ୍ୟ

ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ବିଶ୍ୱ ପ୍ରସିଦ୍ଧ କନ୍ଧମାଳ ହଳଦୀ ଏବେ ବିପଦରେ । ସମୟ ଅନୁସାରେ, ହଳଦୀର ଚାହିଦା କମିବାରେ ଲାଗୁଥିବା ବେଳେ ଚାଷୀଙ୍କୁ ଉଚିତ ଦର ମିଳୁ…

ରାସ୍ତାକଡ଼କୁ ଓଲଟିଲା ଜଗନ୍ନାଥ ଏକ୍ସପ୍ରେସ, ୨୫ ଯାତ୍ରୀ…

ପାଳଲହଡା,୨୧।୭(ଦିବ୍ୟଜ୍ୟୋତି ଦାଶ): ରାସ୍ତାକଡ଼କୁ ଓଲଟିଲା OSRTC ଜଗନ୍ନାଥ ଏକ୍ସପ୍ରେସ । ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତାରେ ଓଲଟିପଡିଥିବା ଜଣାପଡିଛି । ଅନୁଗୁଳ ଜିଲା…

ସିକିମ ଭୂସ୍ଖଳନରେ ୭ ମୃତ, ନିର୍ମାଣାଧୀନ ସୁଡ଼ଙ୍ଗରେ ମିଥେନ ବିସ୍ଫୋରଣ, ଉଦ୍ଧାର କାର୍ଯ୍ୟ ଜାରି

ଗ୍ୟାଙ୍ଗଟକ,୨୧।୭: ଉତ୍ତର-ପୂର୍ବ ରାଜ୍ୟ ସିକିମର ଏକ ନିର୍ମାଣାଧୀନ ସୁଡଙ୍ଗରେ ସୋମବାର ଭୂସ୍ଖଳନ ହେବା ଫଳରେ ଏପର୍ଯ୍ୟନ୍ତ ୭ ଜଣଙ୍କର ମୃତ୍ୟୁ ହୋଇଛି। ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଚାଲିଛି।…

ବଳାତ୍କାର ମାମଲାରେ ଗିରଫ ହେବେ IPLର ଏହି କ୍ରିକେଟର, ସଭିଏଁ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୧।୭: କଲିକତା ହାଇକୋର୍ଟ ସୋମବାର, କ୍ରିକେଟର ଅଭିଷେକ ପୋରେଲ ଏବଂ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜଣେ ଡାକ୍ତରୀ ଛାତ୍ରୀଙ୍କ ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri