ଚିକିଟି,୨୦।୫(ଡି.ଏନ.ଏ.)-ଗଞ୍ଜାମ ଜିଲା ଚିକିଟିପେଣ୍ଠ ମୁଖ୍ୟ ବଜାରରେ ଦିନକୁ ଦିନ ଟ୍ରାଫିକ୍ ସମସ୍ୟା ଗୁରୁତର ହେବାରେ ଲାଗିଛି ।ବଜାରର ଅଣଓସାରିଆ ରାସ୍ତା ଏହାର ମୁଖ୍ୟ କାରଣ । ୧୯୭୩ରେ ଚିକିଟି ଏନ୍ଏସି ଗଠିତ ହୋଇଥିଲା । କ୍ରମବଦ୍ଧିଷ୍ଣୁ ଏହି ସହରର ମୁଖ୍ୟ ବଜାରରେ ସୁଚିନ୍ତିତ ରାସ୍ତା ନିର୍ମାଣ କରାଯାଇ ନ ଥିବାରୁ ଏହାର ପରିଣାମ ସ୍ଥାନୀୟ ଓ ଆଖପାଖ ଅଞ୍ଚଳରୁ ଆସୁଥିବା ଲୋକଙ୍କୁ ଭୋଗିବାକୁ ପଢୁଛି ।
ଚିକିଟି ଏନଏସି ୧୨ ୱାର୍ଡକୁ ନେଇ ଗଠିତ । ପ୍ରତି ୱାର୍ଡରେ ରାସ୍ତା ପାଇଁ ଅତିକମ୍ରେ ୧୨ଫୁଟ ଓ ଡ୍ରେନ୍ ପାଇଁ ରାସ୍ତାର ଉଭୟ ପାର୍ଶ୍ୱରେ ୩ ଫୁଟ ଜାଗା ରହିବା ଆବଶ୍ୟକ। ମାତ୍ର ଚିକିଟି ମୁଖ୍ୟ ବଜାର ଏବଂ ପ୍ରତି ୱାର୍ଡର ରାସ୍ତା ଏତେ ସଂକୀର୍ଣ୍ଣ ଯେ ରାସ୍ତାରେ ଦୁଇଟି ଗାଡି ଯାତାୟାତ ସମ୍ଭବ ହେଉନାହିଁ। ଅନ୍ୟପକ୍ଷରେ ପ୍ରତ୍ୟେକ ଗଳିକନ୍ଦିରେ ଉଠାଦୋକାନୀ ତଥା ବ୍ୟବସାୟୀମାନେ ଜବରଦଖଲ କରିଥିବାରୁ ରାସ୍ତା ଅଧିକ ସଂକୁଚିତ ହେଉଛି। ଏଥିପାଇଁ ଛୋଟବଡ ଦୁର୍ଘଟଣା ଘଟିବାରେ ଲାଗିଛି । କେତେଜଣ ବୟୋଜ୍ୟେଷ୍ଠ ଲୋକଙ୍କ କହିବା ଅନୁଯାୟୀ ବଜାରର ମୁଖ୍ୟ ରାସ୍ତା ୨୦ ଫୁଟରୁ ଅଧିକ ଥିଲା । ଦିନକୁ ଦିନ ଏହା ସଂକୁଚିତ ହେଉଥିବାରୁ ଟ୍ରାଫିକ ସମସ୍ୟା ସୃଷ୍ଟି ହେଉଛି। ଏଥିସହ ସରକାରୀ ଓ ବେସରକାରୀ ଉଚ୍ଚବିଦ୍ୟାଳୟ ସାଙ୍ଗକୁ ଅନ୍ୟାନ୍ୟ ସରକାରୀ କାର୍ଯ୍ୟାଳୟ ଥିବାରୁ ବଜାର ମୁଖ୍ୟ ରାସ୍ତାରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଗହଳି ଲାଗି ରହେ। ତେଣୁ ଏନଏସି କର୍ତ୍ତୃପକ୍ଷ, ଜିଲା ପ୍ରଶାସନ ଓ ପୋଲିସ୍ ପ୍ରଶାସନ ପକ୍ଷରୁ ରାସ୍ତାରୁ ଜବରଦଖଲ ହଟାଇ ଅଧିକ ଚଉଡା କରିବା ନିମନ୍ତେ ସାଧାରଣରେ ଦାବି ହେଉଛି । ଅନ୍ୟପକ୍ଷରେ ବିନା ଡ୍ରାଇଭଂ ଲାଇସେନ୍ସରେ କମ୍ ବୟସର ୨ଚକିଆ, ତିନିଚକିଆ ଓ ଚାରିଚକିଆ ଚାଳକମାନେ ବେପରୁଆ ଗାଡି ଚଳାଉ ଥିବାରୁ ସେମାନଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଶ କରିବାକୁ ଦାବି ହେଉଛି। ଏ ସମ୍ପର୍କରେ ଏନ୍ଏସି କାଯର୍ୟନିର୍ବାହୀ ଅଧିକାରୀ ସୁଜିତ କୁମାର ଚୌଧୁରୀଙ୍କୁ ପଚାରିବାରୁ ସେ ୪ ମାସ ହେଲା ଏଠାରେ ନିଯୁକ୍ତି ପାଇଛନ୍ତି, ପୂର୍ବରୁ କ’ଣ ହୋଇଛି ତାହା ଜାଣି ନ ଥିବା କହିଛନ୍ତି। ବର୍ତ୍ତମାନ ଟ୍ରାଫିକ୍ ସମସ୍ୟାର ସମାଧାନ ପାଇଁ ପ୍ରଶାସନ ସହଯୋଗରେ ଖୁବ୍ଶୀଘ୍ର ପଦକ୍ଷେପ ନିଆଯିବ ବୋଲି ସୂଚନା ଦେଇଛନ୍ତି।
ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …
ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…
ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…
ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…
ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…
ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…
ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…
ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…
ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…
ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…
ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…
ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…
ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର
ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…
‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’
ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…
Archives

