ଜବରଦସ୍ତ ଚାନ୍ଦା ଆଦାୟ:ରାଜ୍ୟର ବିଭିନ୍ନ ସ୍ଥାନରୁ ୧୩ ଗିରଫ

କଟକ ଅଫିସ, ୪ା୯:ଆରମ୍ଭ ହୋଇଛି ପାର୍ବଣ ଋତୁ। ତେଣୁ ସବୁଠି ଖୁସିର ମାହୋଲ। ତେବେ ଏହି ସୁଯୋଗରେ ପୂଜା ନାମରେ କେତେକ ଅସାଧୁ ଯୁବକ ବଳପୂର୍ବକ ଚାନ୍ଦା ଆଦାୟ କରୁଛନ୍ତି। ଏହାକୁ ନେଇ ଅନେକ ସମୟରେ ଅପ୍ରୀତିକର ଘଟଣା ଘଟିବାର ବହୁ ନଜିର ରହିଛି। ତେଣୁ ରାଜ୍ୟ ପୋଲିସ ପକ୍ଷରୁ ମଙ୍ଗଳବାର ଜବରଦସ୍ତ ଚାନ୍ଦା ଆଦାୟକାରୀଙ୍କୁ ଧରିବା ପାଇଁ ଅଭିଯାନ ଆରମ୍ଭ ହୋଇଛି। ୪ଟି ଜିଲାରେ ପୋଲିସ ପକ୍ଷରୁ ୫ଟି ମାମଲା ରୁଜୁ କରାଯାଇ ୧୩ ଜଣଙ୍କୁ ଗିରଫ କରାଯାଇଛି। ତନ୍ମଧ୍ୟରେ ଭୁବନେଶ୍ୱର ଖଣ୍ଡଗିରି ଥାନା ପକ୍ଷରୁ ଗୋଟିଏ ମାମଲା ରୁଜୁ ସହ ଜଣେ ବ୍ୟକ୍ତି ଏବଂ ରାୟଗଡ଼ା ଜିଲା ଚାନ୍ଦିଲି ଥାନାରେ ୨ଟି ମାମଲା ରୁଜୁ କରାଯାଇ ୭ଜଣଙ୍କୁ ଗିରଫ କରାଯାଇଛି। ସେହିପରି ସୁନ୍ଦରଗଡ଼ ଜିଲା ହେମଗିରି ଥାନା ପକ୍ଷରୁ ୪ ଓ ଢେଙ୍କାନାଳ ଜିଲାର କାମାକ୍ଷାନଗର ଥାନା ପକ୍ଷରୁ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି ବୋଲି ଡିଜିପି ବିଜୟ କୁମାର ଶର୍ମା ମଙ୍ଗଳବାର ପୋଲିସ ମୁଖ୍ୟାଳୟରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜନସାଧାରଣ ଯେପରି ପାର୍ବଣର ମଜା ଉଠାଇପାରିବେ ଏବଂ ଅସାମାଜିକ ବ୍ୟକ୍ତିଙ୍କୁ ସାବାଡ କରାଯାଇପାରିବ ସେଥିପ୍ରତି ପୋଲିସ ଗୁରୁତ୍ୱ ଦେଇଛି। ରାଜ୍ୟରେ ପାର୍ବଣ ସମୟରେ ଶାନ୍ତିଶୃଙ୍ଖଳା ରକ୍ଷା ସହ ସମସ୍ତ କାର୍ଯ୍ୟ ସୁଚାରୁ ରୂପେ ସମ୍ପନ୍ନ କରିବା ପାଇଁ ରାଜ୍ୟ ପୋଲିସ ପ୍ରସ୍ତୁତ ଅଛି ବୋଲି ଶର୍ମା ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ବେଆଇନ ଓ ବଳପୂର୍ବକ ଚାନ୍ଦା ଆଦାୟକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଗତ ଶୁକ୍ରବାର ଡିଜିପି ଶର୍ମା ପୋଲିସ କମିଶନରଙ୍କ ସମେତ ରାଜ୍ୟର ସମସ୍ତ ଆରକ୍ଷୀ ଅଧୀକ୍ଷକଙ୍କୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ପହଞ୍ଚିଲେ ଜେପି ନଡ୍ଡା

ଭୁବନେଶ୍ୱର,୫।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା ରବିବାର ଅପରାହ୍ନରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ତାଙ୍କୁ ଭାଜପା ସଭାପତି ମନମୋହନ ସାମଲ, ଭୁବନେଶ୍ୱର ଏମ୍‌ପି ଅପରାଜିତତା ଷଡଙ୍ଗୀ ପ୍ରମୁଖ...

ପାଣି ସମସ୍ୟା ପାଇଁ ମୁଖ୍ୟ ରାସ୍ତା ଅବରୋଧ କଲେ ଗ୍ରାମବାସୀ

ଆର,ଉଦୟଗିରି, ୫।୫(ମନୋଜ କୁମାର ପାଢୀ): ପାଣି ପାଇଁ ରାସ୍ତା ରୋକେ କଲେ ଆର,ଉଦୟଗିରି ବ୍ଳକର ଛେଳିଗଡ ଗ୍ରାମବାସୀ। ଗ୍ରାମର ଖ୍ରୀଷ୍ଟିଆନ୍ ସାହି ଲୋକମାନଙ୍କୁ କିଛି ଦିନ...

ବରୀରେ ଦେବାଶିଷ ନାୟକ ହେଲେ କଂଗ୍ରେସ ପ୍ରାର୍ଥୀ

ଭୁବନେଶ୍ୱର, ୫।୫: ରବିବାର ପାଞ୍ଚ ବିଧାନସଭା ଆସନରେ ପ୍ରାର୍ଥୀ ବଦଳିଛି କଂଗ୍ରେସ। ବରୀରେ ଆରତୀ ଦେଓଙ୍କ ସ୍ଥାନରେ ଦେବାଶିଷ ନାୟକଙ୍କୁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ।...

ନୀଳଗିରି ଆସନ ଲାଗି ପ୍ରାର୍ଥୀ ଘୋଷଣା, କଂଗ୍ରେସରୁ ଏହି ବରିଷ୍ଠ ନେତା ପାଇଲେ ଟିକେଟ୍‌…

ଭୁବନେଶ୍ୱର,୫।୫: ନୀଳଗିରି ବିଧାନସଭା ଆସନ ଲାଗି କଂଗ୍ରେସ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କୁ ଦଳ ପ୍ରାର୍ଥୀ କରିଛି। ୧୯୮୦ ଏବଂ...

ଭାଜପା ଟାର୍ଗେଟରେ ଓଡ଼ିଶା: ୮ରେ ଆସିବେ ରାଜନାଥ ସିଂ, ୧୨ରେ ଶାହା

ଭୁବନେଶ୍ୱର, ୫।୫: ଓଡ଼ିଶାରେ ସରକାର ଗଠନ କରିବା ଲକ୍ଷ୍ୟରେ ପୁରା ଜୋର ଲଗାଉଛନ୍ତି ଭାଜପା ନେତା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

୫ ବିଧାନସଭା ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୫।୫: ୫ ଆସନରେ ପ୍ରାର୍ଥୀ ବଦଳାଇଛି କଂଗ୍ରେସ। ଜଳେଶ୍ୱର, ବରୀ, ଆଠମଲ୍ଲିକ, ଆଠଗଡ ଓ ପୁରୀରେ କଂଗ୍ରେସ ନିଜର ପ୍ରାର୍ଥୀ ଅଦଳବଦଳ କରିଛି। ଜଳେଶ୍ୱରରେ ସୁଦର୍ଶନ...

ପାରାଦୀପରେ ସୁନାମି ସମ୍ଭାବନା, ଡାକବାଜି ଯନ୍ତ୍ର ଯୋଗେ ସତର୍କ କରାଇଲା ମତ୍ସବିଭାଗ

ପାରାଦୀପ,୫।୫(ଶରତ ରାଉତ): ସମ୍ପ୍ରତି ବଙ୍ଗୋପସାଗରରେ ସମୁଦ୍ର ଅଶାନ୍ତ ହୋଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ୫ରୁ ଆସନ୍ତା ୮ ତାରିଖ ମଧ୍ୟରେ ସମୁଦ୍ରରେ ୦.୨ ମିଟରରୁ...

ବୌଦ୍ଧରେ ପାଣ୍ଡିଆନଙ୍କ ମାରାଥନ ପ୍ରଚାର, କହିଲେ-‘ନିର୍ବାଚନ ଆସିଲେ ବିରୋଧୀ ଟୁରିଷ୍ଟ ଭଳି ଆସିବେ’

ବୌଦ୍ଧ, ୫।୫ ( ଅଜିତ କୁମାର ବାରିକ): ସାଧାରଣ ନିର୍ବାଚନ ପାଇଁ ବୌଦ୍ଧ ଜିଲାରେ ତ୍ରିମୁଖି ଲଢାଇ ହେବାକୁ ଯାଉଥିବା ବେଳେ ରବିବାର ୫ଟି ଅଧକ୍ଷ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri