ଛତ୍ରପୁର, ୧୬।୧୦(ଡି.ଏନ.ଏ.)-ଛତ୍ରପୁର ସାହାରା ଇଣ୍ଡିଆ କାର୍ଯ୍ୟାଳୟ ଜମାଅର୍ଥ ଫେରାଉ ନ ଥିବା ନେଇ ଜଣେ ଜମାକାରୀ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ସୂଚନା ଥାଉକି, ଗଞ୍ଜାମ ବ୍ଲକ ବଡକାଇଁଚପୁର ଗ୍ରାମର ବିଦେଶୀ ବେହେରା ଜଣେ ଏଜେଣ୍ଟଙ୍କ ଜରିଆରେ ୨୦ ହଜାର ଟଙ୍କା ଜମା କରିଥିଲେ। ଯେଉଁ ଅର୍ଥ ନଭେମ୍ବର ମାସରେ ମାଚ୍ୟୁରିଟି ହୋଇଯାଇଥିଲେ ବି ତାଙ୍କୁ ସାହାରା କାର୍ଯ୍ୟାଳୟ ଟଙ୍କା ଦେଉନଥିବା ନେଇ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କୁ ଜଣାଇଥିଲେ। ତାଙ୍କୁ ସାହାରା ଇଣ୍ଡିଆ ଠାରୁ ୪୫ ହଜାର ୨୮୦ ଟଙ୍କା ପାଇବାକୁ ଅଛି। ଟଙ୍କା ଅଭାବରୁ ସେ ୨ଦିନ ହେଲା ଖାଇ ନ ଥିବା ଜିଲାପାଳଙ୍କୁ କହିଥିଲେ। ଜିଲାପାଳ ଛତ୍ରପୁର ସାହାରା କାର୍ଯ୍ୟାଳୟ ଅଧିକାରୀଙ୍କୁ ଡକାଇ ତାଙ୍କୁ ତୁରନ୍ତ ଅର୍ଥ ଫେରାଇ ଏହାର ସମାଧାନ କରିବାକୁ କହିଥିଲେ। ଟଙ୍କା ନ ଫେରାଇଲେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଜିଲାପାଳ ତାଗିଦ କରିଥିଲେ। ବର୍ତ୍ତମାନ ସାହାର ଇଣ୍ଡିଆ ଜମାକାରୀଙ୍କୁ ସେମାନଙ୍କ ମାଚ୍ୟୁରିଟି ଟଙ୍କା ଫେରାଇବା ବିଳମ୍ବ ହେଉଛି, ଏଣୁ ଡିସେମ୍ବରରେ ଟଙ୍କା ଦେବୁବୋଲି ଉକ୍ତ ଅଧିକାରୀ ଜିଲାପାଳଙ୍କୁ କହିଥିଲେ ବି ଜିଲାପାଳ ଏଥିରେ ସହମତି ନ ହୋଇ ଖୁବ୍ଶୀଘ୍ର ଟଙ୍କା ଫେରାଇବାବୁ ନିର୍ଦ୍ଦେଶ ଦେଇଥିଲେ।
Posted inଆମ ଜିଲା ଖବର, ଗଞ୍ଜାମ View All
ସିବିଏସ୍ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ
ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…
ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ
ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…
ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ
ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…
ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…
କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…
ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ
ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…
ଯାତ୍ରା ପୂର୍ବରୁ ସେକ୍ସ ରାକେଟ୍ ଉପରେ ଭଞ୍ଜନଗର ପୋଲିସର ଚଢ଼ାଉ, ଏସବୁ ଆପତ୍ତିଜନକ ଜିନିଷ ମିଳିବା ପରେ…
ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ଆଉ କିଛି ଦିନ ପରେ ଅର୍ଥାତ୍ ଏପ୍ରିଲ ୨୬ରୁ ଗଞ୍ଜାମ ଜିଲା ଭଞ୍ଜନଗରର ପ୍ରସିଦ୍ଧ ଐତିହାସିକ ଠାକୁରାଣୀ ଯାତ୍ରା ଆରମ୍ଭ ହେବ। ଯାତ୍ରାକୁ ଶାନ୍ତିଶୃଙ୍ଖଳାର…
ନୂଆପଡ଼ାରେ ଆରମ୍ଭ ହେଲା ଗୃହ ଗଣନା
ନୂଆପଡ଼ା,୧୭ା୪ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ସ୍ବଗଣନା ପ୍ରକ୍ରିୟା ସମାପ୍ତି ପରେ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହ ତାଲିକା ଓ ଗୃହ ଗଣନା ଗୁରୁବାର ଆରମ୍ଭ…
ସିବିଏସ୍ଇ ଦଶମ ପରୀକ୍ଷା ଫଳ : ୧୦ ସଫଳ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା କଲା ଜିଲା ପ୍ରଶାସନ
ନୂଆପଡ଼ା,୧୭ା୪ (ମକାରୁ ବେମାଲ): ସିବିଏସ୍ଇ ଦଶମ ଶ୍ରେଣୀ ୨୦୨୬ ପରୀକ୍ଷାରେ ନୂଆପଡ଼ା ଜିଲାର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ଏହି…
Archives

