ଜମାକାରୀଙ୍କଠୁ ସୁନା ଜମା ରଖିପାରିବେ ବ୍ୟାଙ୍କ

ନୂଆଦିଲ୍ଲୀ,୧୮-୮: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଶୁକ୍ରବାର ସୁନା ମୁଦ୍ରୀକରଣ ଯୋଜନା,୨୦୧୫ର ନିୟମକୁ କୋହଳ କରିଛନ୍ତି। ନୂତନ ନିୟମ ଅନୁଯାୟୀ, ଜମାକାରୀ ନିଜର ଗଚ୍ଛିତ ସୁନାକୁ ବ୍ୟାଙ୍କ, ରିଫାଇନର କିମ୍ବା କଲେକ୍ସନ ଓ ପିଓରିଟି ଟେଷ୍ଟିଙ୍ଗ ସେଣ୍ଟର(ସିପିଟିସି)ରେ ଜମା କରିପାରିବେ। ପୂର୍ବରୁ ଏହି ଯୋଜନାରେ ସୁନା ଜମା ଲାଗି ଜମାକାରୀଙ୍କୁ ବ୍ୟୁରୋ ଅଫ୍‌ ଇଣ୍ଡିଆନ ଷ୍ଟାଣ୍ଡାର୍ଡ ଦ୍ୱାରା ଅନୁମୋଦିତ ସିପିଟିସିକୁ ଅନୁରୋଧ କରିବାକୁ ପଡୁଥିଲା। ଏହି ଯୋଜନା ଲାଗୁ ହେବା ପରେ ଗତ ୪ ବର୍ଷରେ ମାତ୍ର ୧୬ ଟନ ସୁନା ଜମା ପଡିଥିଲା। ସୁନା ଜମା ନେବାକୁ ବ୍ୟାଙ୍କଗୁଡ଼ିକ ଅମଙ୍ଗ ହେଉଥିବାରୁ ଏହି ଯୋଜନା ସେତେଟା ସଫଳତା ହାସଲ କରିପାରିନାହିଁ। ବ୍ୟାଙ୍କଗୁଡ଼ିକ ନିକଟରେ ହଲ୍‌ମାର୍କ ସେଣ୍ଟର ଅଭାବ କାରଣରୁ ସୁନା ଜମା ନେବାକୁ ସେମାନେ ରାଜି ହେଉ ନ ଥିଲେ। ଆର୍‌ବିଆଇର ନୂଆ ନିୟମ ଅନୁଯାୟୀ, ଉକ୍ତ ଯୋଜନାରେ ସମସ୍ତ ସୁନା ସିପିଟିସିରେ ଜମା ହେବ। ତେବେ ବ୍ୟାଙ୍କଗୁଡ଼ିକ ଚାହିଁଲେ ନିର୍ଦ୍ଦିଷ୍ଟ କେତେକ ଶାଖାରେ ବୃହତ ଜମାକାରୀଙ୍କ ଠାରୁ ସୁନା ଜମା ରଖିପାରିବେ। ଏହି ନୂଆ ନିୟମ ଦ୍ୱାରା ମଠ, ମନ୍ଦିର, ବଡ଼ ବଡ଼ ଧନୀ, ଫଣ୍ଡ ହାଉସ୍‌,ଟ୍ରଷ୍ଟ ଓ ସରକାର ବ୍ୟାଙ୍କକୁ ସିଧାସଳଖ ସୁନା ଜମା କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

ପୂର୍ବତନ SRAଙ୍କ ଦୁଇମହଲା କୋଠା, ଟେଣ୍ଟ ହାଉସ୍‌ ଠାବ

ଜଗତସିଂହପୁର, ୨୪।୮: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଆର୍ଥିକ ଅନିୟମିତତା ଅଭିଯୋଗରେ ତିର୍ତ୍ତୋଲର ପୂର୍ବତନ SRA ଭଞ୍ଜକିଶୋର ବେହେରାଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ…

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

ଯଶସ୍ବୀ ଜୟସ୍ବାଲଙ୍କୁ ବଡ଼ ଝଟ୍‌କା: ICC ଦେଲା ଏମିତି ଦଣ୍ଡ

ନୂଆଦିଲ୍ଲୀ,୨୪।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲଙ୍କୁ ଏକ ଝଗଡ଼ା ପାଇଁ ଦଣ୍ଡିତ କରିଛି। ଶ୍ରୀଲଙ୍କା ବୋଲର…

IVF ମାଧ୍ୟମରେ ଏହି ରାଜ୍ୟରେ ଜନ୍ମ ନେଲା ବାଛୁରୀ: ବିଶ୍ୱରେ ପ୍ରଥମ

ଗୌହାଟି,୨୪।୮: ଆସାମ ପଶୁପାଳନ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଏକ ପ୍ରମୁଖ ସଫଳତା ହାସଲ କରିଛି। IVF (ଇନ-ଭିଟ୍ରୋ ଫର୍ଟିଲାଇଜେସନ) ପ୍ରଯୁକ୍ତିବିଦ୍ୟା ବ୍ୟବହାର କରି ରାଜ୍ୟରେ ସ୍ବଦେଶୀ ‘ଲଖିମୀ’ ପ୍ରଜାତିର…

ଶିକ୍ଷକ ଅଭାବରୁ ତାତିଲେ ଲୋକେ, ସ୍କୁଲରେ ADEO-BEOଙ୍କୁ ପକାଇଲେ ତାଲା

ଭଦ୍ରକ,୨୪ା୮(ସନାତନ ରାଉତ): ଶିକ୍ଷକ ଅଭାବକୁ ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଛାତ୍ରୀଛତ୍ର । ଅତିରିକ୍ତ ଜିଲା ଶିକ୍ଷାଧିକାରୀ ଏବଂ ବ୍ଲକ ଶିକ୍ଷାଧିକାରୀଙ୍କୁ ସ୍କୁଲ ଭିତରେ ତାଲା ପକାଇଦେଇଛନ୍ତି ।…

କରେଣ୍ଟ ନେଲା ୨ ଚାଷୀଙ୍କ ଜୀବନ, ଗାଁରେ ଶୋକାକୁଳ

ଜଗତସିଂହପୁର,୨୪।୮: ଜଗତସିଂହପୁର ଜିଲା ସଦର ଥାନା ବେନୁଖଣ୍ଡା ଗାଁରେ ସୋମବାର ଏକ ଅଘଟଣ ଘଟିଛି। ଚାଷ କାମ କରୁଥିବା ବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୨ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri