ଜମି ଅନୁଧ୍ୟାନ କଲେ ରାଜସ୍ବ କମିଶନର: ୯.୬୦ ଏକରରେ ହେବ ଓଡ଼ିଆ ବିଶ୍ୱବିଦ୍ୟାଳୟ

ସାକ୍ଷୀଗୋପାଳ, ୪।୧୦(ଡି.ଏନ୍‌.ଏ.): ଓଡ଼ିଆ ଭାଷା ସାହିତ୍ୟର ଉତ୍ତରୋତ୍ତର ଗବେଷଣା ଲକ୍ଷ୍ୟ ନେଇ ପୁରୀ ଜିଲା ସତ୍ୟବାଦୀର ଐତିହାସିକ ବକୁଳବନ ସଂଲଗ୍ନ ୯. ୬୦ ଏକର ଜମିରେ ଓଡିଆ ବିଶ୍ୱବିଦ୍ୟାଳୟ ସ୍ଥାପନ କରାଯିବାକୁ ସ୍ଥିର ହୋଇଛି। ସାକ୍ଷୀଗୋପାଳ ଠାକୁରଙ୍କ ମାଲିକାନାରେ ରହିଥିବା ଏହି ଭୂ-ସମ୍ପତ୍ତିି ହସ୍ତାନ୍ତର ପୂର୍ବରୁ ଗୁରୁବାର କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର ଅନିଲ କୁମାର ସାମଲ ଓ ପୁରୀ ଜିଲାପାଳ ବଲଓ୍ବନ୍ତ ସିଂ ପ୍ରସ୍ତାବିତ ଜମି ଅନୁଧ୍ୟାନ କରିଛନ୍ତି। ଜମିର ନକ୍ସା ସହିତ ଉଚ୍ଚ ଅଧିକାରୀ ଦ୍ୱୟ ରାଧାକୁଣ୍ଡ ପାର୍ଶ୍ୱ ଅଞ୍ଚଳ ବୁଲି ଦେଖିଥିଲେ। ଉକ୍ତଜମିକୁ ଲାଗି ରହିଥିବା ହାଇସ୍କୁଲ ଖେଳପଡ଼ିଆର ବିକାଶ, ପଞ୍ଚସଖାଙ୍କ ସ୍ମୃତି ସମାଧି ପୀଠ ଓ ପାଠାଗାର, ଦୁଇଟି ଉଚ୍ଚ ବିଦ୍ୟାଳୟ ଏବଂ ଜନବସତି ସମ୍ପର୍କରେ ଅଧିକାରମାନଙ୍କୁ ପଚାରି ବୁଝିଥିଲେ। ସତ୍ୟବାଦୀ ଗୋପୀନାଥ ଦେବଙ୍କ ମାଲିକାନାରେ ରହିଥିବା ସତ୍ୟବାଦୀ ତହସିଲ ଅଧୀନ ଫୁଲଅଳସା ମୌଜା ଖାତା ନଂ ୧୦୦ ରୁ ୨୮ ଏକର ୭୪ ଡିସିମିଲ ଜମି ପ୍ରଥମେ ଏଥିପାଇଁ ଚିହ୍ନଟ କରାଯାଇଥିଲା। ମାତ୍ର ସାକ୍ଷୀଗୋପାଳଙ୍କ ଗୁପ୍ତ ବୃନ୍ଦାବନ ଲୀଳାକ୍ଷେତ୍ର ତଥା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସେନାପଟା ଲାଗି ନୀତି ସହିତ ଜଡିତ ବକୁଳବନକୁ ସଂରକ୍ଷିତ ରଖାଯାଇଛି। ଅବଶିଷ୍ଟ ୯.୬୦ ଏକର ଜମିର ମୂଲ୍ୟ ୧୧ କୋଟି ୩୩ ଲକ୍ଷ ୫୮ ହଜାର ଟଙ୍କା ସାକ୍ଷୀଗୋପାଳ ମନ୍ଦିରକୁ ପ୍ରଦାନ କରାଯାଇ ଜମି ହସ୍ତାନ୍ତର ପ୍ରକ୍ରିୟା ଆରମ୍ଭ ହୋଇଛି। ଏ ସଂକ୍ରାନ୍ତରେ ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ୧୩/୨୦୧୯ ରିଭିଜନ ପିଟିଶନ, ଦେବୋତ୍ତର କମିଶନରଙ୍କ ମଞ୍ଜୁରୀ ମିଳିବା ପରେ ରାଜ୍ୟ ଆଇନ ବିଭାଗ ସ୍ବୀକୃତି ଦେଇଛନ୍ତି। ଆର୍‌ଡିସି ଏବଂ ଜିଲାପାଳ ପର୍ଯ୍ୟଟନ ପ୍ରକଳ୍ପ ଓ ବନ ବିଦ୍ୟାଳୟର ସ୍ମୃତି ସନ୍ତକ ବୁଲି ଦେଖିଥିଲେ। ସାକ୍ଷୀଗୋପାଳ ଠାକୁରଙ୍କୁ ଦର୍ଶନ କରି ମନ୍ଦିର ପ୍ରତ୍ନତାତ୍ୱିକ ସଂରକ୍ଷଣ ବିଷୟରେ ବୁଝିଥିଲେ। ତହସିଲଦାର କସ୍ତୁରୀ ପ୍ରଧାନ, ଅତିରିକ୍ତ ତହସିଲଦାର ଉଲ୍ଲାସ ସେଠୀ, ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀ କୈଳାସ ଚନ୍ଦ୍ର ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନଭୋଜନ ଖାଇବା ପରେ ଅସୁସ୍ଥ ହୋଇପଡ଼ିଲେ ୪ ଛାତ୍ରୀ, ଛାତିରେ ଯନ୍ତ୍ରଣା ସହ…

ଦେବଗଡ଼,୧୨ା୮(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ବିଦ୍ୟାଳୟଗୁଡ଼ିକରେ ମଧ୍ୟାହ୍ନଭୋଜନ ବ୍ୟବସ୍ଥାକୁ ନେଇ ବାରମ୍ବାର ପ୍ରଶ୍ନବାଚୀ ସୃଷ୍ଟି ହେଉଥିବାବେଳେ, ପୁଣି ଏକ ଅଘଟଣ ସାମ୍ନାକୁ ଆସିଛି। ଦେବଗଡ଼ ଜିଲା ନଈକୂଳ…

ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ଅଭିଭାବକଙ୍କୁ ଫୋନ୍‌ କରି କହିଲେ ସାର୍‌ ମୋତେ…

ମହାକାଳପଡ଼ା,୧୨ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଞ୍ଚଳରେ ଏକ ପ୍ରମୁଖ ଶିକ୍ଷାନୁଷ୍ଠାନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକଙ୍କ ବିରୋଧରେ ଏକ ସଙ୍ଗୀନ ଅଭିଯୋଗ କରିଛନ୍ତି…

ତ୍ରିରଙ୍ଗା ଆମ ଗର୍ବ ଗୌରବ: ଦେଶାତ୍ମବୋଧକ ନାରା ଦେଇ ପଦଯାତ୍ରାରେ ବାହାରିଲେ ଛାତ୍ରୀଛାତ୍ର

ତୁମୁଡ଼ିବନ୍ଧ,୧୨ା୮(ଦୀପକ କୁମାର ପରାସେଠ୍‌): ତ୍ରିରଙ୍ଗା ଆମ ଗର୍ବ ଗୌରବ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ କନ୍ଧମାଳ ଜିଲା ତୁମଡ଼ିବନ୍ଧ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ…

ସକାଳେ ସ୍ତ୍ରୀଙ୍କ ସହ କଥା ହେଲେ ରାତିରେ ଆସିଲା ମୃତ୍ୟୁଖବର, ହାଇଦ୍ରାବାଦରେ କାମ କରୁକରୁ ଶିବା…

ଥୁଆମୂଳ ରାମପୁର,୧୨ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଦାଦନ ସମସ୍ୟା ଗମ୍ଭୀର ରୂପ ନେଇଛି। ପରିବାର ଚଳାଇବା ପାଇଁ ଭିଟାମାଟି ଛାଡ଼ି ବାହାର ରାଜ୍ୟକୁ…

୧୫ ବର୍ଷୀୟା ନାବାଳିକାଙ୍କୁ ଯୌନଶୋଷଣ, ଜେଲ୍ ଗଲେ ଏହି କ୍ରିକେଟର୍

କାନବେରା,୧୨।୮: ଅଷ୍ଟ୍ରେଲିଆ କ୍ରିକେଟର ଆରନ୍ ସମର୍ସ (Aaron Summers) ୧୫ ବର୍ଷର ଜଣେ ନାବାଳିକା ସହ ଯୌନ ଶୋଷଣ କରିଥିବା ଅଭିଯୋଗରେ ୧୦ ମାସର ଜେଲ୍ ଦଣ୍ଡ…

Surya Grahan 2026: ଏହି ୫ରାଶିଙ୍କ ଜୀବନରେ ଆସିବ ବଡ଼ ପ୍ରଳୟ! ଧନହାନୀ ସହ ପ୍ରେମ ସମ୍ପର୍କରେ ପଡିବ ଭଟ୍ଟା…

ଧାର୍ମିକ ଓ ଖଗୋଳୀୟ ଦୃଷ୍ଟିକୋଣରୁ ଆଜିର ଦିନଟି ବହୁତ ଖାସ୍, କାରଣ ଆଜି ଅର୍ଥାତ୍ ୧୨ ଅଗଷ୍ଟ ୨୦୨୬ ରେ ବର୍ଷର ଦ୍ୱିତୀୟ ସୂର୍ଯ୍ୟପରାଗ ଲାଗିବାକୁ ଯାଉଛି।…

ମୌଳିକ ସୁବିଧାରୁ ବଞ୍ଚିତ ସିଆଲପଡ଼ାବାସୀ: ଯାତାୟାତ ନେଇ ବଢୁଛି ଚିନ୍ତା

କର୍ଲାମୁଣ୍ଡା,୧୨।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍ର ଯୋରାଡବରା ଗ୍ରାମ ପଞ୍ଚାୟତର କୁଶୁର୍ଲା ରାଜସ୍ବ ଗ୍ରାମର ହାମଲେଟ ହେଉଛି ସିଆଲପଡ଼ା। ତେବେ ପଡ଼ାର ରାସ୍ତାର ଅବସ୍ଥା…

୨୦୦୦ ଟଙ୍କା ପାଇଁ ମା’ଙ୍କୁ ରାସ୍ତା ମଝିରେ ଘୋଷାଡ଼ି ପିଟିଲେ ପୁଅ: ପୋଲିସ ପହଞ୍ଚିବାରୁ ମା’ ଯାହା କହିଲେ ପାଦତଳୁ ଖସିଯିବ ମାଟି

ଜବଲପୁର,୧୨।୮:କଥାରେ ଅଛି, ମା’ ପରି ଦୁନିଆରେ କେହି ନାହିଁ। ଛୁଆ ଯେତେ ବିପଥଗାମୀ ହେଲେ ମଧ୍ୟ, ଜଣେ ମା’ ପାଇଁ ସେ ସବୁବେଳେ ଭଲ ହୋଇଥାଏ। ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri