ଜମି ପାଇଁ ଦାଦା-ଖୁଡ଼ୀଙ୍କୁ ହତ୍ୟା, କୁଅରେ ଫିଙ୍ଗିଲେ: ପୁତୁରା ଅଟକ

ବଲାଙ୍ଗୀର ଅଫିସ/କଣ୍ଟାବାଞ୍ଜି,୬ା୬(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା ବିରିପାଲି ପଞ୍ଚାୟତ କୁଟୁରାବେଡା ଗାଁରେ ପାରିବାରିକ ଜମି ବିବାଦକୁ ନେଇ ଏକ ହତ୍ୟାକାଣ୍ଡ ଘଟିଛି । ଜମିଲାଗି ନିଜର ଦାଦା ଓ ଖୁଡ଼ୀଙ୍କୁ ପୁତୁରା ହତ୍ୟା କରି ଉଭୟଙ୍କ ମୃତଦେହକୁ କୂଅ ଭିତରକୁ ଫୋପାଡି ଦେଇଛି। ଶନିବାର ସକାଳେ ଏହି ଘଟଣା ଜଣାପଡ଼ିବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।
କୁଟୁରାବେଡା ଗ୍ରାମର ତ୍ରିଲୋଚନ ନାଗ (୫୪) ଓ ତାଙ୍କ ପୁତୁରା କୁଶ ନାଗ (୨୫)ଙ୍କ ମଧ୍ୟରେ ଦୀର୍ଘଦିନରୁ ଜମିବାଡି ବିବାଦ ଲାଗି ରହିଥିଲା । ଶୁକ୍ରବାର ରାତିରେ ଏହି ଜମିବାଡି ବିବାଦ ଉଗ୍ରରୂପ ନେଇଥିଲା। ଏହାକୁ ନେଇ ପୁତୁରା କୁଶ ନାଗ ମାରଣାସ୍ତ୍ରରେ ଦାଦା ତ୍ରିଲୋଚନ ଓ ଖୁଡ଼ୀ ସୀମାଙ୍କୁ ଆକ୍ରମଣ କରି ନିର୍ମମ ହତ୍ୟା କରିଥିଲା । ପରେ ଉଭୟଙ୍କ ମୃତଦେହକୁ ନିଜ ଜମିରେ ଥିବା କୂଅରେ ପିଙ୍ଗି ଦେଇଥିଲା । ଶନିବାର ସକାଳୁ ଏହି ଘଟଣା ଜଣାପଡିଥିଲା। ଘଟଣା ସମ୍ପର୍କରେ ଖବରପାଇବା ପରେ କଣ୍ଟାବାଞ୍ଜି ଏସ୍‌ଡିପିଓ ସରୋଜ ମହାପାତ୍ର ଓ ବଙ୍ଗୋମୁଣ୍ଡା ଥାନା ଆଇଆଇସି ପଞ୍ଚାନନ ନାଏକ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ଅଗ୍ନିଶମ କର୍ମଚାରୀମାନେ କୂଅରୁ ଉଭୟ ସ୍ତ୍ରୀସ୍ବାମୀଙ୍କ ମୃତଦେହ ଉଦ୍ଧାର କରିଥିବା ଜଣାପଡିଛି । ଏବେ ତଦନ୍ତ ଜାରି ରହିଥିବାରୁ ପୋଲିସ ପକ୍ଷରୁ ବିଶେଷ ସୂଚନା ମିଳିପାରିନାହିଁ । ପୋଲିସ ଅଭିଯୁକ୍ତ ପୁତୁରା କୁଶ ନାଗକୁ ଅଟକ ରଖି ପଚରାଉଚରା କରୁଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?