ଭୁବନେଶ୍ୱର, ୨୯।୨(ବ୍ୟୁରୋ): ଜମିଜମା ରେକର୍ଡ ଡିଜିଟାଇଜିଂ କରିବା କ୍ଷେତ୍ରରେ ଓଡ଼ିଶା ଦେଶରେ ଦ୍ୱିତୀୟ ସ୍ଥାନ ଅଧିକାର କରିଛି। ନ୍ୟାଶନାଲ କାଉନ୍ସିଲ ଅଫ ଆପ୍ଲାଏଡ ଇକୋନୋମିକ୍ସ ରିସର୍ଚ୍ଚ(ଏନସିଏଇଆର) ଲ୍ୟାଣ୍ଡ ରେକର୍ଡସ ଆଣ୍ଡ ସର୍ଭିସ ଟ୍ୟାକ୍ସ ସର୍ଭିସେସ ଇଣ୍ଡେକ୍ସରୁ ଏହା ଜଣାପଡିଛି। ଏ କ୍ଷେତ୍ରରେ ମଧ୍ୟ ପ୍ରଦେଶ ପ୍ରଥମ ସ୍ଥାନରେ ଥିବା ବେଳେ ମହାରାଷ୍ଟ୍ର, ଛତିଶଗଡ, ତାମିଲନାଡୁ, ପଶ୍ଚିମବଙ୍ଗ, ଝଡଖଣ୍ଡ, ରାଜସ୍ଥାନ, ତେଲଙ୍ଗାନା ଏବଂ ଆନ୍ଧ୍ର ପ୍ରଦେଶ ତୃତୀୟରୁ ଦଶମ ସ୍ଥାନ ଅଧିକାରୀ କରିଛନ୍ତି। ଏନସିଏଇଆର ପକ୍ଷରୁ ୨୦୧୯-୨୦ ଲ୍ୟାଣ୍ଡ ରେକର୍ଡ ସଂଗ୍ରହ କରାଯାଇଥିଲା। ପ୍ରଥମତଃ ରାଜ୍ୟର ସମସ୍ତ ଜମିଜମା ରେକର୍ଡ ଲୋକଙ୍କ ନିକଟରେ ଡିଜିଟାଲ ପଦ୍ଧତିରେ ଉପଲବ୍ଧ ଅଛି କି ନାହିଁ, ଅଫିସିଆଲ ମ୍ୟାପ୍ ଲ୍ୟାଣ୍ଡ ରେକର୍ଡ ସହ ଅଛି କି ନାହିଁ ଏବଂ ଜମି ବିକ୍ରି ଖରିଦର ପଦ୍ଧତିକୁ ନେଇ ଏହି ସର୍ଭେ କରାଯାଇଥିଲା। ଏନସିଏଇଆରର ମହାନିର୍ଦ୍ଦେଶକ ଜେନେରାଲ ଶେଖର ଶାହ କହିଛନ୍ତି ଯେ, ଡିଜାଇନ ଆକ୍ସନ ପ୍ଲାନ ଜମି ରେକର୍ଡ ଗ୍ରହଣକୁ ସୁନିଶ୍ଚିତ କରିଥାଏ।
କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର
ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...
ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ
କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...
ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ
ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...
ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର
ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...
ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ
ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...
ପୃଥକ ଦୁର୍ଘଟଣା: ଅଟୋ-ବାଇକ୍ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍
ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...
ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ
ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...
ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ
ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...
Archives


