ଜମିପଟ୍ଟା ପାଇଁ ଜିଲାପାଳଙ୍କୁ ଗୁହାରି କଲେ: ଆମରଣ ଅନଶନ ସ୍ଥଗିତ କଲେ

ନୂଆପଡା ଅଫିସ,୧୭ା୯
ନୂଆପଡ଼ା ଜିଲା ଖଡିଆଳ ଏନଏସି ଅନ୍ତର୍ଗତ ବିଭିନ୍ନ ୱାର୍ଡରେ ପୁରୁଷାନୁକ୍ରମେ ଶତାଧିକ ପରିବାର ଲୋକ ଘର କରି ରହୁଥିବାବେଳେ ସେମାନଙ୍କ ନିକଟରେ ସରକାରୀ ଜମିପଟା ନାହିଁ ା ସେଥିପାଇଁ ସୋମବାର ନୂଆପଡା ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସି ଗୁହାରୀ ଜଣାଇଛନ୍ତି । ଏହା ଉପରେ ଅତିରିକ୍ତ ଜିଲାପାଳ ଆଲୋଚନା କରିବା ସହ କାର୍ଯ୍ୟାନୁଷ୍ଠାନ କରାଯିବ ବୋଲି ପ୍ରତିଶ୍ରୁତିଦେବା ପରେ ସେମାନେ ଫେରିଯାଇଛନ୍ତି । ଆଗକୁ ଆମରଣ ଅନଶନ କରିବେ ବୋଲି ସିଦ୍ଧାନ୍ତ ନେଇଥିବାବେଳେ ଏହାକୁ ସ୍ଥଗିତ କରିଛନ୍ତି ।
ମହିଳା ନେତ୍ରୀ ମମତା ମଞ୍ଜରୀ ଥପା ଏବଂ ଦଳିତ ଅଧିକାର ମଞ୍ଚର ସଭାପତି କମଳ ଚରଣ ତାଣ୍ଡିଙ୍କ ନେତୃତ୍ୱରେ ହିତାଧିକାରୀମାନେ ନୂଆପଡା ଆସିଥିଲେ । ଏଠାରେ ଜିଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲାପାଳ ସୀତାରାମ ପଟେଲଙ୍କୁ ଭେଟି ଦାବି ଜଣାଇଥିଲେ। ଏଥିରେ ଏହି ଅଧିବାସୀମାନେ ଜମି ପଟ୍ଟା ଟିକକ ନ ଥିବାରୁ ବିଭିନ୍ନ ସମୟରେ ସରକାରୀ ସୁବିଧା ସୁଯୋଗରୁ ବଞ୍ଚତ୍ତ ରହୁଛନ୍ତି । ଏପଟେ ସରକାର ସେମାନଙ୍କୁ ବାସଚ୍ୟୁତ କରିବାର ଯୋଜନା ମଧ୍ୟ କରୁଛନ୍ତି । ଅନ୍ୟପକ୍ଷେ ଏମାନଙ୍କୁ ଜମିପଟା ପ୍ରଦାନ କରିବାକୁ ଦାବି ହୋଇଆସୁଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ହେଉ ନ ଥିବାରୁ ଆନ୍ଦୋଳନ ଦାନା ବାନ୍ଧୁଛି । ଏହା ଉପରେ କାର୍ଯ୍ୟାନୁଷ୍ଠାନ ନ କଲେ ଆଗକୁ ଆମରଣ ଅନଶନ କରିବେ ବୋଲି ହିତାଧିକାରୀମାନେ ଚେତାବନୀ ଦେବା ପରେ ଅତିରିକ୍ତ ଜିଲାପାଳ ସେମାନଙ୍କୁ ଡକାଇଥିଲେ । ଆଗକୁ ଖୁବ ଶୀଘ୍ର ଏହା ଉପରେ ପଦକ୍ଷେପ ଆରମ୍ଭ ହେବ । ପ୍ରଥମ ପର୍ଯ୍ୟାୟରେ ୫୦ଜଣଙ୍କୁ ପଟ୍ଟା ପ୍ରଦାନ କରାଯିବ। ପର୍ଯ୍ୟାୟକ୍ରମେ ସମସ୍ତଙ୍କୁ ସାମିଲ କରାଯିବ ବୋଲି ପ୍ରତିଶ୍ରୁତି ଦେବା ସହ ଆନ୍ଦୋଳନରୁ ଓହରିଯିବାକୁ ଅନୁରୋଧ କରିଥିଲେ । ଏହା ଉପରେ ତୁରନ୍ତ ଫୋନ ଯୋଗେ ଖଡିଆଳ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ସୁରେଶ କୁମାର ସାହୁଙ୍କୁ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ । ଅତିରିକକ୍ତ ଜିଲାପାଳଙ୍କ ନିର୍ଭର ପ୍ରତିଶ୍ରୁତି ପରେ ଆନ୍ଦୋଳନକୁ ସ୍ଥଗିତ କରାଯାଇଥିବା ସଭାପତି ତାଣ୍ଡି କହିଛନ୍ତି ।

ଫଟୋ


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ ହାତେଇଲା ଟାଇଟଲ

ଅହମଦାବାଦ, ୩୧।୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ରେ ଇତିହାସ ରଚିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି)।…

ବିସ୍ଫୋରକ ଗଚ୍ଛିତ ଥିବା ଗୋଦାମରେ ଭୟଙ୍କର ବିସ୍ଫୋରଣ, ୫୦ରୁ ଅଧିକ ମୃତ

ମିଆଁମାରର ନମଖାମର ଏକ ଗୋଳାବାରୁଦ ଡିପୋରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏଥିରେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଅନୁମାନ କରାଯାଉଛି ।…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri