ଜମିବାଡ଼ି ବିବାଦ ନେଇ ଆକ୍ରମଣ, ୬ ଗିରଫ

ନିମାପଡ଼ା,୧୧ା୫(ଡି.ଏନ.ଏ): ନିମାପଡ଼ା ଥାନା ଅନ୍ତର୍ଗତ ଶଗଡ଼ା ଗ୍ରାମରେ ଜମିବାଡ଼ି ବିବାଦକୁ ନେଇ ସୋମବାର ଦୁଇ ପରିବାର ମଧ୍ୟରେ ମରଣାନ୍ତକ ଆକ୍ରମଣ ହୋଇଛି। ଏ ନେଇ ଉଭୟ ପରିବାରର ଅଭିଯୋଗକ୍ରମେ ପୋଲିସ ୬ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ ଉଭୟ ପରିବାରର ରବି ଦାସ, ଟିକି ଦାସ, ସୁକୁଟା ଦାସ, ସନାତନ ଦାସ, ସଖିନା ଦାସ, ବିଉସୀ ଦାସ। ଏ ଘଟଣାରେ ପୋଲିସ ନଂ.୧୦୨/୨୦ ଓ ୧୦୩/୨୦ରେ ପୃଥକ ଭାବେ ଦୁଇଟି ମାମଲା ରୁଜୁ କରି ତଦନ୍ତ ଚଳାଇଛି। ସୂଚନାଯୋଗ୍ୟ, ଟିକି ଓ ସଖିନାଙ୍କ ମଧ୍ୟରେ ଏକ ଜମିବାଡ଼ିକୁ ନେଇ ସୋମବାର କଥା କଟାକଟି ହୋଇଥିଲା। ଏଥିରେ ଉଭୟ ଉତ୍ତ୍ୟକ୍ତ ହେବାରୁ ସେମାନଙ୍କ ପରିବାର ସଦସ୍ୟ ଆସି ମାରଣାସ୍ତ୍ର ଦ୍ୱାରା ପରସ୍ପର ମଧ୍ୟରେ ଆକ୍ରମଣ କରିଥିଲେ। ଏଥିରେ ଉଭୟ ପରିବାରର ସଖିନା, ମୂଷି, ସନାତନ ଓ ରବି ଗୁରୁତର ହୋଇ ନିମାପଡ଼ା ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ପରେ ଉଭୟ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ…

ଦୁର୍ଘଟଣାଗ୍ରସ୍ତ ଗାଡିରୁ ଚାଉଳ ଚୋରି: ଥାନାରେ ପହଞ୍ଚିଲା ମାମଲା

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ବ୍ଲକ ଛକ ଅଞ୍ଚଳରେ ଏକ ଦୁର୍ଘଟଣାଗ୍ରସ୍ତ ବୋଲେରୋ ପିକଅପ ଗାଡିରୁ ଚାଉଳ ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା…

ଆହୁରି ବଢିିବ ପେଟ୍ରୋଲ-LPG ଦର! ସାରା ବିଶ୍ୱକୁ ବଡ଼ ଝଟ୍‌କା ଦେଲା ଇରାନ

ତେହରାନ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ, ଇରାନ ସମଗ୍ର ବିଶ୍ୱକୁ ଏକ ବଡ଼ ଝଟକା ଦେବାକୁ ପ୍ରସ୍ତୁତ ହେଉଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ…

ଜୀବନ୍ତ ମାଛ ଗିଳି ଦେଲେ ବର୍ଷକର ଶିଶୁ: ତା’ପରେ ଯାହା ଘଟିଲା, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୯।୨: ମଧ୍ୟପ୍ରଦେଶର ସର୍ବବୃହତ ସରକାରୀ ହସ୍ପିଟାଲ ମହାରାଜା ଯଶୱନ୍ତରାଓ ହସ୍ପିଟାଲ (MYH)ରେ ଡାକ୍ତରମାନେ ଏକ ଚିକିତ୍ସା ସଫଳତା ହାସଲ କରିଛନ୍ତି। ହସ୍ପିଟାଲର ENT ବିଭାଗର ବିଶେଷଜ୍ଞମାନେ ଜଣେ…

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

ଇରାନ ସହ ଯୁଦ୍ଧବିରତି ଭିତରେ ଟ୍ରମ୍ପଙ୍କ ଟାର୍ଗେଟରେ ଏହି ଦେଶ! ୬୭ ବର୍ଷର ଶତ୍ରୁତାର ନେବେ ପ୍ରତିଶୋଧ

ଓ଼୍ବାଶିଂଟନ,୯।୪: ଇରାନ ସହିତ ଯୁଦ୍ଧବିରତି ପରେ ତୁରନ୍ତ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ପରବର୍ତ୍ତୀ ମିଶନର ସଙ୍କେତ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି ଯେ…

ଇରାନ ସହ ବଡ଼ ଡିଲ୍‌ କଲେ ଟ୍ରମ୍ପ! ସାରା ବିଶ୍ୱ ଦେଖି କାବା

ଓ଼୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣାର କିଛି ଘଣ୍ଟା ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ସେ ହର୍ମୁଜ ପ୍ରଣାଳୀକୁ ସୁରକ୍ଷିତ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri