ଜମିବାଡ଼ିକୁ କେନ୍ଦ୍ରକରି ୨ ଭାଇଙ୍କ ମଧ୍ୟରେ ଗଣ୍ଡଗୋଳ: ସାନ ପୁଅ ମାଡ଼ରେ ବାପା ଆହତ, ଉତ୍ତ୍ୟକ୍ତ ଲୋକେ ବାନ୍ଧିଲେ ପୁଅକୁ

ମହାକାଳପଡ଼ା, ୭।୬(ଡି.ଏନ୍‌.ଏ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରାମକଣି ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ରକରି ରାମଚନ୍ଦ୍ର ବେହେରାଙ୍କ ଦୁଇ ପୁଅ ବିଜୟ ଓ ଅଜୟଙ୍କ ମଧ୍ୟରେ କିଛି ଦିନ ହେବ ଗଣ୍ଡଗୋଳ ଲାଗି ରହିଥିଲା। ଭଡ଼ାଘରେ ରହିଆସୁଥିବା ବଡ଼ ଭାଇ ବିଜୟ ତାଙ୍କର ଏକ ଜମିରେ ଘର ନିର୍ମାଣ କାର୍ଯ୍ୟ ଆରମ୍ଭ କରିଥିଲେ। ଏହାକୁ ନେଇ ଦୁଇ ଭାଇଙ୍କ ମଧ୍ୟରେ ଗଣ୍ଡଗୋଳ ବଢ଼ିଯାଇଥିଲା। ଏହା ଦେଖି ଶୁକ୍ରବାର ସକାଳେ କାହିଁକି ଗଣ୍ଡଗୋଳ କରୁଛି ବୋଲି ବାପା ରାମଚନ୍ଦ୍ର କହିବାରୁ ସାନ ପୁଅ ଅଜୟ ତାଙ୍କୁ ବାଡେଇଥିଲେ। ଏଥିରେ ସେ ଆହତ ହୋଇଛନ୍ତି। ଚିକିତ୍ସା ପାଇଁ ତାଙ୍କୁ ମହାକାଳପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଗ୍ରାମର କିଛି ଲୋକେ ଅଜୟଙ୍କୁ ଦଉଡିରେ ବାନ୍ଧି ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଜୟଙ୍କୁ ଉଦ୍ଧାର କରିବା ସହ ବିଜୟ ଏବଂ ତାଙ୍କ ପୁଅକୁ ଅଟକ ରଖି ପଚରାଉଚରା ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜହର ପାଲଟିଛି ଜିଲାର ୭ ନଦୀ, ନାଳର ଜଳ

କେନ୍ଦ୍ରାପଡ଼ା, ୬।୫ (ଜଗନ୍ନାଥ ଧଳ); ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାର ପୂର୍ବପାର୍ଶ୍ୱରେ ବଙ୍ଗୋପସାଗର ଥିବାବେଳେ ଅନ୍ୟ ୩ ପାର୍ଶ୍ୱ ଜିଲାରେ ୪ ଜିଲାର ଶିଳ୍ପାଞ୍ଚଳ ରହିଛି। ଜଗତ୍‌ସିଂହପୁର,...

ନିର୍ବାଚନ ପୂର୍ବରୁ ଜୋରଧରିଲା ଜଳସେଚନ ସମସ୍ୟା

ପଟ୍ଟାମୁଣ୍ଡାଇ, ୬।୫(କଳ୍ପତରୁ ନାୟକ): ମୁଣ୍ଡ ଉପରେ ୨୦୨୪ ଲୋକ ସଭା ଓ ବିଧାନସଭା ନିର୍ବାଚନ। ଭୋଟରମାନଙ୍କୁ ନିଜ ସପକ୍ଷରେ ଆଣିବାକୁ ବିଭିନ୍ନ ରାଜନୈତିକ ଦଳ ଭରପୂର...

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବରିଷ୍ଠ କିରାଣି

କେନ୍ଦ୍ରାପଡା,୩।୫ (ଜଗନ୍ନାଥ ଧଳ): ଭିଜିଲାନ୍ସ ଜାଲରେ ଚକବନ୍ଦୀ ଅଫିସର ବରିଷ୍ଠ କିରାଣି। ବରିଷ୍ଠ କିରାଣି ଜିତେନ୍ଦ୍ର ସେନାପତି ୧୦ ହଜାର ଲାଞ୍ଚ ନେଇ ଗିରଫ ହୋଇଛନ୍ତି।...

୩ ମାସ ପାଇଁ ବନ୍ଦ ରହିବ ଭିତରକନିକା

ରାଜନଗର,୩ା୫(ଭାସ୍କର ରାଉତରାୟ):ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀ ନାଳରେ ବସବାସ କରୁଥିବା ବଉଳା କୁମ୍ଭୀରମାନଙ୍କର ପ୍ରଜନନ ଋତୁ ପାଖେଇ ଆସୁଛି। ଏହାକୁ ଆଖି ଆଗରେ ରଖି...

ମଉଳିଯାଇଛି କୁଳ ବେଉସାର ନିଶା

ପଟ୍ଟାମୁଣ୍ଡାଇ,୧।୫(କଳ୍ପତରୁ ନାୟକ): ସମୟର ପରିବର୍ତନର ସୁଅରେ ବଦଳି ଯାଇଛି କୂଳ ବେଉସାର ନିଶା। ଧାତବ ବାସନର ବହୁଳ ବ୍ୟବହାର ଫଳରେ ମାଟିରେ ତିଆରି ଜିନିଷ ତାର...

ମଉଳିଯାଇଛି କୁଳ ବେଉସାର ନିଶା

ପଟ୍ଟାମୁଣ୍ଡାଇ,୩୦।୪(କଳ୍ପତରୁ ନାୟକ):ସମୟର ପରିବର୍ତନର ସୁଅରେ ବଦଳି ଯାଇଛି କୂଳ ବେଉସାର ନିଶା। ଧାତବ ବାସନର ବହୁଳ ବ୍ୟବହାର ଫଳରେ ମାଟିରେ ତିଆରି ଜିନିଷ ତାର ସତା...

୩ ଦଶନ୍ଧିରେ ହଜିଲାଣି ୭୦ ପ୍ରତିଶତ ହସ୍ତତନ୍ତ ଶିଳ୍ପ

କେନ୍ଦ୍ରାପଡ଼ା, ୩୦ା୪(ଜଗନ୍ନାଥ ଧଳ):ଅତ୍ୟାଧୁନିକ ମେଶିନ ଓ ଉନ୍ନତ ସୂତା ପାଇଁ କେନ୍ଦ୍ରାପଡ଼ା ଜିଲାର ପୁରାତନ ହସ୍ତତନ୍ତ ଶିଳ୍ପ ଡୁବିଯାଇଛି। ୩ ଦଶନ୍ଧି ମଧ୍ୟରେ ପ୍ରାୟ ୭୦...

୧୨ ବର୍ଷ ଧରି କୁକୁଡ଼ା ଚିଆଁ ଉତ୍ପାଦନ କେନ୍ଦ୍ର ବନ୍ଦ

କେନ୍ଦ୍ରାପଡ଼ା,୨୯ା୪ (ଜଗନ୍ନାଥ ଧଳ): ଛକ ବଜାରଠାରୁ ଗ୍ରାମାଞ୍ଚଳରେ କୁକୁଡା ମାଂସ ବିକ୍ରୟ କେନ୍ଦ୍ର ଭରପୂର ରହିଛି। କେଜି ପ୍ରତି ୨୨୦ରୁ ୩୫୦ ଟଙ୍କାରେ ମାଂସ ବିକ୍ରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri