ଜମୁଛି ଲକ୍ଷ୍ମୀପୂଜା, କମ୍ପୁଛି ମଣ୍ଡପ

ହିନ୍ଦୋଳ,୧୯ା୧୦(ଡି.ଏନ.ଏ)-ଗଣପର୍ବ ଲକ୍ଷ୍ମୀପୂଜାକୁ ନେଇ ଉତ୍ସବ ମୁଖର ହୋଇଉଠିଛି ସାରା ଢେଙ୍କାନାଳ ଜିଲା। ପୂରପଲ୍ଲୀଠାରୁ ଆରମ୍ଭ କରି ସାରା ସହରରେ ମନ୍ତ୍ରଧ୍ୱନୀରେ ପ୍ରକମ୍ପିତ ହେଉଛି ମା’ଙ୍କ ମଣ୍ଡପ। ଅନୁକୂଳ ପାଗ ସାଙ୍ଗକୁ ସାରେ ଦର୍ଶକଙ୍କ ଭିଡ଼କୁ ନେଇ ସବୁଠି ସୃଷ୍ଟି ହୋଇଛି ଉତ୍ସବର ମାହୋଲ। ମଣ୍ଡପରେ ନୀତିକାନ୍ତି ଅନୁଯାୟୀ ମା’ଙ୍କ ପୂଜାର୍ଚ୍ଚନା ଚାଲିଥିବାବେଳେ ନାମ ସଂକୀର୍ତ୍ତନ, ସାଂସ୍କୃତିକ କାର୍ଯ୍ୟକ୍ରମ, ମିନାବଜାର, ବନ୍ଧୁବାନ୍ଧବଙ୍କ ଭିଡ଼ରେ କମ୍ପୁଛି ଗ୍ରାମ୍ୟ ପରିବେଶ।
ହିନ୍ଦୋଳ ସଦର ମହକୁମାରେ ଗତ ୧୩ ତାରିଖଠାରୁ ଆରମ୍ଭ ହୋଇଛି ମା’ଲକ୍ଷ୍ମୀଙ୍କ ପୂଜା। ଆଲୋକମାଳାରେ ସାରା ମହକୁମା ଝଲସି ଉଠୁଥିବାବେଳେ ସାରେ ମା’ଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ବଢିବାରେ ଲାଗିଛି। ପ୍ରତି ବଜାରରେ ବିଭିନ୍ନ ମନୋହରୀ ଜିନିଷ ସମେତ ଚାର୍ଟ, ଗୁପ୍‌ଚୁପ୍‌, ଆଇସକ୍ରିମ, ମଥୁରା କେକ୍‌, ଦୋଳି ଆଦି ପଡିଥିବାରୁ ଶହ ଶହ ଦର୍ଶକଙ୍କ ଭିଡ଼ ପରିଲକ୍ଷିତ ହେଉଛି। ମହକୁମାରେ ମୋଟ ୧୪ଗୋଟି ପୂଜା ମଣ୍ଡପ ବସଷ୍ଟାଣ୍ଡ ବଜାର, ଲକ୍ଷ୍ମୀବଜାର, ମେଡିକାଲ ଛକ ବଣିକ ସଂଘ, କଳ୍ପନା ବଜାର, ମୀରା ବଜାର, ଗୁଣ୍ଡିଚାମଣ୍ଡପ କାରୀଗର ସାହି, ନୂତନପଟଣା କ,ଖ,ଗ, ବନମାଳୀପୁର, ପୀତାବଳି ମା’ଲକ୍ଷ୍ମୀପୂଜା କମିଟି, ରାଧାନାଥପୁର, ଗୋପାଳପୁର, ଚମ୍ପତିସାହି ପୂଜା କମିଟି ପକ୍ଷରୁ ଧୁମ୍‌ଧାମ୍‌ରେ ପୂଜା ପାଳିତ ହୋଇଛି। ଆସନ୍ତା ୨୨ରେ ଭସାଣି ଉତ୍ସବ ଅନୁଷ୍ଠିତ ହେବ। ଏଥିପାଇଁ ସ୍ଥାନୀୟ ପ୍ରଶାସନ ଏବଂ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

ଭଟାପଲା, ବିଜାପାଟିରେ ଧାନ କିଣା ଆରମ୍ଭ: ପ୍ରଥମ ଦିନରେ ୧୩ ଚାଷୀଙ୍କ ଉଠିଲା ଧାନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପ୍ରାଥମିକ କୃଷି ସମବାୟ ସମିତି ଜରିଆରେ ରବିବାର ବୋରପଦର ପଞ୍ଚାୟତର ଭଟାପଲାଠାରେ ଧାନ ମଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri