ଜମୁର୍ଡା ଗୁଳିକାଣ୍ଡ ରହସ୍ୟ ଉନ୍ମୋଚିତ: ଡକାୟତି ପାଇଁ ହତ୍ୟା, ତାନ୍ତ୍ରିକ ବାବା ସମ୍ପୃକ୍ତ

ବରଗଡ଼ ଅଫିସ, ୨୯।୬: ବରଗଡ଼ ଟାଉନ ଥାନା ଅନ୍ତର୍ଗତ ଜମୁର୍ଡା ଗ୍ରାମରେ ଗତ ୯ ତାରିଖ ବିଳମ୍ବିତ ରାତିରେ ଘଟିଥିବା ଗୁଳିକାଣ୍ଡ ଓ ହତ୍ୟା ଘଟଣାର ପର୍ଦ୍ଦାଫାଶ ହୋଇଛି। ଡକାୟତିରେ ବିଫଳ ହେବା ପରେ ଅଭିଯୁକ୍ତମାନେ ଗୁଳିକାଣ୍ଡ ଓ ହତ୍ୟା କରିଥିବା ସ୍ବୀକାର କରିଛନ୍ତି। ଏହି କଥା ଶନିବାର ବରଗଡ଼ ଜିଲା ପୋଲିସ ମୁଖ୍ୟାଳୟରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଏସ୍‌ପି ମୁକେଶ କୁମାର ଭାମୁ ସୂଚନା ଦେଇଛନ୍ତି। ତେବେ ଉକ୍ତ ଘଟଣାରେ ୬ ଅଭିଯୁକ୍ତ ସାମିଲଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ଜଣେ ଅଭିଯୁକ୍ତ ଅମ୍ବାଭୋନା ଗ୍ରାମର ରାକେଶ ବେହେରା ଗତ ୨୧ ତାରିଖରେ ଅମ୍ବାଭୋନା ଥାନା ଅଧୀନ କଲମୀ ଗ୍ରାମସ୍ଥ ମାମୁଘରକୁ ଯାଇଥିଲେ। ସେଠାରେ ମୁଣ୍ଡକୁ ନିଜେ ଗୁଳି କରି ଆତ୍ମହତ୍ୟା କରିଛନ୍ତି। ଅନ୍ୟ ଜଣେ ଅଭିଯୁକ୍ତ ବରପାଲି ନିବାସୀ ଟୁନୁ ଓରଫ ନକୁଳ ମାଝି ଗତ ୨୩ ତାରିଖ ବରପାଲିରେ ପିସ୍ତଲ ମୁନରେ ମହଦା ସରପଞ୍ଚ ନାରାୟଣ ପ୍ରଧାନଙ୍କୁ ଧମକ ଦେଇ ଗିରଫ ହୋଇଥିଲେ।
ସେହିପରି ଅନ୍ୟ ୪ ଅଭିଯୁକ୍ତ ଉତ୍ତରପ୍ରଦେଶ ନିବାସୀ ଲାଲ ବିବେକ ସିଂ, ବିହାର ନିବାସୀ ରାଜେଶ ସିଂ, ବଲାଙ୍ଗିର ଇନ୍ଦିରାନଗର ନିବାସୀ ମନୋଜ ବଢ଼ିଆ ଓ ଜଣେ ତାନ୍ତ୍ରିକ ବାବା ତଥା କଳାପାଣିର ତବଡ଼ା ବାବା ଓରଫ ସୁରେନ ମଲ୍ଲିକଙ୍କୁ ଗିରଫ କରି ଖବରଦାତା ସମ୍ମିଳନୀରେ ପୋଲିସ ହାଜର କରିଥିଲା। ଅଭିଯୁକ୍ତ ଲାଲ ବିବେକ, ରାଜେଶ ଏବଂ ମନୋଜଙ୍କୁ ଝାଡ଼ଖଣ୍ଡରୁ ଗିରଫ କରାଯାଇ ଥିବାବେଳେ ତବଡ଼ା ବାବାଙ୍କୁ ଆସାମର ଗୁଆହାଟିରୁ ଗିରଫ କରାଯାଇଥିବା ଏସ୍‌ପି ସୂଚନା ଦେଇଛନ୍ତ। ସେମାନଙ୍କଠାରୁ ୩ ପିସ୍ତଲ, ୩ ବାଇକ୍‌, ଗୋଟିଏ କାର ଏବଂ ୨ଟି ଜୀବନ୍ତ ଗୁଳି ଜବତ କରାଯାଇଛି। ତେବେ ଟୁନୁ ମାଝିଙ୍କଠାରୁ ଜବତ ପିସ୍ତଲ ଜମୁର୍ଡା, ଅମ୍ବାଭୋନା ଏବଂ ବରପାଲି ଗୁଳିକାଣ୍ଡରେ ବ୍ୟବହାର ହୋଇଥିବା ଘଟଣାକୁ ନେଇ ଅଧିକ ତଦନ୍ତ ଚାଲୁଥିବା ଏସ୍‌ପି କହିଛନ୍ତି । ଖବରଦାତା ସମ୍ମିଳନୀରେ ଏସ୍‌ଡିପିଓ କ୍ଷୀରସାଗର ନାଏକ, ଡିଏସ୍‌ପି ନଗେନ୍ଦ୍ର ପ୍ରସାଦ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।
ପ୍ରକାଶଥାଉଯୋଗ୍ୟ, ସମ୍ବଲପୁର ଜିଲା ଧମା ଅନ୍ତର୍ଗତ ବରଗାଁର ମୂଳ ବାସିନ୍ଦା ବସନ୍ତ ପ୍ରଧାନ ଜମୁର୍ଡାସ୍ଥିତ ଭଉଣୀ ଜ୍ୱାଇଁଙ୍କ ଘର ଛାତ ଉପରେ ଶୋଇଥିବାବେଳେ ଅଭିଯୁକ୍ତମାନେ ତାଙ୍କୁ ଗୁଳିକରି ହତ୍ୟା କରିବା ପରେ ଫେରାର ହୋଇ ଯାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ଖର୍ଗେଙ୍କ ମଞ୍ଚ ‘ଶୁଦ୍ଧିକରଣ’ ପ୍ରସଙ୍ଗକୁ ନେଇ ସଂସଦରେ ସରଗରମ ରାଜନୀତି, କଡ଼ା ଜବାବ ଦେଲେ ନଡ୍ଡା!

ନୂଆଦିଲ୍ଲୀ,୧୩।୮: ସଂସଦର ମୌସୁମୀ ଅଧିବେଶନର ଶେଷ ଦିନରେ ରାଜ୍ୟ ସଭାରେ ଏକ ବଡ଼ ଏବଂ ଗମ୍ଭୀର ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର…

ବିଡ଼ିଓର ପରିଚୟ କଲେ ଫୋନ୍‌, କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ଲୁଟିନେଲେ ଟଙ୍କା

ଉଦଳା, ୧୩।୮ (ସନ୍ତୋଷ ବାଛିନୀ): ନିଜକୁ ବିଡ଼ିଓର ପରିଚୟ ଦେଲେ ଆଉ କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ପ୍ରିନ୍ସିପାଲଙ୍କ ନିକଟରୁ ଟଙ୍କା ଲୁଟିନେଲେ ସାଇବର…

୧୭ ଅଗଷ୍ଟରେ ମଘା ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ମେଷ ସମେତ ୩ ରାଶିରେ ଧନବର୍ଷା

୧୭ ଅଗଷ୍ଟ ସକାଳେ ସୂର୍ଯ୍ୟ କେତୁଙ୍କ ଦ୍ୱାରା ଶାସିତ ମଘା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ପାଇଁ ନକ୍ଷତ୍ରର ଏହି ପରିବର୍ତ୍ତନ ସକାଳ ୮:୦୩ ରେ ଘଟିବ।…

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ଜାତି ଅଲଗା, ମମତା ଗୋଟିଏ! ଗାଈର ବାଛୁରୀକୁ ନିଜ କ୍ଷୀର ପିଆଇଲା କୁକୁର, ଭିଡିଓ ଦେଖି ଭାବବିହ୍ବଳ ଲୋକେ

ସୋସିଆଲ ମିଡିଆରେ ଏହିଦିନଗୁଡ଼ିକରେ ଏକ ଅତ୍ୟନ୍ତ ଭାବବିହ୍ବଳ କରିଦେଉଥିବା ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓଟି ଦେଖି ଲୋକଙ୍କ ହୃଦୟ ତରଳି ଯାଉଛି। ଭିଡିଓରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri