Posted inଜାତୀୟ

ଜମ୍ମୁ-କଶ୍ମୀର ଖବରଦାତାଙ୍କ ଉପରେ କଟକଣା: କେନ୍ଦ୍ର,ରାଜ୍ୟକୁ ସୁପ୍ରିମକୋର୍ଟ ନୋଟିସ

ନୂଆଦିଲ୍ଲୀ,୨୯ା୮(ପି.ଟି.): ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରର ଖବରଦାତାମାନଙ୍କ ଯୋଗାଯୋଗ ମାଧ୍ୟମକୁ ବନ୍ଦ କରାଯିବା ସମେତ ସେମାନଙ୍କ ଉପରେ ଲାଗୁ ହୋଇଥିବା କଟକଣା ଉଠାଇଦେବା ପାଇଁ ସୁପ୍ରିମକୋର୍ଟରେ ପିଟିଶନ ଦାଏର ହୋଇଥିଲା। ସୁପ୍ରିମକୋର୍ଟ ବୁଧବାର କେନ୍ଦ୍ର ସରକାର ଓ ରାଜ୍ୟ ପ୍ରଶାସନକୁ ନୋଟିସ ଜାରି କରି ଏହା ଉପରେ ଜବାବ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। କଶ୍ମୀର ଟାଇମ୍ସର କାର୍ଯ୍ୟନିର୍ବାହୀ ସମ୍ପାଦକ ଅନୁରାଧା ଭାସିନ୍‌ ଏବଂ କଂଗ୍ରେସ କର୍ମୀ ତେହସିନ୍‌ ପୁନାଓ୍ବାଲାଙ୍କ ପକ୍ଷରୁ ଏହି ପିଟିଶନ ଦାଏର ହୋଇଥିଲା। ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ, ଜଷ୍ଟିସ ଏସ୍‌.ଏ. ବୋବ୍‌ଡେ ଏବଂ ଏସ୍‌.ଏ. ନାଜିରଙ୍କୁ ନେଇ ଗଠିତ ଖଣ୍ଡପୀଠ ସପ୍ତାହେ ପରେ ମାମଲାର ଶୁଣାଣି କରିବେ।
ଭାସିନ୍‌ଙ୍କ ପକ୍ଷରୁ ଆଇନଜୀବୀ ବ୍ରିନ୍ଦା ଗୋଭର କୋର୍ଟଙ୍କୁ କହିଥିଲେ, ସରକାର କଟକଣା ଲାଗୁ କରିଥିବାରୁ ୨୪ ଦିନ ହେଲା ଗଣମାଧ୍ୟମ ପାଖରେ କୌଣସି ତଥ୍ୟ ପହଞ୍ଚତ୍ପାରୁନାହିଁ। ରାଜ୍ୟର ମୋବାଇଲ, ଇଣ୍ଟରନେଟ, ଲ୍ୟାଣ୍ଡଲାଇନ ସେବା ସମେତ ସମସ୍ତ ଯୋଗାଯୋଗ ମାଧ୍ୟମ ଉପରୁ କଟକଣା ତୁରନ୍ତ ହଟାଇ ଗଣମାଧ୍ୟମକୁ କାର୍ଯ୍ୟ କରିବା ଲାଗି ଉପଯୁକ୍ତ ପରିବେଶ ଯୋଗାଇଦେବାକୁ ଭାସିନ କୋର୍ଟଙ୍କୁ ଅନୁରୋଧ କରିଥିଲେ। କଶ୍ମୀର ଓ ଜମ୍ମୁର କେତେକ ଜିଲାରେ ଖବରଦାତାମାନଙ୍କ ଯାତାୟାତ ଉପରୁ କଟକଣା ଉଠାଇଦେବାକୁ କେନ୍ଦ୍ର ସରକାର ଓ ରାଜ୍ୟ ପ୍ରଶାସନକୁ ନିର୍ଦ୍ଦେଶ ଦେବା ଲାଗି କଶ୍ମୀର ଟାଇମ୍ସର ସମ୍ପାଦକ ନିବେଦନ କରିଥିଲେ। ସେହିପରି କର୍ଫ୍ୟୁ ଓ ଯୋଗାଯୋଗ ମାଧ୍ୟମ ଉପରୁ କଟକଣା ହଟାଇବା ପାଇଁ ପୁନାଓ୍ବାଲାଙ୍କ ଓକିଲ ଅଦାଲତଙ୍କୁ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପହଲଗାମ ଆକ୍ରମଣର ପ୍ରତିଶୋଧ ନେଲା ଭାରତ: ଟଳିପଡ଼ିଲେ ମୂସା

ଶ୍ରୀନଗର,୩୦।୯: ଜମ୍ମୁ-କଶ୍ମୀରର ବଡଗାମ ଜିଲାରେ ସୁରକ୍ଷାବାହିନୀକୁ ବଡ଼ ସଫଳତା ମିଳିଛି। ୟୁସମର୍ଗ ଅଞ୍ଚଳରେ ଚାଲିଥିବା ତଲାସୀ ଅଭିଯାନ ବେଳେ ପାକିସ୍ତାନ ଭିତ୍ତିକ ଆତଙ୍କୀ ସଂଗଠନ ଲସ୍କର-ଏ-ତୋଏବା (LeT)ର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଆଶୀର୍ବାଦ: ମାଉଣ୍ଟ ମଚୋଇ-୨ ଶିଖରରେ ଉଡ଼ାଇଲେ ତ୍ରିରଙ୍ଗା

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ କୁଲିତା ଟୁକୁରା ଗ୍ରାମର ପର୍ବତାରୋହୀ ଆଶୀର୍ବାଦ ମହାପାତ୍ର ପ୍ରାୟ ୫,୧୩୦ ମିଟର(୧୬,୮୩୦ ଫୁଟ) ଉଚ୍ଚତାବିଶିଷ୍ଟ ଜମ୍ମୁ-କଶ୍ମୀରର ମାଉଣ୍ଟ ମଚୋଇ-୨…

ସନ୍ତାନ ବତ୍ସଳତା

ଅମୃତ କାଳରେ ଅସହାୟତାର ଦୌଡ଼ ଜୀବନର ଦୌଡ଼ରେ ସମସ୍ତଙ୍କ ପାଖରେ ସମାନ ସୁଯୋଗ ନ ଥାଏ। କାହା ପାଖରେ ଦାମୀ ଜୋତା ଥାଏ, କାହା ପାଖରେ ଆଧୁନିକ…

ଆଇନର ସଂଶୋଧନ ଓ ଆଧୁନିକୀକରଣ

ରାଷ୍ଟ୍ରର ମୂଳ ଆଧାର ହେଉଛି ତାହାର ଆଇନ ବ୍ୟବସ୍ଥା। ଆଇନ କେବଳ ଏକ ଶାସନ ପ୍ରଣାଳୀ ନୁହେଁ, ବରଂ ଏହା ମାନବ ସମାଜକୁ ଶୃଙ୍ଖଳିତ କରିବା, ନ୍ୟାୟ…

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ସ୍ବାର୍ଥ ଯୋଗୁ ଦ୍ୱନ୍ଦ୍ୱ

ଅପରେଶନ ସିନ୍ଦୂର ବେଳେ ନିଜେ ହସ୍ତକ୍ଷେପ କରିବାରୁ ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ବନ୍ଦ ହୋଇଥିଲା ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବାରମ୍ବାର କହିଆସୁଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?