Posted inଜାତୀୟ

ଜମ୍ମୁ-କଶ୍ମୀର ପ୍ରଶାସନକୁ ଜବାବ ମାଗିଲେ ସୁପ୍ରିମକୋର୍ଟ:ଉପତ୍ୟକାରେ କଟକଣା କେତେଦିନ

ନୂଆଦିଲ୍ଲୀ,୨୫-୧୦ (ପି.ଟି.):ଜମ୍ମୁ-କଶ୍ମୀରରେ ଆଉ କେତେଦିନ କଟକଣା ଜାରି ରଖିବାକୁ ଚାହାନ୍ତି ବୋଲି ସୁପ୍ରିମକୋର୍ଟ ରାଜ୍ୟ ପ୍ରଶାସନକୁ ପ୍ରଶ୍ନ କରିଛନ୍ତି। ଅଗଷ୍ଟ ୫ରେ ଉକ୍ତ ରାଜ୍ୟରୁ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ଦିନଠାରୁ ବିଭିନ୍ନ କଟକଣା ଲାଗୁ ହୋଇଛି। ପରିବହନ ଓ ଯୋଗାଯୋଗ ଉପରେ ଲାଗିଥିବା କଟକଣାକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଏକାଧିକ ପିଟିଶନ ଦାଏର ହୋଇଥିଲା। ଏହାର ଶୁଣାଣି କରି ସର୍ବୋଚ୍ଚ ଅଦାଲତ କହିଛନ୍ତି ଜାତୀୟ ସ୍ବାର୍ଥ ଲାଗି କର୍ତ୍ତୃପକ୍ଷ କଟକଣା ଲାଗୁ କରିପାରିବେ। କିନ୍ତୁ ଏହାର ସମୀକ୍ଷା ହେବା ଆବଶ୍ୟକ। ସ୍ପଷ୍ଟ ଉତ୍ତର ସହ ସମସ୍ୟା ସମାଧାନର ଅନ୍ୟ ପଦ୍ଧତି ବାହାର କରିବାକୁ ଜଷ୍ଟିସ୍‌ ଏନ୍‌.ଭି. ରମାନାଙ୍କ ଅଧ୍ୟକ୍ଷତାରେ ଜଷ୍ଟିସ ଆର୍‌. ସୁଭାଷ ରେଡ୍ଡୀ ଏବଂ ବି.ଆର୍‌. ଗଭାଇଙ୍କୁ ନେଇ ଗଠିତ ଖଣ୍ଡପୀଠ କେନ୍ଦ୍ର ଓ ରାଜ୍ୟ ପ୍ରଶାସନ ପକ୍ଷରୁ ଆଟର୍ନି ଜେନେରାଲ କେ.କେ. ବେଣୁଗୋପାଳ ଓ ସଲିସିଟର ଜେନେରାଲ ତୁଷାର ହେହେଟ୍ଟାଙ୍କୁ କହିଥିଲେ। ପ୍ରତିଦିନ ଜମ୍ମୁ-କଶ୍ମୀର ସ୍ଥିତିର ସମୀକ୍ଷା ହେଉଛି ଏବଂ ପାଖାପାଖି ୯୯ ପ୍ରତିଶତ ଅଞ୍ଚଳରୁ କଟକଣା ହଟିଲାଣି ବୋଲି ମେହେଟ୍ଟା ଖଣ୍ଡପୀଠଙ୍କୁ ଜଣାଇଥିଲେ। ପିଟିଶନରଙ୍କ ପକ୍ଷର ଓକିଲ ବ୍ରିନ୍ଦା ଗ୍ରୋଭର ଏହାର ପ୍ରତିବାଦ କରିଥିଲେ। ଉପତ୍ୟକାରେ ଏବେ ବି ଇଣ୍ଟରନେଟ ସଂଯୋଗ ଦିଆଯାଇ ନ ଥିବା ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri