Posted inଜାତୀୟ

ଜମ୍ମୁ କଶ୍ମୀର ବଡଗାମରେ ଏନକାଉଣ୍ଟର: ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର,୨୮।୬: ଜମ୍ମୁ କଶ୍ମୀରର ବଡଗାମ ଜିଲାରେ ଶୁକ୍ରବାର ସକାଳେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, କ୍ରାଲପୋରାରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ବିଶ୍ୱସ୍ତ ସୂତ୍ରରୁ ସୁରକ୍ଷାକର୍ମୀଙ୍କୁ ଖବର ମିଳିଥିଲା। ଏହାପରେ ସୁରକ୍ଷାକର୍ମୀ ଉକ୍ତ ଅଞ୍ଚଳକୁ ଘେରାବବନ୍ଦି କରି ସର୍ଚ୍ଚ ଅପରେଶନ୍‌ କରିଥିଲେ। ଆତଙ୍କବାଦୀମାନେ ଭୟଭୀତ ହୋଇ ସୁରକ୍ଷାକର୍ମୀଙ୍କ ଉପରେ ପ୍ରଥମେ ଆଖିବୁଜା ଗୁଳି ଚାଳନା କରିଥିଲେ। ସୁରକ୍ଷାକର୍ମୀ ମଧ୍ୟ ଏହାର ପାଲଟା ଜବାବ ଦେଇଥିଲେ। ଏହି ଗୁଳିବିନିମୟରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଘଟଣାସ୍ଥଳରୁ ମୃତଦେହ ଠାବ କରାଯାଇଛି। ଏଥିସହ ଉକ୍ତ ଅଞ୍ଚଳକୁ ଘେରାବନ୍ଦୀ କରାଯାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି। ଦୁଇ ପକ୍ଷରୁ ଏବେ ପର୍ଯ୍ୟନ୍ତ ଗୁଳିବିନିମୟ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଗରେ ଏମିତି କାମ କରିଦେଲେ କୋହଲି: ଆଚରଣକୁ କଡ଼ା ସମାଲୋଚନା, ଦେଖନ୍ତୁ Video

ନୂଆଦିଲ୍ଲୀ,୨୩।୫: ଆଇପିଏଲ୍‌ର ଏକ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ରୟାଲ ଚ୍ୟାଲେଞ୍ଜର୍ସକୁ ୫୫ ରନରେ ପରାସ୍ତ କରିଥିଲା। ମ୍ୟାଚ ସମୟରେ ବିରାଟ କୋହଲି ଏବଂ ଟ୍ରାଭିସ ହେଡ ମଧ୍ୟରେ…

ସୋସିଆଲ ମିଡିଆରେ ଏମିତି ମନ୍ତବ୍ୟ ଦେଇ ନିଲମ୍ବିତ ହେଲେ ଶିକ୍ଷକ

ନୂଆପଡ଼ା,୨୩ା୫(ମକାରୁ ବେମାଲ):ସାମାଜିକ ଗଣମାଧ୍ୟମ ଫେସ୍‌ବୁକରେ ବିଭ୍ରାନ୍ତିକର ମନ୍ତବ୍ୟ ଦେଇ ନୂଆପଡ଼ା ଜିଲାର ଜଣେ ସହକାରୀ ଶିକ୍ଷକ ନିଲମ୍ବିତ ହୋଇଛନ୍ତି। ସୂଚନା ମୁତାବକ, ନୂଆପଡ଼ା ଜିଲା କୋମନା ବ୍ଲକ…

ସୋରିପଡ଼ା, ଖଲିଆପଡ଼ାରେ ଜଳ ସଙ୍କଟ: ପାଣି ଟୋପେ ପାଇଁ ହନ୍ତସନ୍ତ

ନୂଆପଡ଼ା,୨୩ା୫ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ୍‌ ଜଟଗଡ଼ ପଞ୍ଚାୟତ ସୋରିପଡ଼ା ଓ ଖଲିଆପଡ଼ାରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ସୂଚନା ଅନୁଯାୟୀ ସୋରିପଡ଼ା ଗଁାରେ ୫୦ରୁ…

ଅଧରାତିରେ ଚାଲାଣ ହେଉଥିଲା ଗୋରୁ, ମାଡ଼ିବସିଲେ ଗ୍ରାମବାସୀ: ଆଉ ତା’ପରେ…

ମହାକାଳପଡ଼ା,୨୩।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ପିତାପାଟ ଗ୍ରାମ ପାଇଟାଳ କନ୍ଧା ବାଲି ମାଉଣ୍ଟଠାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଗାଡ଼ିରେ…

କୋର୍ଟ ଆଗରେ ବାପାଙ୍କୁ ହାଣିଲେ ୨ ପୁଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସୋର, ୨୩ା୫(ଜନ୍ମେଜୟ ମିଶ୍ର):ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବାପାଙ୍କୁ ଗୋଡେଇ ଗୋଡେଇ ହାଣିଛନ୍ତି ୨ ପୁଅ। ତାହା ପୁଣି ସୋର କୋର୍ଟ ସମ୍ମୁଖରେ। ସ୍ଥାନୀୟ ଲୋକେ ଗୁରୁତର…

ଜିଲା ଟପ୍ପର ହେଲେ ଛାତ୍ରୀ ପ୍ରତୀକ୍ଷାରାଣୀ: ଭବିଷ୍ୟତରେ ଏହି କାମ କରିବାକୁ ଲକ୍ଷ୍ୟ

ଲୋଇସିଂହା,୨୩।୫(ସୁଶାନ୍ତ ବାରିକ):ନିକଟରେ ସିଏଚ୍‌ଏସଇ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଛି ା ଏଥିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ସକମାସ୍ଥିତ ଯୁବୋଦୟ କଲେଜର…

ତାତିଠୁ ବଳିଯାଇଛି ଜଳକଷ୍ଟ: ପାନୀୟଜଳ ଯୋଗାଣ ପ୍ରକଳ୍ପ ଅଚଳ

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ):ବର୍ତ୍ତମାନ ତାତିର ପ୍ରକୋପ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। କେବଳ ବାହାରେ ନୁହେଁ, ଘରେ ରହିଲେ ମଧ୍ୟ ଜୀବନ ଦହଗଞ୍ଜ ହୋଇ ପଡ଼ୁଛି। ଏଭଳି ସ୍ଥିତିରେ…

ହଠାତ୍‌ ଚଳନ୍ତା କାର୍‌ରେ ଲାଗିଲା ନିଆଁ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୨୨।୫(ଅନାଥ ତରାଇ/ଦିଲ୍ଲୀପ ସାମଲ)ଜାତୀୟ ରାଜପଥ ହୁମା ହାଟ ପଡ଼ିଆ ନିକଟରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଧରାତିରେ ଏକ ଚଳନ୍ତା କାର୍‌ରେ ହଠାତ ନିଆଁ ଲାଗିଯିବାରୁ ତାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri