ଜମ୍ମୁ-କଶ୍ମୀର, ହିମାଚଳ ପ୍ରଦେଶରୁ ବିମାନରେ ଫେରିିଲେ ୩୧୦ ପ୍ରବାସୀ  

ଭୁବନେଶ୍ୱର,୭।୬(ବ୍ୟୁରୋ): ଜମ୍ମୁ-କଶ୍ମୀର ଓ ହିମାଚଳ ପ୍ରଦେଶର ଅପହଞ୍ଚ ଇଲାକାରେ ଫସି ରହିଥିବା ଓଡ଼ିଆମାନଙ୍କୁ ରବିବାର ରାଜ୍ୟ ସରକାର ଫେରାଇ ଆଣିଛନ୍ତି। ଏୟାର ଏସିଆର ୩ଟି ବିମାନରେ ୩୧୦ଜଣ ପ୍ରବାସୀ ଭୁବନେଶ୍ୱରରେ ପହଞ୍ଚତ୍ଛନ୍ତି। ଏମାନଙ୍କ ମଧ୍ୟରେ ଜଣେ ଭୁବନେଶ୍ୱରର ଥିବାବେଳେ ଅନ୍ୟମାନେ ରାଜ୍ୟର ବିଭିନ୍ନ ଜିଲାର ବୋଲି ଜଣାପଡ଼ିଛି। ଏହି ପ୍ରବାସୀମାନେ ଜମ୍ମୁ-କଶ୍ମୀରର ଅନନ୍ତନାଗ, ରାଜୌରା, ପୁଞ୍ଚ, ଜମ୍ମୁ ଓ ସାମ୍ବା ଜିଲା ଏବଂ ହିମାଚଳ ପ୍ରଦେଶର କାଙ୍ଗ୍ରା ଓ ଉନ୍ନା ଜିଲାରେ ଅଟକି ରହିଥିଲେ। ରାଜ୍ୟ ସରକାରଙ୍କ ଉତ୍ସର୍ଗୀକୃତ ଅଧିକାରୀମାନଙ୍କୁ ନେଇ ଗଠିତ ସ୍ବତନ୍ତ୍ର ଟିମ୍‌ ସେମାନଙ୍କ ସହ ନିୟମିତ ଯୋଗାଯୋଗରେ ରହିବା ସହ ସମ୍ପୃକ୍ତ ରାଜ୍ୟ ସରକାରଙ୍କ ସହ ଆଲୋଚନା କରିଥିଲେ। କୋଭିଡ-୧୯ ନିୟମାବଳୀ ଅନୁଯାୟୀ ଆବଶ୍ୟକ ଔପଚାରିକତା ପରେ ଜମ୍ମୁ-କାଶ୍ମୀର ଏବଂ ହିମାଚଳ ପ୍ରଦେଶ ବିମାନବନ୍ଦରରୁ ସେମାନଙ୍କୁ ଆଣିବାର ସମସ୍ତ ବନ୍ଦୋବସ୍ତ ହୋଇଥିଲା। ଅନ୍ୟପକ୍ଷରେ ସୋମବାର ଦିନ ୧୨ଟା ୩୦ରେ ଆଣ୍ଡାମାନ ଓ ନିକୋବର ଦ୍ୱୀପରେ ଫସି ରହିଥିବା ଓଡ଼ିଆଙ୍କୁ ନେଇ ଅନ୍ୟଏକ ସ୍ବତନ୍ତ୍ର ବିମାନ ଭୁବନେଶ୍ୱରରେ ପହଞ୍ଚତ୍ବ ବୋଲି ସୂଚନା ମିଳିଛି।
ସୂଚନାଯୋଗ୍ୟ, କରୋନା ମହାମାରୀ ପରିପ୍ରେକ୍ଷୀରେ ସମଗ୍ର ଦେଶରେ ଲକ୍‌ଡାଉନ ଯୋଗୁ ରାଜ୍ୟ ସରକାର ଦେଶର ବିଭିନ୍ନ ପ୍ରାନ୍ତରେ ଫସି ରହିଥିବା ପ୍ରବାସୀ ଓଡ଼ିଆଙ୍କୁ ନିରାପଦରେ ରାଜ୍ୟକୁ ଫେରାଇ ଆଣିବା ଅଭିଯାନ ହାତକୁ ନେଇଛନ୍ତି। ଯେଉଁଠାରେ ରେଳ ସେବା ଉପଲବ୍ଧ ନାହିଁ କିମ୍ବା ଅନ୍ୟ କୌଣସି ଗାଡ଼ିରେ ଆଣିବା ସମ୍ଭବ ହେଉନି, ସେଠାରୁ ବିମାନ ଦ୍ୱାରା ପ୍ରବାସୀଙ୍କୁ ଆଣିବାର ବ୍ୟବସ୍ଥା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

ନିଜ ଗୁରୁଙ୍କ ପାଦଛୁଇଁ ଭାବବିହ୍ବଳ ହୋଇପଡିଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

କେନ୍ଦୁଝର,୧୪।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। କେବଳ ଜଣେ ପୁରାତନ ଛାତ୍ର ଭାବରେ…

ନିୟମଗିରି ଦୁର୍ଗମ ଅଞ୍ଚଳରେ ଲୋକଙ୍କ ସମସ୍ୟା ବୁଝିଲେ ଜିଲାପାଳ

କଲ୍ୟାଣସିଂହପୁର,୧୪।୪ (ଦୀପକ କୁମାର ପରିଡା): ରାୟଗଡା ଜିଲାପାଳ ଆଶୁତୋଷ କୁଲକର୍ଣ୍ଣି ସୋମବାର କଲ୍ୟାଣସିଂହପୁର ବ୍ଲକ୍‌ ପାର୍ସଲି ପଞ୍ଚାୟତର ନିୟମଗିରି ପାହାଡ଼ରେ ଥିବା ଦୁର୍ଗମ ଅଞ୍ଚଳ ପରିଦର୍ଶନ କରି…

ସରିଲା ଗଞ୍ଜାମ ଜିଲା ପ୍ରସିଦ୍ଧ ଦଣ୍ଡ ଯାତ୍ରା, ମେରୁ ପାଇଁ ଚଳଚଞ୍ଚଳ ଗାଁ ଠୁ ସହର

ଗଞ୍ଜାମ,୧୪।୪(ବିଦ୍ୟାଧର ସାହୁ): ସରିଲା ଗଞ୍ଜାମ ଜିଲା ପ୍ରସିଦ୍ଧ ଦଣ୍ଡ ଯାତ୍ରା । ଦୀର୍ଘ ୨୧ଦିନ ଧରି ମା’ ଦଣ୍ଡକାଳୀ ଗାଁ ଗାଁ ବୁଲି ମାନସିକଧାରୀଙ୍କ ଦାଣ୍ଡରେ ଯାତ୍ରା…

୧୯ରେ ସିଜିଏଲ୍‌ ପରୀକ୍ଷା: ଡାଉନ୍‌ଲୋଡ୍‌ ହେଉନି ଆଡ୍‌ମିଟ କାର୍ଡ, ଆଶାୟୀଙ୍କ ମଧ୍ୟରେ ବଢ଼ୁଛି ଅସନ୍ତୋଷ

ଭୁବନେଶ୍ୱର,୧୪।୪(ସୁଚିସ୍ମିତା ସାହୁ): ଓଡ଼ିଶା କର୍ମଚାରୀ ପ୍ରବରଣ ଆୟୋଗ (ଓଏସ୍‌ଏସ୍‌ସି) ପରିଚାଳିତ କମ୍ବାଇନ୍‌ଡ ଗ୍ରାଜୁଏଟ୍‌ ଲେଭଲ (ସିଜିଏଲ) ପରୀକ୍ଷା ଆସନ୍ତା ୧୯ ତାରିଖରେ ଅନୁଷ୍ଠିତ ହେବ। ପରୀକ୍ଷା ପାଇଁ…

ବଡ଼ ବୟାନ ଦେଲେ ଭକ୍ତ ଦାସ; ପଞ୍ଚାୟତ ନିର୍ବାଚନରେ ଏକାଠି ଲଢ଼ିପାରନ୍ତି ବିଜେଡି-କଂଗ୍ରେସ, ମେଣ୍ଟ…

ଖୋର୍ଦ୍ଧା,୧୪।୪(ପ୍ରଭାତ ପାଣିଗ୍ରାହୀ): ପଞ୍ଚାୟତ ନିର୍ବାଚନରେ ଏକାଠି ଲଢ଼ିପାରନ୍ତି ବିଜେଡି-କଂଗ୍ରେସ। ଜିଲା ପରିଷଦ ସିଟ୍‌ ପାଇଁ ହୋଇପାରେ ବୁଝାମଣା। ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ବୟାନ ପରେ…

ପରପାରିରେ ଗଞ୍ଜାମର ପୂର୍ବତନ ସରପଞ୍ଚ, ହୃଦଘାତରେ ଚାଲିଗଲା ଜୀବନ

ଗଞ୍ଜାମ,୧୪।୪(ଅନାଥ ତରାଇ/ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ବରପଲ୍ଲୀ ଗ୍ରାମର ଜଣେ ଜନପ୍ରିୟ ରାଜନୈତିକ ବ୍ୟକ୍ତିତ୍ୱ ତଥା ପୂର୍ବତନ ସରପଞ୍ଚ ନରସିଂହ ପଲାଇ (୭୭)ଙ୍କର ଆଜି…

ଆଜି ମହାବିଷୁବ ସଂକ୍ରାନ୍ତି, ପଣା ପିଇ ନବବର୍ଷ ପାଳିବେ ଓଡ଼ିଆ

ଭୁବନେଶ୍ବର,୧୪।୪; ଆଜି ହେଉଛି ପବିତ୍ର ପଣା ସଂକ୍ରାନ୍ତି । ପଣା ସଂକ୍ରାନ୍ତି ବା ମହାବିଷୁବ ସଂକ୍ରାନ୍ତି କୁ ଓଡ଼ିଆ ନବବର୍ଷ ଭାବରେ ପାଳନ କରାଯାଏ । ଆଜିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri