ଜମ୍ମୁ-କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ଖୁସିରେ ପାଳନ ହେଲା ଭାରତ ଉତ୍ସବ

ଜଗତ୍‌ସିଂହପୁର ଅଫିସ,୬ା୮: କଶ୍ମୀରରୁ ଧାରା ୩୭୦ ଓ ୩୫ଏ ଉଚ୍ଛେଦ କରାଯିବା ସହ ଏହାକୁ କେନ୍ଦ୍ର ଶାସିତ ଅଞ୍ଚଳ ମାନ୍ୟତା ଦିଆଯାଇଛି। ଜମ୍ମୁ-କଶ୍ମୀର ଓ ଲଦାଖ ପୃଥକ କେନ୍ଦ୍ର ଶାସିତ ଅଞ୍ଚଳ ହୋଇଛି। କଶ୍ମୀର ଦେଶର ଅନ୍ୟ କେନ୍ଦ୍ର ଶାସିତ ଅଞ୍ଚଳ ଭଳି ରହିବ। ଦୀର୍ଘ ୭୦ ବର୍ଷ ଭିତରେ ଯାହା ହୋଇପାରି ନ ଥିଲା, ତାହା ଆଜି ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ସରକାର କରି ଦେଖାଇଛି। ତେଣୁ ଏହା ଦେଶ ପାଇଁ ଐତିହାସିକ ଦିବସ। ଭାରତ ସରକାରଙ୍କ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ ବିଭିନ୍ନ ମହଲରେ ସ୍ବାଗତ କରାଯାଉଛି। ଏହି ଖୁସିରେ ଭାଜପା ଜଗତ୍‌ସିଂହପୁର ଜିଲା ଶାଖା ପକ୍ଷରୁ ସୋମବାର ସନ୍ଧ୍ୟାରେ ଭାରତ ଉତ୍ସବ ପାଳନ କରାଯାଇଛି। ଜିଲା ଭାଜପା ସଭାପତି ସତ୍ୟବ୍ରତ ମହାପାତ୍ରଙ୍କ ନେତୃତ୍ୱରେ ଦଳୀୟ ନେତା ଓ କର୍ମୀମାନେ ସ୍ଥାନୀୟ ଥାନା ଛକରେ ବିଜୟ ଉତ୍ସବ ପାଳନ କରିଥିଲେ। ଏଥିରେ ଜିଲା ଉପସଭାପତି ସୌଭାଗ୍ୟ ମହାନ୍ତି, ସାଧାରଣ ସମ୍ପାଦକ ଜଗନ୍ନାଥ ଦାଶ, ନଗର ସଭାପତି ଅକ୍ଷୟ ପାତ୍ର, ମିଡିଆ ସେଲର ଗଣେଶ ପ୍ରସାଦ ମହାନ୍ତି, ଶ୍ରୀକାନ୍ତ ଚୌଧୁରୀ, ରଣଜିତ ମହାନ୍ତି, ହୃଷୀକେଶ ନନ୍ଦଙ୍କ ସମେତ ଅନେକ ଲୋକ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତର ଆନ୍ଦୋଳନ ସ୍ଥଗିତ, ସୂଚନା ଦେଇ ସ୍ବାସ୍ଥ୍ୟମନ୍ତ୍ରୀ କହିଲେ ଆଜିଠୁ…

ଭୁବନେଶ୍ୱର,୪ା୭: ରାଜ୍ୟରେ ଚାଲିଥିବା ଡାକ୍ତରମାନଙ୍କ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଛି। ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଶନିବାରଠାରୁ ଡାକ୍ତରମାନେ କାର୍ଯ୍ୟରେ ଯୋଗ ଦେବେ ବୋଲି ମନ୍ତ୍ରୀ…

‘କକ୍ରୋଚ ଜନତା ପାର୍ଟି’ର ପ୍ରତିବାଦକୁ ସମର୍ଥନ କଲେ ମହୁଆ ମୋଇତ୍ରା

ନୂଆଦିଲ୍ଲୀ,୪।୭: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରା ଶୁକ୍ରବାର ଜନ୍ତରମନ୍ତରରେ ଚାଲିଥିବା ପ୍ରତିବାଦରେ ଯୋଗ ଦେଇ କର୍ମୀ ସୋନମ ୱାଙ୍ଗଚୁକଙ୍କ ସମର୍ଥନରେ ସ୍ବର ଉଠାଇଥିଲେ। ଶିକ୍ଷା…

IND vs ENG 2nd T20: ବୈଭବ ସୂର୍ଯ୍ୟବଂଶୀଙ୍କୁ ଭୟ କରୁଛି ଇଂଲଣ୍ଡ? ତାଙ୍କୁ ମୁକାବିଲା କରିବା ପାଇଁ ଯୋଜନା ପ୍ରସ୍ତୁତ

ନୂଆଦିଲ୍ଲୀ,୪।୭: ବୈଭବ ସୂର୍ଯ୍ୟବଂଶୀ କେବେ ତାଙ୍କର ଅନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିବେ? ଏହି ପ୍ରଶ୍ନ ବର୍ତ୍ତମାନ କ୍ରିକେଟ ଜଗତରେ ଚର୍ଚ୍ଚାର ବିଷୟ। ବୈଭବ ନିକଟରେ ଏକ ଇନଷ୍ଟାଗ୍ରାମ…

ଚର୍ଚ୍ଚା ସୃଷ୍ଟି କଲାଣି ବୈଭବ ସୂର୍ଯ୍ୟବଂଶୀଙ୍କ ‘New Chapter’ ଷ୍ଟୋରୀ, ଏହା ଡେବ୍ୟୁର ଏକ ସଙ୍କେତ ନା ଏକ ନୂଆ ସରପ୍ରାଇଜ? ଜାଣନ୍ତୁ…

ନୂଆଦିଲ୍ଲୀ,୪।୭: ସମସ୍ତେ ଜାଣିବାକୁ ଚାହାଁନ୍ତି ଯେ ଭାରତର ପ୍ରତିଭାବାନ ଯୁବ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀ କେବେ ଟିମ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ। ଏହି ଶନିବାର ମାଞ୍ଚେଷ୍ଟରରେ…

ଭଞ୍ଜନଗର ପୋଲିସକୁ ବଡ଼ ସଫଳତା: ସୁନା-ରୁପା ଅଳଙ୍କାର ଜବତ, ୪ ଡକାୟତଙ୍କୁ ଗିରଫ କରି…

ଭଞ୍ଜନଗର,୪ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବିଗତ କିଛି ମାସ ହେବ ଚୋରି, ଡକାୟତି ବଢ଼ିଯାଇଛି। ଯାହାକୁ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଛି।…

ମହଙ୍ଗା ମାଡ଼ରୁ ରକ୍ଷା ନାହିଁ; ସାଇତି ରଖନ୍ତୁ ଟମାଟୋ, ପୁଣି ବଢ଼ିଲା ଦର…

ନୂଆଦିଲ୍ଲୀ,୪ା୭: ରୋଷେଇ ଘରେ ପ୍ରତିଦିନ ବ୍ୟବହାର ହେଉଥିବା ଟମାଟୋ ପୁଣି ଥରେ ଲୋକଙ୍କ ବଜେଟ୍ ଉପରେ ପ୍ରଭାବ ପକାଇବା ଆରମ୍ଭ କଲାଣି। ଦେଶର ଅନେକ ରାଜ୍ୟରେ ଏହାର…

ଲଗାଣ ବର୍ଷାରେ ଭାଙ୍ଗିଲା ଘର, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ

ରିଷିଡ଼ା,୪ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ହରି ବାରିକଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ ଜୀବନ ବିତାଉଛନ୍ତି। ଆବାସ…

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା: ସମସ୍ତ ପଦବୀରୁ ଇସ୍ତଫା ଦେଲେ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ

କୋଲକାତା,୪।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କୁ ଏକ ବଡ଼ ରାଜନୈତିକ ଝଟକା ଲାଗିଛି। ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ଏବଂ ବଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri