Posted inଜାତୀୟ

ଜମ୍ମୁ-କଶ୍ମୀରରେ ଆତଙ୍କବାଦ ଯୋଗୁ ଯାଇଛି ୪୧ ହଜାର ୮ଶହରୁ ଅଧିକ ଜୀବନ: ଶାହ

ନୂଆଦିଲ୍ଲୀ,୨୯।୯: ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରର ସ୍ଥିିତି ସ୍ବାଭାବିକ ହେବାରେ ଲାଗିଛି। ଏଠାରେ ଟେଲିଫୋନ୍‌ ସେବା ବାଧାପ୍ରାପ୍ତ ହେବାକୁ ମାନବାଧିକାରର ଉଲ୍ଲଂଘନ ବୋଲି କହୁଥିବା ବିରୋଧୀ ଆତଙ୍କବାଦକୁ ପ୍ରଶୟ ଦେଉଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କହିଛନ୍ତି। ଦିଲ୍ଲୀର ଏକ ସଭାରେ ଯୋଗଦେଇ ଶାହ ଏଭଳି ମନ୍ତବ୍ୟ ଦେଇଛନ୍ତି। ଜମ୍ମୁ-କଶ୍ମୀରରେ ଆତଙ୍କବାଦ ଯୋଗୁ ଇତିମଧ୍ୟରେ ୪୧ ହଜାର ୮ ଶହରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ବିରୋଧୀଙ୍କ ଦୟା ନ ଥିବା ଶାହ କହିଛନ୍ତି। ଏତେ ସଂଖ୍ୟକ ଲୋକଙ୍କ ମୃତ୍ୟୁରେ ମାନବାଧିକାରର ଉଲ୍ଲଂଘନ ହୋଇ ନ ଥିବାବେଳେ ଟେଲିଫୋନ୍‌ ସେବା ବ୍ୟାହତରେ ମାନବାଧିକାରର ଉଲ୍ଲଂଘନ କିପରି ହେଲା ବୋଲି ଶାହ ପ୍ରଶ୍ନ କରିଛନ୍ତି। ରାଜ୍ୟର ଇତିହାସକୁ କେତେକ ନିଜ ଇଛା ଅନୁସାରେ ଲେଖିଛନ୍ତି। ତେବେ ବର୍ତ୍ତମାନ ଉପଯୁକ୍ତ ସମୟ ଆସିଛି। ଏବେ ରାଜ୍ୟର ଠିକ୍‌ ଇତିହାସ ଲେଖାଯିବ ବୋଲି ଶାହ କହିଛନ୍ତି। ରାଜ୍ୟର ୧୯୬ଟି ଥାନା ଅଞ୍ଚଳରେ ଇତିମଧ୍ୟରେ କର୍ଫ୍ୟୁ ଉଠାଇ ନିଆଯାଇଛି। କେବଳ ୮ଟି ଥାନା ଅଞ୍ଚଳରେ ସୁରକ୍ଷାକୁ ଦୃଷ୍ଟିରେ ରଖି ୧୪୪ ଧାରା ଜାରି କରାଯାଇଥିବା ଶାହ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri