Posted inଜାତୀୟ

ଜମ୍ମୁ-କଶ୍ମୀରରେ ଏନ୍‌କାଉଣ୍ଟର: ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ିଲେ ୩ ଆତଙ୍କବାଦୀ

ଶ୍ରୀନଗର,୩୧।୧: ଜମ୍ମୁ-କଶ୍ମୀରରେ ପୁଣି ଥରେ ଆକ୍ରମଣ ଷଡ଼ଯନ୍ତ୍ର ରଚିଥିବା ଆତଙ୍କବାଦୀଙ୍କ ଯୋଜନାକୁ ପଣ୍ଡ କରିଦେଇଛନ୍ତି ସୁରକ୍ଷାକର୍ମୀ। ନଗରୋଟା ଜାତୀୟ ରାଜପଥ ବନ୍‌ ଟୋଲ ପ୍ଲାଜାଠାରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏଥିସହ ତାଙ୍କଠାରୁ ବିପୁଳ ମାତ୍ରାରେ ମାରଣାସ୍ତ୍ର ଜବତ କରାଯାଇଛି। ସୂଚନାଯୋଗ୍ୟ, ଶୁକ୍ରବାର ସକାଳେ ଜମ୍ମୁ-ଶ୍ରୀନଗର ନଗରୋଟା ଜାତୀୟ ରାଜପଥରେ ଶ୍ରୀନଗର ଅଭିମୁଖେ ଯାଉଥିବା ଏକ ଟ୍ରକ୍‌କୁ ପୋଲିସ ବନ୍‌ ଟୋଲ ପ୍ଲାଜାଠାରେ ଅଟକାଇଥିଲା। ଏହାପରେ ଟ୍ରକ୍‌ ଭିତରେ ସେନା ପୋଷାକରେ ଲୁଚିରହିଥିବା ଆତଙ୍କବାଦୀ ପୋଲିସ ଉପରକୁ ଅତର୍କିତ ଆକ୍ରମଣ କରିଥିଲେ। ଏହାର ପାଲଟା ଜବାବରେ ପୋଲିସ ମଧ୍ୟ ସେମାନଙ୍କ ଉପରକୁ ଗୁଳିଚାଳନା କରିଥିଲା। ଏହି ଗୁଳିବିନିମୟରେ ପୂର୍ବରୁ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ବେଳେ ଏବେ ଆଉ ୩ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହି ଗୁଳିବିନିମୟରେ ଜଣେ ପୋଲିସକର୍ମୀ ଆହତ ହୋଇଥିବା ସୂଚନା ମିଳିଛି। ଅପରପକ୍ଷେ ଅଧିକ ଆତଙ୍କବାଦୀ ଲୁଚି ରହିଥିବା ସନ୍ଦେହରେ ସ୍ଥାନୀୟ ଅଞ୍ଚଳକୁ ଘେରାବନ୍ଦି କରାଯାଇ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି। ଏଥିସହ ଜମ୍ମୁ-କଶ୍ମୀର ହାଇଓ୍ବେ ଉପରେ ଏବେ ବି ଗାଡିମଟର ଚଳାଚଳକୁ ବନ୍ଦ ରଖାଯାଇଥିବା ନେଇ ଜମ୍ମୁ-କଶ୍ମୀର ଆଇଜି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୯ ବର୍ଷୀୟ କ୍ରିକେଟର୍‌ କଲେ ବଡ଼ କାରନାମା: ଭାଙ୍ଗିଲା ରୋହିତ ଶର୍ମାଙ୍କ ରେକର୍ଡ

ନୂଆଦିଲ୍ଲୀ,୨୦।୨: ଜିମ୍ବାୱେ ୨୦୨୬ ଟି୨୦ ବିଶ୍ୱକପରେ ଆଉ ଏକ ବଡ଼ ବିପର୍ଯ୍ୟୟ ଘଟାଇବାରେ ସଫଳ ହୋଇଛି। ଜିମ୍ବାୱେ ତା’ର ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୬…

ପ୍ରମାଣ ଅଭାବରୁ ୨ ଗଞ୍ଜେଇ ଚାଲାଣକାରୀ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୨୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଏଡିଜେ ଶେଖ ମହମଦ କୁଏସ ଏକ ଗଞ୍ଜେଇ ଚାଲାଣ ମାମଲାର ବିଚାର କରି ପ୍ରମାଣ ଅଭାବରୁ ଦୁଇଜଣ ଅଭିଯୁକ୍ତଙ୍କୁ ଖଲାସ…

ଶଟର ପକାଇ ଜଗି ରହୁଛନ୍ତି ବାଉନ୍‌ସର, ଭିତରେ ବାର୍‌ ଡ୍ୟାନ୍ସରଙ୍କ ଉପରେ ଉଡୁଛି ଟଙ୍କା

ଭୁବନେଶ୍ୱର,୨୦ା୨(ତ୍ରିନାଥ ମହାନ୍ତି): ସବୁ ନିୟମ ଓ କଟକଣାକୁ ଫୁ’ କରିଦେଉଛନ୍ତି ବାର୍‌ ମାଲିକ। ପୋଲିସ ଓ ଅବକାରୀ ଚଢ଼ାଉକୁ ଖାତିର ନ କରି ଚଳାଉଛନ୍ତି ବେଆଇନ ବେପାର।…

ମଟନ-ଚିକେନ ଖାଇବା ଛାଡ଼ିଦେଲେ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୦।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆକୁ ଟାଇଟଲ ଦେବା ପରେ ଜିମ୍ବାୱେ ଏବଂ ନାମ୍ବିଆରୁ ଫେରିଥିବା ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ରାଜସ୍ଥାନ…

ବାଘଛୁଆର ମୃତଦେହ ବ୍ୟବଚ୍ଛେଦ କଲେ ୪ଜଣିଆ ଟିମ୍‌

ଭଞ୍ଜନଗର,୨୦ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରୁ ବୁଧବାର ବନ ବିଭାଗ ଜବତ କରିଥିବା କଲରାପତରିଆ ବାଘ…

ସବୁଠି ନ୍ୟାୟକୁ ସମର୍ଥନ

ସାରା ବିଶ୍ୱରେ ଆର୍ଥିକ ଅଭିବୃଦ୍ଧି ସର୍ବଦା ସମାନ ସୁଯୋଗ କିମ୍ବା ସହଭାଗୀ ସମୃଦ୍ଧିରେ ପରିଣତ ହୋଇନାହିଁ। ଗଠନମୂଳକ ଅସମାନତା ଜାରି ରହିଛି, ଯାହା ଉତ୍ତମ କାର୍ଯ୍ୟ, ସାମାଜିକ…

ଅନ୍ୟନାମରେ ଆକାଉଣ୍ଟ ଖୋଲି ଠକେଇ: ୭ଦିନରେ ଧରାପଡ଼ିଲେଣି ୯ ଅଭିଯୁକ୍ତ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଗତ ୧୩ ତାରିଖରୁ ପୋଲିସ ମହାନିର୍ଦ୍ଦେଶକଙ୍କ ନିର୍ଦ୍ଦେଶକ୍ରମେ ସାଇବର କବଚ ଅଭିଯାନ ଚାଲିଛି। ତେବେ ଏହି ଅଭିଯାନକୁ ବରଗଡ଼ ଜିଲା ପୋଲିସ୍‌ ଜୋରଦାର୍‌…

ବିଚ୍‌ ରାସ୍ତାରେ ପଡ଼ିଛି ନବଜାତ ଶିଶୁର ମୃତଦେହ, ଜନ୍ମ ପରେ…

ରାୟଗଡ଼ା,୨୦ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ ପୁଣି ଦେଖିବାକୁ ମିଳିଛି ଏକ ହୃଦୟ ବିଦାରକ ଦୃଶ୍ୟ। ସହରର ଗୋଦାବରୀଶ ନଗର ତଥା ରାୟଗଡ଼ା କଲେଜ ପଛ ପାର୍ଶ୍ୱ ବିଚ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri