Posted inଜାତୀୟ

ଜମ୍ମୁ କଶ୍ମୀରରେ ଶାନ୍ତିଶୃଙ୍ଖଳାର ସହ ପାଳନ ହେଲା ଇଦ୍‌:ଗଳିକନ୍ଦିରେ ବୁଲିଲେ ଡୋଭାଲ

ଶ୍ରୀନଗର, ୧୨।୮: କଡ଼ାସୁରକ୍ଷା ଭିତରେ ଜମ୍ମୁ-କଶ୍ମୀରରେ ନିରାଡମ୍ବର ଭାବରେ ଇଦ-ଉଲ-ଜୁହା ପାଳିତ ହୋଇଛି। ମୁଖ୍ୟତଃ ଶ୍ରୀନଗରରେ ଅଧିକ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଇଦ ଅବସରରେ ରାଜ୍ୟରେ ୬ ଘଣ୍ଟା ପାଇଁ ଢ଼ିଲା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ ବୋଲି ନିଷ୍ପତ୍ତି ନେଇଥିଲେ ସରକାର। ଏହି ଅବସରରେ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ୍‌ ଡୋଭାଲ୍‌ ଶ୍ରୀନଗରର ଗଳିକନ୍ଦିରେ ବୁଲିଛନ୍ତି। ଡୋଭାଲ ଅଚାନକ ପୁଓ୍ବାମା, ଲାଲ ଚୌକ ଏବଂ ବେଲଗାମ ସହରରେ ପହଞ୍ଚି ଲୋକଙ୍କ ସହ କଥାବାର୍ତ୍ତା ହୋଇଥିଲେ। ମୁସଲମାନ ସମ୍ପ୍ରଦାୟର ଲୋକମାନେ ସେମାନଙ୍କ ନିକଟବର୍ତ୍ତୀ ମସଜିଦ ଗୁଡ଼ିକୁ ଯାଇ ଇଦ ପ୍ରାର୍ଥନା କରିଛନ୍ତି। ବଡ଼ ବଡ଼ ମସଜିଦ ଗୁଡ଼ିକ ବନ୍ଦ ରହିଥିବା ସୂଚନା ରହିଛି। ସୂଚନାଯୋଗ୍ୟ, ଜମ୍ମୁ କଶ୍ମୀରରୁ ଧାରା ୩୭୦କୁ କେନ୍ଦ୍ର ସରକାର ଗତ ସପ୍ତାହରେ ହଟାଇଛନ୍ତି। ଏହାପରେ ହିଂସା ହୋଇପାରେ ବୋଲି ଆକଳନ କରି ଜମ୍ମୁ କଶ୍ମୀରରେ କର୍ଫ୍ୟୁ ଓ ଧାରା ୧୪୪ ଲାଗୁ କରାଯାଇଛି। ତେବେ ଇଦ ଥିବାରୁ ଶୁକ୍ରବାର ପାଖରୁ ଧାରା ୧୪୪ ରେ ସରକାର କୋହଳ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସିଏସ୍‌କେ ଅଧିନାୟକ ଋତୁରାଜଙ୍କୁ ଜରିମାନା, କାହିଁକି ଜାଣନ୍ତୁ…

ଅହମଦାବାଦ,୨୨ା୫: ଗୁଜରାଟ ଟାଇଟନ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ ଓଭର-ରେଟ୍‌ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଅଧିନାୟକ ଋତୁରାଜ ଗାଏକ୍ୱାଡଙ୍କୁ ଜରିମାନା କରାଯାଇଛି। ଗୁଜରାଟ ଟାଇଟାନ୍ସ…

କେଏସୟୁବି କଲେଜରେ ନୂତନ ଅଧ୍ୟକ୍ଷ ଭାବେ ଯୋଗଦେଲେ ଡ. ଗଗନ ବିହାରୀ ପୁରୋହିତ

ଭଞ୍ଜନଗର,୨୨।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷଙ୍କ ଭାବେ ଡ. ଗଗନ ବିହାରୀ ପୁରୋହିତ ଶୁକ୍ରବାର ଅପରାହ୍ନରେ ଦାୟିତ୍ୱ…

ଚଳନ୍ତା ଅଟୋ ଉପରେ ପଡ଼ିଲା ଗଛ, ଆଉ ତା‘ପରେ…

ପାରଳାଖେମୁଣ୍ଡି,୨୨ା୫(ଗିରିଧାରୀ ପରିା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ସୀମାନ୍ତ ଆନ୍ଧ୍ର ପ୍ରଦେଶର ପାଟପୁର ଗ୍ରାମ ନିକଟରେ ଶୁକ୍ରବାର ଏକ ଗଛ ପଡ଼ି ଅଟୋ ଚୁର୍‌ମାର୍‌ ହୋଇଯାଇଛି। ହେଲେ…

ପ୍ରକଳ୍ପ ଅଚଳ: ଚୁଆଁ ପାଣି ଭରସାରେ ସାହିବାସୀ

ଖଜୁରିପଡ଼ା,୨୨ା୫ (ବିଦୁର ବେହେରା): କନ୍ଦମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଗୁଦାରୀ ପାୟତ ୪ ନମ୍ବର ୱାର୍ଡ ଅନ୍ତର୍ଗତ ମଲିକ ସାହିରେ ପାନୀୟ ଜଳ ସମସ୍ୟା ଉଟ ରୂପ…

ଟୋପି, ଚଷମା ଏବଂ ମାସ୍କ… ମୁହଁ ଲୁଚାଇ ଆତ୍ମସମର୍ପଣ କରିବାକୁ କୋର୍ଟରେ ପହଞ୍ଚିଲେ ଟ୍ବିଶାଙ୍କ ସ୍ବାମୀ ସମର୍ଥ

ଜବଲପୁର,୨୨।୫: ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ଦୀର୍ଘ ଦିନ ଧରି ଫେରାର ଥିବା ସ୍ୱାମୀ ସମର୍ଥ ସିଂହ ଶୁକ୍ରବାର ଦିନ ମୁହଁ ଲୁଚାଇ ଜବଲପୁର ଜିଲା କୋର୍ଟରେ…

ଲ୍ୟାମ୍ପ MDଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: କୋଟି ଟଙ୍କାର ଅର୍ଥ ହେରଫେର କରି ଗଲେ ଜେଲ୍

କଲ୍ୟାଣସିଂହପୁର, ୨୨।୫ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାର କଲ୍ୟାଣସିଂହପୁର ସମବାୟ ସମିତି (ଲ୍ୟାମ୍ପ)ରେ ଘଟିଥିବା କୋଟି କୋଟି ଟଙ୍କାର ଅର୍ଥ ହେରଫେର ଘଟଣାରେ ନୂଆ ମୋଡ଼…

ପାରାଦୀପରେ ମାଟି ତଳ ପାଇପ୍ ଲାଇନ୍‌ରୁ ତେଲ ଲିକ୍, ବିପୁଳ ପରିମାଣର ପେଟ୍ରୋଲ ନଷ୍ଟ

ପାରାଦୀପ,୨୨।୫ (ଶରତ ରାଉତ): ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳର ୧ ନଂ ଗେଟ୍ ନିକଟରେ ଶୁକ୍ରବାର ଏକ ଅଘଟଣ ଘଟିଛି। ସାଉଥ୍ ଅଏଲ ବର୍ଥ ଜେଟିରୁ ଆଇଓସିଏଲ ଟର୍ମିନାଲ…

ବିଶ୍ୱର ସବୁଠାରୁ ଉତ୍ତପ୍ତ ୧୦୦ ସହର ମଧ୍ୟରେ ଭାରତର ୯୭! ୪୮ ଡିଗ୍ରୀ ଟପିଲାଣି ଓଡ଼ିଶାର ତାପମାତ୍ରା

ନୂଆଦିଲ୍ଲୀ,୨୨।୫: ଭାରତର ଅଧିକାଂଶ ରାଜ୍ୟର ଲୋକମାନେ ପ୍ରବଳ ଗରମ ଯୋଗୁ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଶୁକ୍ରବାର ଅପରାହ୍ନରେ ପ୍ରକାଶିତ ତଥ୍ୟ ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି; ବିଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri