Posted inଜାତୀୟ

ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୪।୩: ପାକିସ୍ତାନ ନିଜ କାର୍ଯ୍ୟରୁ ବାଦ୍‌ ପଡ଼ୁନି। ଲଗାତର ଭାରତ ସୀମାରେ ଅସ୍ତ୍ରବିରତି ଉଲ୍ଲଂଘନ କରିବା ସହ ସୀମାରେ ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରାଇବାକୁ ଉଦ୍ୟମ କରୁଛି। ଇତିମଧ୍ୟରେ ବୁଧବାର ଜମ୍ମୁ-କଶ୍ମୀର ବଦଗାମ ଜିଲାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏହି ଏନ୍‌କାଉଣ୍ଟରେ କେହି ମୃତାହତ ହୋଇ ନ ଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ବଦଗାମରେ ଆତଙ୍କବାଦୀ ଲୁଚି ରହିଥିବା ଖବର ପାଇ ସୁରକ୍ଷାକର୍ମୀ ସର୍ଚ୍ଚ ଅପରେଶନ୍‌ କରିଥିଲେ। ଆତଙ୍କବାଦୀ ଗିରଫଦାରି ଭୟରେ ସୁରକ୍ଷାକର୍ମୀଙ୍କ ଉପରେ ଆଖିବୁଜା ଗୁଳିଚାଳନା କରିଥିଲେ। ଏହାର ପାଲଟା ଜବାବରେ ସୁରକ୍ଷାକର୍ମୀ ମଧ୍ୟ ଆକ୍ରମଣ କରିଥିଲେ। ଘଟଣାସ୍ଥଳରେ ଏବେ ବି ଗୁଳି ବିନିମୟ ଜାରି ରହିଛି। ଅପରପକ୍ଷେ ସ୍ଥାନୀୟ ଅଞ୍ଚଳକୁ ଘେରାବନ୍ଦି କରାଯାଇ ସର୍ଚ୍ଚ ଅପରେଶନ୍‌ କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ବ୍ୟବସାୟୀଙ୍କ ଘରୁ ଲୁଟ୍ ଘଟଣା, ସନ୍ଧାନୀ କୁକୁର ପହଞ୍ଚି…

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍ ଚର୍ଚ୍ଚାର…

କ୍ଷୀରରେ ବରିଷ୍ଠ କଂଗ୍ରେସ ନେତାଙ୍କ ପାଦ ଧୋଇଲେ କର୍ମୀ, ସୋସିଆଲ ମିଡିଆରେ ଝଡ଼

ମୁମ୍ବାଇ,୨।୮: ମହାରାଷ୍ଟ୍ରର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ଏବଂ ବିଧାୟକ ନାନା ପାଟୋଲେ ପୁଣି ଥରେ ବିବାଦ ଘେରକୁ ଆସିଛନ୍ତି । ଦଳୀୟ କର୍ମୀମାନେ କ୍ଷୀରରେ ତାଙ୍କ ପାଦ…

ମଦ ଦୋକାନରୁ ଚୋରି, ଭାଇରାଲ ହେଉଛି ସିସିଟିଭି ଫୁଟେଜ୍‌

ଛତ୍ରପୁର,୨ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ବଉଳ ଗାଁରେ ଥିବା ବିଦେଶୀ ମଦ ଦୋକାନରୁ ଶନିବାର ବିଳମ୍ବିତ ରାତିରେ ତାଲା ଭାଙ୍ଗି ଚୋରି ହୋଇଛି।…

ଘରେ ପଶି ମହିଳାଙ୍କ ମୁଣ୍ଡକୁ ଧରି ଘୋଷାଡ଼ି ଆଣିଲା ବାଘ, ଚିତ୍କାର ଶୁଣି….

ଭୋପାଳ,୨।୮: କାନ୍ହା ଜାତୀୟ ଉଦ୍ୟାନର ବଫର ଜୋନରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ମଧ୍ୟପ୍ରଦେଶର ବାଲାଘାଟ ଜିଲାର ବୈହାର ଅଞ୍ଚଳରେ ଶନିବାର ରାତିରେ ବାଘ…

ବଜାରରେ ହଲଚଲ୍! ଫୁଡ୍ ଡେଲିଭରି ବଜାରକୁ ଏଣ୍ଟ୍ରି କରିବ ଫ୍ଲିପକାର୍ଟ, Zomato-Swiggyକୁ କଡ଼ା ଟକ୍କର

ନୂଆଦିଲ୍ଲୀ,୨।୮:ଇ-କମର୍ସ କମ୍ପାନୀ ଫ୍ଲିପକାର୍ଟ ବର୍ତ୍ତମାନ ଖାଦ୍ୟ ବିତରଣ (ଫୁଡ୍ ଡେଲିଭରି) ବ୍ୟବସାୟକୁ ଓହ୍ଲାଇବା ପାଇଁ ପ୍ରସ୍ତୁତି ଚଳାଇଛି। କମ୍ପାନୀ ପାଖାପାଖି ଅଗଷ୍ଟ ୧୫ ତାରିଖରୁ ବେଙ୍ଗାଲୋରରୁ ନିଜର…

ସମୁଦ୍ରରେ ବଡ଼ ଦୁର୍ଘଟଣା! ଜଳିଗଲା ଯାତ୍ରୀବାହୀ ଜାହାଜ, ୪୧ ଯାତ୍ରୀ….

ଜାକାର୍ତ୍ତା,୨।୮:ଇଣ୍ଡୋନେସିଆର ମଦୁରା ଦ୍ୱୀପ ନିକଟରେ ଏକ ଯାତ୍ରୀବାହୀ ଜାହାଜରେ ବଡ଼ ଧରଣର ଅଗ୍ନିକାଣ୍ଡ ହୋଇଛି । ଏହି ଅଗ୍ନିକାଣ୍ଡରେ ପାଞ୍ଚଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୧ ଜଣ…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ୪୮ ଘଣ୍ଟା ନ ପୂରୁଣୁ ବନ୍ଧାହେଲେ ଯୁବକ

ହାଟଡିହୀ,୨ା୮(ଶୁଭକାନ୍ତ ନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ଦେଇଥିବା ଯୁବକଙ୍କୁ କେନ୍ଦୁଝର ଜିଲା ନନ୍ଦୀପଦା ଥାନା ଅଧିକାରୀ ତଥା ତଦନ୍ତକାରୀ ଅଧିକାରୀ…

ଦେଢ଼ ବର୍ଷ ହେଲା ରାଏବୋଗା ଲ୍ୟାମ୍ପ୍‌ସରେ ଅଚଳାବସ୍ଥା, କର୍ମଚାରୀମାନେ…

କୁଆଁରମୁଣ୍ଡା,୨ା୮(ମହେନ୍ଦ୍ର କୁମାର ସାହୁ): ଏକଦା ସମଗ୍ର ସୁନ୍ଦରଗଡ଼ ଜିଲାରେ ସୁନାମ ଅର୍ଜନ କରିଥିବା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ରାଏବୋଗା ଲ୍ୟାମ୍ପ୍‌ସରେ ଗତ ଦେଢ଼ ବର୍ଷ ହେଲା ଅଚଳାବସ୍ଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri