Posted inଜାତୀୟ

ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୫।୭: ଜମ୍ମୁ-କଶ୍ମୀରର ସୋପିଆନ ଅଞ୍ଚଳରେ ଶୁକ୍ରବାର ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଶୁକ୍ରବାର ସକାଳେ ସୋପିଆନର ନରବାନି ଅଞ୍ଚଳରେ ଥିବା ଏକ ସେଓ ବଗିଚାରେ କିଛି ଆତଙ୍କବାଦୀ ଲୁଚି ରହିଥିବା ଖବର ପାଇ ରାଷ୍ଟ୍ରୀୟ ରାଇଫଲସ୍‌, ସିଆରପିଏଫ୍‌ ଓ ଜମ୍ମୁ-କଶ୍ମୀର ପୋଲିସର ସ୍ପେଶାଲ ଅପରେଶସ୍‌ ସ୍କ୍ବାଡର ମିଳିତ ସହଯୋଗରେ ସର୍ଚ୍ଚ ଅପରେଶନ୍‌ କରାଯାଇଥିଲା। ସେହି ସମୟରେ ଆତଙ୍କବାଦୀ ଭୟଭୀତ ହୋଇ ସୁରକ୍ଷାକର୍ମୀଙ୍କ ଉପରେ ଆଖିବୁଜା ଗୁଳିଚାଳନା କରିଥିଲେ। ଏହାର ପାଲଟା ଜବାବରେ ସୁରକ୍ଷାକର୍ମୀ ମଧ୍ୟ ଗୁଳି ଚଳାଇଥିଲେ। ଏହି ଗୁଳିବିନିମୟରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି। ଘଟଣାସ୍ଥଳରେ ଏବେ ବି ଉଭୟ ପକ୍ଷରୁ ଗୁଳିବିନିମୟ ଜାରି ରହିଛି। ଆହୁରି ୨ ରୁ ୩ଜଣ ଆତଙ୍କବାଦୀ ଲୁଚି ରହିଥିବା ସନ୍ଦେହରେ ଉକ୍ତ ସ୍ଥାନରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେଶନ୍‌ କରାଯାଉଛି। ଏଥିସହ ସୁରକ୍ଷାକୁ ନଜରରେ ରଖି ସ୍ଥାନୀୟ ଅଞ୍ଚଳରେ ଇଣ୍ଟରନେଟ ସେବାକୁ ବନ୍ଦ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମ୍ମୁ-କାଶ୍ମୀରର ବଡ଼ ଆତଙ୍କବାଦୀ ଆକ୍ରମଣ: ଶହୀଦ ହୋଇଗଲେ…

ଶ୍ରୀନଗର,୨୨।୭: ଜମ୍ମୁ ଓ କାଶ୍ମୀରର ଅନନ୍ତନାଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ ଚୌକ ନିକଟରେ ଆତଙ୍କବାଦୀ ଆକ୍ରମଣରେ ଜଣେ କନଷ୍ଟେବଳ ଶହୀଦ ହୋଇଛନ୍ତି। ଆକ୍ରମଣକାରୀ…

ଦିଲ୍ଲୀରୁ ଆସି ବିସ୍ଫୋରକ ବୟାନ ଦେଲେ ନବୀନ: ସବୁଠି ଚାଲିଲା ଚର୍ଚ୍ଚା

ଭୁବନେଶ୍ୱର, ୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ପୁଣିଥରେ ଦୋହରାଇଛନ୍ତି ବିଜୁ ଜନତା ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…

୬୩ ବର୍ଷ ବୟସରେ ୪୫ ବର୍ଷର ପୂରୁଣା ସ୍ବପ୍ନ ପୂରଣ କଲେ ସୁଶୀଳା ଦେବୀ

ଚଣ୍ଡିଗଡ,୨୨।୭:ଶିକ୍ଷା ପାଇଁ କୌଣସି ବୟସ ସୀମା ନାହିଁ ବୋଲି ଆପଣ ହୁଏତ ଏହି କଥାଟି ଶୁଣିଥିବେ। ହରିୟାଣାର ଜଣେ ୬୩ ବର୍ଷୀୟା ଜେଜେମା ଏହାକୁ ସତ୍ୟ ପ୍ରମାଣିତ…

ସୋନମ ୱାଙ୍ଗଚୁକଙ୍କୁ ଭାବୁକ ନିବେଦନ କଲେ ଅଭିଜିତ୍‌ ଦୀପକେ, କହିଲେ-ଆପଣଙ୍କ ଜୀବନ…

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

କେତେ ଟଙ୍କାର ମାଲିକ ଧର୍ମେନ୍ଦ୍ର ପ୍ରଧାନ? ମୋଟ ସମ୍ପତ୍ତି ଜାଣିଲେ…

ନୂଆଦିଲ୍ଲୀ,୨୨ା୭: ଦେଶବ୍ୟାପୀ ଛାତ୍ର ପ୍ରତିବାଦ ଜାରି ରହିଛି। ଛାତ୍ରମାନେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ତାଙ୍କ ପଦବୀରୁ ଇସ୍ତଫା ଦେବାକୁ ଦାବି କରୁଛନ୍ତି। ତେବେ ଏହାରି…

CJPକୁ ନବୀନଙ୍କ ସମର୍ଥନ ନେଇ ବର୍ଷିଲେ ଭର୍ତ୍ତୃହରି, କହିଲେ ତାଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ…

ଭୁବନେଶ୍ୱର,୨୨ା୭: ସିଜେପିକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସମର୍ଥନ ମନ୍ତବ୍ୟକୁ ନାପସନ୍ଦ କରିଛି ଭାଜପା। ଏକ ପ୍ରେସମିଟ୍‌ କରି କଡ଼ା ଜବାବ ଦେଇଛନ୍ତି ଭାଜପାର ବରିଷ୍ଠ ଏମ୍‌ପି…

CJP ଆଗରେ ନଇଁଲେ ମୋଦି ସରକାର! କହିଲେ ଯାହା ଚାହିଁବେ…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ CJP (କକରୋଚ୍ ଜନତା ପାର୍ଟି) ତରଫରୁ ଜାରି ରହିଥିବା ପ୍ରତିବାଦ ପ୍ରଦର୍ଶନ ମଧ୍ୟରେ କେନ୍ଦ୍ର ସରକାର ଆଲୋଚନା ପାଇଁ ନିଜର ପ୍ରସ୍ତୁତି ଦେଖାଇଛନ୍ତି। ସରକାରୀ…

ପଞ୍ଚସଖା ସ୍ମୃତି ପାଠାଗାର ଅସୁରକ୍ଷିତ: ଉପରୁ ଖସିଲା ସିଲିଂ, କର୍ମଚାରୀ କହିଲେ…

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri