ଜରପଡ଼ା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର; ଡାକ୍ତର ନ ଥିବାରୁ ମିଳୁନି ସେବା

ଛେଣ୍ଡିପଦା,୧୪ା୧୦(ଡି.ଏନ.ଏ.) ଛେଣ୍ଡିପଦା ବ୍ଲକ ଜରପଡାଠାରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କୁ ମିଳୁନି ଉପଯୁକ୍ତ ସେବା। କାରଣ ଏଠାରେ ନିଯୁକ୍ତ ହୋଇଥିବା ଜଣେ ମାତ୍ର ଡାକ୍ତର ଦୀର୍ଘଦିନ ହେଲା ଛୁଟିରେ ଥିବାରୁ ରୋଗୀ ସେବା ଏକପ୍ରକାର ଠପ୍‌ ହୋଇଯାଇଛି। ବାରମ୍ବାର ଅଭିଯୋଗ ସତ୍ତ୍ୱେ ବିଭାଗୀୟ କର୍ତ୍ତୃପକ୍ଷ ପଦକ୍ଷେପ ନେଉ ନ ଥିବାରୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।
ଅଞ୍ଚଳବାସୀଙ୍କ ଅଭିଯୋଗ ମୁତାବକ, ଏହି ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଜରପଡା, ଦୁର୍ଗାପୁର, କୋରଡା, ଜେରେଙ୍ଗ ଦେହୁରୀ ସାହି, କତଡା, ପରା, ଓଗୀ, ତୁକୁଡା ପଞ୍ଚାୟତ ସମେତ କଞ୍ଜରା, ଜାମୁଣ୍ଡା, ଜାମୁଣ୍ଡା ଜଙ୍ଗଲ, ବିମଳବେଡା, ବଡହିଂସର, ସାନହିଂସର, ଜରଡା ଆଦି ଗ୍ରାମର ଲୋକେ ନିର୍ଭର କରନ୍ତି। ହେଲେ ଦୀର୍ଘ ଦିନ ହେଲା ଏଠାରେ ସ୍ଥାୟୀ ଡାକ୍ତର ନିଯୁକ୍ତ କରାଯାଉ ନାହିଁ। ଫଳରେ ସାମାନ୍ୟ ଜ୍ୱର, ଥଣ୍ଡା ହେଲେ ମଧ୍ୟ ଲୋକଙ୍କୁ ଖର୍ଚ୍ଚାନ୍ତ ହୋଇ ୪୦/୫୦ କିମି ଦୂର ଜିଲା ମୁଖ୍ୟ ଚିକିତ୍ସାଳୟକୁ ଯିବାକୁ ପଡୁଛି। ସେହିପରି ନିକଟରେ ୫୫ ନମ୍ବର ଜାତୀୟ ରାଜପଥ ଯାଇଥିବାବେଳେ ଦୁର୍ଘଟଣାଗ୍ରସ୍ତଙ୍କୁ ଏଠାରେ ଜରୁରିକାଳୀନ ସେବା ମିଳିପାରୁନାହିଁ। ସ୍ବାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହୋଇଥିବା ଜଣେ ଡାକ୍ତର ୩ ମାସ ହେଲା ଛୁଟିରେ ଥିବାବେଳେ ନୂତନ ଡାକ୍ତରଙ୍କୁ ନିଯୁକ୍ତି ଦିଆଯାଉନାହିଁ। ଫଳରେ ଜଣେ ଫାର୍ମାସିଷ୍ଟ ସ୍ବାସ୍ଥ୍ୟକେନ୍ଦ୍ର କଥା ବୁଝୁଛନ୍ତି। ତୁରନ୍ତ ଏଠାରେ ଡାକ୍ତର, ବିଶେଷଜ୍ଞ ନିଯୁକ୍ତ କରାଯିବାକୁ ଦାବି ହୋଇଛି। ଏ ଦିଗରେ ବିଭାଗ ପକ୍ଷରୁ ପଦକ୍ଷେପ ନିଆ ନ ଗଲେ ଆନ୍ଦୋଳନ କରାଯିବ ବୋଲି ଜରପଡା ଆଞ୍ଚଳିକ ବିକାଶ ପରିଷଦ ସଭାପତି ତଥା ପୂର୍ବତନ ସରପଞ୍ଚ ନାରାୟଣ ସାହୁ, ସମ୍ପାଦକ ପବିତ୍ର ମୋହନ ସାହୁ ପ୍ରମୁଖ ଚେତାବନୀ ଦେଇଛନ୍ତି। ଏ ସମ୍ପର୍କରେ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଏ ନେଇ ବ୍ଲକ ସ୍ବାସ୍ଥ୍ୟ ବିଭାଗ ଅଧିକାରୀ ଡା. ଧୀରେନ କୁମାର ପ୍ରଧାନ କହିଛନ୍ତିି, ଜରପଡ଼ା ସ୍ବାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତି ପାଇଥିବା ଡାକ୍ତର ଏକ ଛୁଟି ଦରଖାସ୍ତ ଦେଇଥିଲେ। ଛୁଟି ମଞ୍ଜୁର ହୋଇ ନ ଥିଲେ ମଧ୍ୟ ସେ ୩ ମାସ ହେଲା ଅନୁପସ୍ଥିତ ରହିଛନ୍ତି। ତାଙ୍କ ସ୍ଥାନରେ ନୂତନ ଡାକ୍ତର ନିଯୁକ୍ତି ପାଇଁ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ ଅବଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ଗସ୍ତ ପୂର୍ବରୁ ଆୟର୍ଲାଣ୍ଡରେ ଟି୨୦ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୯ା୩: ବିଶ୍ୱ ଚାମ୍ପିୟନ ଭାରତ, ଇଂଲଣ୍ଡରେ ଧଳା ବଲ ସିରିଜ୍‌ ଖେଳିବା ପୂର୍ବରୁ ଆସନ୍ତା ଜୁନରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ଟି୨୦ ସିରିଜ୍‌ ଖେଳିବ। ଆୟର୍ଲାଣ୍ଡର ଡାଇରେକ୍ଟର…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ବିଶ୍ୱାସରେ ବିଷ: ୧୮ ଲକ୍ଷ ଟଙ୍କାର ଋଣ ଜାଲିଆତି, ମହିଳାଙ୍କୁ ବାନ୍ଧିଲା ତାରସିଂ ପୋଲିସ

ଭଞ୍ଜନଗର, ୧୯।୩ (ବାବୁଲା ପ୍ରଧାନ): ବିଶ୍ୱାସରେ ଦେଲେ ବିଷ । ସାଙ୍ଗସାଥୀ ଓ ପଡ଼ୋଶୀ ମହିଳାଙ୍କ ନାମରେ ବ୍ୟାଙ୍କରୁ ଚଞ୍ଚକତା କରି ଲକ୍ଷ ଲକ୍ଷ ଟଙ୍କା ଋଣ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ଦିଗପହଣ୍ଡିରେ ଦୁଇଦିନିଆ ଶିକ୍ଷଣ ସାମଗ୍ରୀ କର୍ମଶାଳା ଉଦଯାପିତ: ପ୍ରଭାବଶାଳୀ ଶିକ୍ଷାଦାନ ପାଇଁ…

ଦିଗପହଣ୍ଡି, ୧୯।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ଦୁଇଦିନିଆ ଶିକ୍ଷଣ ସାମଗ୍ରୀ…

ଚଷାନିମଖଣ୍ଡି ସରକାରୀ ହାଇସ୍କୁଲର ବାର୍ଷିକୋତ୍ସବ: ମନ ଜିଣିଲା ନାଟକ ‘ଗୁରୁ ସାକ୍ଷାତ ପରଂବ୍ରହ୍ମ’

ଦିଗପହଣ୍ଡି, ୧୯।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଚଷାନିମଖଣ୍ଡି ଗ୍ରାମ ସରକାରୀ ହାଇସ୍କୁଲ ପରିସରରେ ବାର୍ଷିକୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri