ଜରାଜୀର୍ଣ୍ଣ ଅବସ୍ଥାରେ ଗାନ୍ଧୀପାର୍କ

ଆଠମଲ୍ଲିକ, ୩୦।୭(ଡି.ଏନ.ଏ.)ଜନସାଧାରଣଙ୍କ ଚିତ୍ତବିନୋଦନ ଏବଂ ଅଞ୍ଚଳର ସୌନ୍ଦର୍ଯ୍ୟ ବୃଦ୍ଧି କରିବାକୁ ଆଠମଲ୍ଲିକ ସହର ପ୍ରବେଶ ଦ୍ୱାରରେ ନିର୍ମାଣ ହୋଇଥିଲା ଗାନ୍ଧୀପାର୍କ। ହେଲେ ପରିଚାଳନାଗତ ଅବ୍ୟବସ୍ଥାରୁ ଏହା ଏବେ ଜରାଜୀର୍ଣ୍ଣ ହୋଇପଡ଼ିଛି। ଏକଦା ସହରବାସୀଙ୍କୁ ଆକୃଷ୍ଟ କରୁଥିବା ଉକ୍ତ ପାର୍କକୁ ଏବେ ଲୋକେ ଆଡ଼ ଆଖିରେ ଚାହୁଁନାହାନ୍ତି।
ଆଠମଲ୍ଲିକ ଏନ୍‌ଏସି କାର୍ଯ୍ୟାଳୟଠାରୁ ମାତ୍ର ୩୦ ମିଟର ଦୂରରେ ଏହି ପାର୍କ ଜଙ୍ଗଲର ଭ୍ରମ ସୃଷ୍ଟି କରୁଛି। ପାର୍କ ଭିତରେ ଅନାବନା ଗଛ ଉଠି ସୌନ୍ଦର୍ଯ୍ୟ ନଷ୍ଟ କରୁଛି। ଦୀର୍ଘଦିନ ହେଲା ସ୍ପ୍ରିଙ୍କ୍‌ଲର୍‌ ଅଚଳ ହୋଇପଡ଼ିଛି। ୨ଲକ୍ଷ ୮୫ ହଜାର ଟଙ୍କା ବ୍ୟୟରେ ନିର୍ମାଣଧୀନ ଥଣ୍ଡା ପାନୀୟ ଜଳ ପ୍ରକଳ୍ପ କାମ ବିଳମ୍ବିତ ହେଉଛି। ଆବଶ୍ୟକ ବିଦ୍ୟୁତ୍‌ ସଂଯୋଗ ନ ଥିବାରୁ ପାର୍କ ଏବେ ଅସାମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି। ଏନ୍‌ଏସି କର୍ତ୍ତୃପକ୍ଷ ଦୃଷ୍ଟି ଦେଉ ନ ଥିବାରୁ ପାର୍କ ଚାରିପଟେ ଅଟୋରିକ୍ସା, ବସ୍‌ଗୁଡ଼ିକ ମନଇଚ୍ଛା ପାର୍କିଂ କରାଯାଉଛି। ଏହାକୁ ନେଇ ଟ୍ରାଫିକ୍‌ ସମସ୍ୟା ଉପୁଜୁଛି। ପାର୍କ ପାଚେରି କାନ୍ଥକୁ ଲାଗି ଏକ ବେସରକାରୀ ସଂସ୍ଥା ପକ୍ଷରୁ ଚିପ୍ସ ଗଦା କରାଯାଇଥିଲା। ଫଳରେ ପାଚେରି ଭାଙ୍ଗି ନଷ୍ଟ ହୋଇଯାଇଥିବା ସ୍ଥାନୀୟ ବାସିନ୍ଦା ଅଭିଯୋଗ କରିଛନ୍ତି। ଏଥିପ୍ରତି ପ୍ରଶାସନ ତୁରନ୍ତ ଦୃଷ୍ଟି ଦେବାକୁ ଦାବି ହେଉଛି।
ଏ ନେଇ ଉପଜିଲାପାଳ ତଥା ଏନଏସି ପ୍ରଶାସକ ସୁବାସ ଚନ୍ଦ୍ର ରାୟ କୁହନ୍ତି, ଗାନ୍ଧୀପାର୍କର ନବୀକରଣ ପାଇଁ ଅର୍ଥ ବ୍ୟବସ୍ଥା ହୋଇସାରିଛି। ଖୁବ୍‌ଶୀଘ୍ର କାର୍ଯ୍ୟ ଆରମ୍ଭ ହେବ। ଅଭିଯୋଗ ଆସିଲେ ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ଜନଶୁଣାଣି ଶିବିରରେ ଅଭାବନୀୟ ଘଟଣା, ବାର୍ଦ୍ଧକ୍ୟ ଭତ୍ତା ନ ମିଳିବାରୁ ବରିଷ୍ଠ ନାଗରିକଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ ସଦର,୧୮ା୮(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ୪୨ ମୌଜା ଅନ୍ତର୍ଗତ କଳପଡାଠାରେ ସୋମବାର ଅନୁଷ୍ଠିତ କଟକ ସଦର ବିଧାୟକଙ୍କ ଜନଶୁଣାଣି ଶିବିରରେ ଏକ ଅଭାବନୀୟ…

ଆଖିବୁଜା ଗୁଳି ଚଳାଇଲେ ସପ୍ତମ ଶ୍ରେଣୀର ଛାତ୍ର, ୨ ମୃତ

ମାନିଲା,୧୮।୮: ଫିଲିପାଇନ୍ସର ଏକ ସ୍କୁଲରେ ଗୁଳିକାଣ୍ଡ ହୋଇଥିବା ରିପୋର୍ଟ ସାମ୍ନାକୁ ଆସିଛି। ଏହି ଘଟଣାରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଜଣେ ସ୍ଥାନୀୟ ଅଧିକାରୀଙ୍କ ଅନୁଯାୟୀ, ମଙ୍ଗଳବାର…

ଶେଷ ପର୍ଯ୍ୟାୟରେ ପ୍ରତିମୂର୍ତ୍ତି ଉନ୍ମୋଚନ ଉତ୍ସବ ବାତିଲ: ପଲିଥିନରେ ଘୋଡ଼ାହୋଇ ରହିଛି ଓଡ଼ିଶାର ପ୍ରଥମ ମୁଖ୍ୟମନ୍ତ୍ରୀଙ୍କ ପ୍ରତିମୂର୍ତ୍ତି

ଲୋଇସିଂହା,୧୮।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଏନଏସି ଅନ୍ତର୍ଗତ ଲୋଇସିଂହାସ୍ଥିତ ହରେକୃଷ୍ଣ ମହତାବ ହାଇସ୍କୁଲ ପରିସରରେ ଓଡିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। ୮୦…

ଦେବୋତ୍ତର ଜମି ଧାନବିକ୍ରି ପଞ୍ଜୀକରଣକୁ ନା: ଚିନ୍ତାରେ ଦେବଦେବୀଙ୍କ ସେବାୟତ

ବରଗଡ଼,୧୮।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପଞ୍ଜୀକରଣରେ ଏଥର ନୂଆଁ କଟକଣାଗୁଡ଼ିକ ଚାଷୀଙ୍କ ପାଇଁ ଅଡୁଆ ସାଜିଛି।…

୩୨୬ ଏମ୍‌ପି, ୧୪ ମୁଖ୍ୟମନ୍ତ୍ରୀଙ୍କ ନାମରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୧୮ା୮(ପି.ଟି.): ଲୋକ ସଭାର ୫୪୩ ସଦସ୍ୟଙ୍କ ମଧ୍ୟରୁ ୨୫୧ ଜଣ ଏବଂ ରାଜ୍ୟ ସଭାର ୨୩୩ ସଦସ୍ୟଙ୍କ ମଧ୍ୟରୁ ୭୫ ଜଣଙ୍କ ନାମରେ ଆପରାଧିକ ମାମଲା ରହିଥିବା…

ଯୋବ୍ରା ଆନିକଟ ବ୍ରିଜ୍‌ରେ ଭାସୁଛି ମହିଳାଙ୍କ ମୃତଦେହ, ପୋଲିସ…

କଟକ,୧୮।୮(ପ୍ରଭୁକଲ୍ୟାଣ ପାଲ): କଟକ ଯୋବ୍ରା ଆନିକଟ ବ୍ୟାରେଜରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ମଙ୍ଗଳବାର ସକାଳୁ ଗେଟ ନମ୍ବର ୪୧/୪୨ ରେ ଅଜଣା ମହିଳାଙ୍କ ମୃତଦେହ…

ଓଡ଼ିଶାର ନୂଆ DGP ଚୟନ ପ୍ରକ୍ରିୟା ମାମଲା, ଆଜି ସୁପ୍ରିମକୋର୍ଟରେ ଗୁରୁତ୍ୱପୂର୍ଣ୍ଣ ଶୁଣାଣି

ଭୁବନେଶ୍ୱର,୧୮।୮(ସୁନିତ୍‌ ମିଶ୍ର): ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହେବାକୁ ଅଛି। ଏନେଇ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଗତ ୧୪ ତାରିଖରେ ଶୁଣାଣି ହୋଇଥିଲା।…

ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ଆକ୍ରମଣ: ୨ ମୃତ

ଲଣ୍ଡନ, ୧୮।୮: ୟୁକ୍ରେନ୍‌ସ୍ଥିତ ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୩ଜଣ ଆହତ ହୋଇଛନ୍ତି। ଭାରତୀୟ ଶିଳ୍ପପତି ଲକ୍ଷ୍ମୀ ମିତ୍ତଲଙ୍କ ମାଲିକାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri