ଜରାଜୀର୍ଣ୍ଣ ଅଲଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଅବ୍ୟବସ୍ଥାରେ ଚାଲିଛି ୧୮୮ ପିଲାଙ୍କ ପାଠପଢ଼ା

କାଶୀନଗର, ୩୦ା୮(ଡି.ଏନ.ଏ.)-କାଶୀନଗର ବ୍ଲକ୍‌ ଅଲଡ଼ାଗ୍ରାମ ଉଚ୍ଚ ୟୁପି ସ୍କୁଲ ଅବ୍ୟବସ୍ଥାରେ ଚାଲିଛି। ବିଦ୍ୟାଳୟଟି ଜରାଜୀର୍ଣ୍ଣ ଅବସ୍ଥାରେ ରହିଥିଲେ ମଧ୍ୟ ଏଠାରେ ପାଠପଢ଼ା ଚାଲିଛି। ବହୁ ପୁରୁଣା ଏହି ବିଦ୍ୟାଳୟରେ ୧୮୮ ଛାତ୍ରୀଛାତ୍ର ରହିଥିବାବେଳେ ଏଠାରେ ଅଷ୍ଟମ ଶ୍ରେଣୀ ଯାଏ ପିଲା ପଢ଼ୁଛନ୍ତି। ସେଥିମଧ୍ୟରୁ ୩୮ ଛାତ୍ରୀ ଏବଂ ୧୫୦ ଛାତ୍ର ରହିଛନ୍ତି। ସେହିପରି ମୋଟ ୯ ଶିକ୍ଷୟିତ୍ରୀ ଶିକ୍ଷକ ଏଠାରେ ନିଯୁକ୍ତ ହୋଇଛନ୍ତି।
ତିତ୍‌ଲି ବାତ୍ୟାରେ ଏହି ସ୍କୁଲ ସମ୍ମୁଖରେ ଥିବା ବିରାଟ ଗଛ ଟଳିପଡ଼ିବା ଯୋଗୁ ଏହାର ଛାତ ଭାଙ୍ଗିଯାଇଛି । ଅଫିସ ରୁମ୍‌ର ମଧ୍ୟ ଆଜବେଷ୍ଟର୍ସ ଭାଙ୍ଗିବା ସହ କାନ୍ଥ ଫାଟି ବିପଜ୍ଜନକ ଅବସ୍ଥାରେ ରହିଛି । ସେହିପରି ସ୍କୁଲ ଶୌଚାଳୟ ଛାତରେ ମଧ୍ୟ ଏକ ଗଛ ପଡ଼ି ଛାତ ଭାଙ୍ଗିଯାଇଛି। ହେଲେ ଗଛଟିକୁ ଏ ପର୍ଯ୍ୟନ୍ତ ହଟାଯାଇନାହିଁ। ଅନ୍ୟପକ୍ଷରେ ସ୍କୁଲର ପାଚେରି ନ ଥିବାବେଳେ ଭଙ୍ଗା ଶ୍ରେଣୀଗୃହରେ ପିଲାମାନେ ବହୁ ଅବ୍ୟବସ୍ଥାରେ ପାଠ ପଢ଼ୁଛନ୍ତି। ଏହା ପରିସରରେ ଥିବା ନଳକୂପ ମଧ୍ୟ ଅଚଳ ଅବସ୍ଥାରେ ରହିଛି। ଏଭଳି ସ୍ଥିତିରେ ପିଲା ଏଠାରେ ବହୁ ସମସ୍ୟାରେ ପାଠ ପଢ଼ୁଥିବା ସ୍କୁଲ ପରିଚାଳନା କମିଟିର ସଭାପତି ପ୍ରସନ୍ନ କୁମାର ପାତ୍ର କହିଛନ୍ତି। ଏ ସମ୍ପର୍କରେ ପ୍ରଶାସନ ବାରମ୍ବାର ପ୍ରଶାସନ ନିକଟରେ ଅଭିଯୋଗ ହୋଇଥିଲେ ମଧ୍ୟ ଦୃଷ୍ଟି ଦିଆଯାଇ ନ ଥିବା ଅଭିଯୋଗ ହୋଇଛି। ପାଚେରି ନ ଥିବା ଯୋଗୁ ସ୍କୁଲ ପରିସରରେ ଅସାମାଜିକ କାର୍ଯ୍ୟ, ଗାଈ, ଘୁଷୁରୀ ଓ ସାରେ ମଦ୍ୟପ, ଜୁଆଡ଼ିଙ୍କ ଆଡ୍ଡା ଦେଖିବାକୁ ମିଳୁଛି । ଯାହାକି ସ୍କୁଲ ପରିବେଶକୁ ନଷ୍ଟ କରୁଛି। ତେଣୁ ବିଦ୍ୟାଳୟର ମରାମତି, ଓ ପାଚେରି ନିର୍ମାଣ ସହ ସମସ୍ତ ଅବ୍ୟବସ୍ଥାକୁ ଦୂର କରିବା ପାଇଁ ଅଭିଭାବକ ଓ ବୁଦ୍ଧିଜୀବୀ ଦାବି କରିଛନ୍ତି। ନଚେତ୍‌ ଆଗାମୀ ଦିନରେ ଆନ୍ଦୋଳନ କରାଯିବ ବୋଲି ଅଭିଭାବକମାନେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri