ଜରିମାନା ଆଦାୟକୁ ବିରୋଧ: ଦୋକାନ ବନ୍ଦ କଲେ ବ୍ୟବସାୟୀ

ଉଦଳା,୩ା୫(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଉଦଳା ବଜାରରେ ପୋଲିସ୍‌ର ଚେକିଂ ଏବଂ ଜରିମାନା ଆଦାୟକୁ ସ୍ଥାନୀୟ ବଣିକ ସଂଘ ବିରୋଧ କରିଛି। ଏନେଇ ଶନିବାର ପୋଲିସ୍‌ ଏବଂ ବଣିକ ସଂଘ ମଧ୍ୟରେ ବିବାଦୀୟ ପରିସ୍ଥିତି ଦେଖା ଦେଇଥିଲା। ପୋଲିସର ମାତ୍ରାଧିକ କାର୍ଯ୍ୟକଳାପ ପ୍ରତିବାଦରେ ବଣିକ ସଂଘ ପକ୍ଷରୁ ଉଦଳା ବଜାରରେ ସମସ୍ତ ଦୋକାନକୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ ରଖିବା ପାଇଁ ଘୋଷଣା କରାଯାଇଛି। ସୂଚନା ଅନୁଯାୟୀ, ଉଦଳା ପୋଲିସ୍‌ ସ୍ଥାନୀୟ ଚକାଡୋଳା ମାର୍କେଟ ଛକ ନିକଟରେ ଚେକିଂ ଜାରି ରଖିଥିଲା। ଯେଉଁମାନେ ମାସ୍କ ପିନ୍ଧି ନ ଥିଲେ ଏବଂ ବିନା କାରଣରେ ଅଯଥା ଭିଡ ବଢାଇ ସାମାଜିକ ଦୂରତ୍ୱ ନିୟମକୁ ଉଲ୍ଲଂଘନ କରୁଥିଲେ ସେମାନଙ୍କୁ ତାଗିଦ୍‌ କରୁଥିଲା। ହେଲେ ବଣିକ ସଂଘର କର୍ମକର୍ତ୍ତା ଏହାକୁ ବିରୋଧ କରିଥିଲେ। ସଂଘର ସଭାପତି ରବୀନ୍ଦ୍ର ପରିଡ଼ା, ସମ୍ପାଦକ ଧୀରେନ୍ଦ୍ର ଖଣ୍ଡେଲୱାଲ ପ୍ରମୁଖ ଉଦଳା ଥାନା ଅଧିକାରିଣୀ ରୀନା ବେହେରାଙ୍କୁ ଭେଟି ବଜାରରେ ଚେକିଂ ନ କରି ଅନ୍ୟତ୍ର ଚେକିଂ କରିବାକୁ କହିଥିଲେ। ପରେ ବଣିକ ସଂଘ କର୍ମକର୍ତ୍ତା ଏକାଠି ହୋଇ ଦୋକାନ ବନ୍ଦ କରିଥିଲେ। ତେବେ ବୈଠକ ବେଳେ ବଣିକ ସଂଘ କର୍ମକର୍ତ୍ତା ସାମାଜିକ ଦୂରତ୍ୱ ନିୟମ ମାନି ନ ଥିବା ଦେଖିବାକୁ ମିଳିଥିଲା। ଏନେଇ ଉପଖଣ୍ଡ ପୋଲିସ୍‌ ଅଧିକାରୀ ସବିତା ମାଝୀଙ୍କୁ ପଚାରିବାରୁ ମାସ୍କ ନ ପିନ୍ଧି ନିୟମ ଉଲ୍ଲଂଘନ କରୁଥିବା ବ୍ୟକ୍ତିଙ୍କ ନିକଟରୁ ନିର୍ଦ୍ଧାରିତ ଫାଇନ୍‌ ଆଦାୟ କରାଯାଉଛି ବୋଲି ସେ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?