Odisha Elections 2024

ଜରୁରୀକାଳୀନ ପାସ୍‌ ଦେବାକୁ ଡାକ୍ତର ନେଲେ ଲାଞ୍ଚ, ସିଡିଏମ୍‌ଓଙ୍କ ନିର୍ଦ୍ଦେଶ ପରେ ତଦନ୍ତ ଆରମ୍ଭ

କାକଟପୁର, ୨୬।୪(ଡି.ଏନ.ଏ): ଲକ୍‌ଡାଉନ ସମୟରେ ବାହାରକୁ ଯିବା ପାଇଁ ଆବଶ୍ୟକ ଜରୁରୀକାଳୀନ ପାସ୍‌ ଦେବାକୁ କାକଟପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଜଣେ ଡାକ୍ତର ଲାଞ୍ଚ ନେଇଥିବା ଅଭିଯୋଗ ହୋଇଛି। ସିଡିଏମ୍‌ଓଙ୍କ ନିର୍ଦ୍ଦେଶକ୍ରମେ ଶୁକ୍ରବାର ବାଙ୍ଗୁରୀଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଅଧିକାରୀ ଡା. ଆଶିଷ ମହାପାତ୍ର ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ସୂଚନା ଅନୁଯାୟୀ, କେତେଜଣ ସାମାଜିକ କର୍ମୀ ଜଣେ ରୋଗୀଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ୱର ନେବା ପାଇଁ ପାସ୍‌ ଆଣିବାକୁ କାକଟପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇଥିଲେ। ସେତେବେଳେ ଡ୍ୟୁଟିରେ ଥିବା ଡାକ୍ତର ଜଣଙ୍କ ସନ୍ଧ୍ୟାରେ କ୍ୱାର୍ଟର୍ସକୁ ଆସ, ପାସ୍‌ ନେଇଯିବ ବୋଲି କହିଥିଲେ। ପରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଡାକ୍ତର ତାଙ୍କ କ୍ୱାର୍ଟର୍ସରେ ପାସ୍‌ ଦେବା ବେଳେ ସିଧାସଳଖ ଟଙ୍କା ମାଗିଥିଲେ। ଟଙ୍କା ମାଗିବା ଓ ଗ୍ରହଣ କରିବାର ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ୍‌ ହେବାପରେ ଏବେ ଘଟଣାଟି ପଦାକୁ ଆସିଛି। ଉକ୍ତ ଭିଡିଓରେ ଲୋକେ ପାସ୍‌ ପାଇଁ ଟଙ୍କା ଦେଉଥିବା ସମ୍ପୃକ୍ତ ଡାକ୍ତର ସ୍ବୀକାର କରିଥିବା ଶୁଣିବାକୁ ମିଳିଛି। ଏଠାରେ ସୂଚନା ଯୋଗ୍ୟ, ୮ମାସ ତଳେ ସମ୍ପୃକ୍ତ ଡାକ୍ତରଙ୍କ ଆଉ ଏକ କାର୍ଯ୍ୟକୁ ନେଇ ହୋହଲ୍ଲା ହେବା ପରେ ତାଙ୍କୁ ବାଲିଦୋକାନ ସ୍ବାସ୍ଥ୍ୟକେନ୍ଦ୍ରକୁ ବଦଳି କରାଯାଇଥିଲା। କିନ୍ତୁ ୬ମାସ ପରେ ପୁଣି ତାଙ୍କୁ କାକଟପୁରରେ ଅବସ୍ଥାପିତ କରାଯାଇଛି। ଏବେ ଲାଞ୍ଚ ଘଟଣାର ତଦନ୍ତ ପାଇଁ ଜିଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡିଏମ୍‌ଓ) ବାଙ୍ଗୁରୀଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡାକ୍ତର ଆଶିଷ ମହାପାତ୍ରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ତଦନ୍ତ ରିପୋର୍ଟ ମିଳିବା ପରେ ସମ୍ପୃକ୍ତ ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସିଡିଏମ୍‌ଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ନିର୍ବାଚନୀ ସଭାରେ ବିଡିଓଙ୍କ ଉପସ୍ଥିତି : ଅଭିଯୋଗ ଆଣିଲା ବିରୋଧୀ

ହାଟଡିହୀ,୧୯।୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ହାଟଡିହୀ ବ୍ଲକ ଛେନାପଦୀଠାରେ ରବିବାର ବିଜେଡି ପକ୍ଷରୁ ଏକ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ...

ଭୁବନେଶ୍ୱରରେ ମୋଦି, ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୧୯।୫: ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ରବିବାର ପହଞ୍ଚିଛନ୍ତି। ପ୍ରଥମେ ସେ ଦଳୀୟ କର୍ମୀଙ୍କ...

“ଯଦି ସୁଯୋଗ ମିଳେ, ମନା କରିବି ନାହିଁ”: ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ନେଇ ଜୁଏଲ ଓରାମଙ୍କ ବୟାନ

ଭୁବନେଶ୍ୱର,୧୯ା୫: ଓଡ଼ିଶାରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ହେବ ତାକୁ ନେଇ କଳ୍ପନା ଜଳ୍ପନା ଚାଲିଥିବା ବେଳେ ସୁନ୍ଦରଗଡ଼ ଏମପି ତଥା ଭାଜପାର ଲୋକ ସଭା...

ନିଆଁ ଲାଗି ଜଳିଗଲା ୨ ବଖରା ଘର: ଲିଭାଇବା ବେଳେ ୨ ଆହତ

ବାସୁଦେବପୁର,୧୯।୫(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକା ସୁରେଶ୍ୱରପୁର ଗ୍ରାମର ୮ ନଂ. ୱାର୍ଡରେ ରବିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟି ଶାନ୍ତିଲତା ବେହେରାଙ୍କ ୨...

ପୋଲିଂ ଟିମରେ କର୍ତ୍ତବ୍ୟରତ ଶିକ୍ଷକଙ୍କ ମୃତ୍ୟୁ

ବଲାଙ୍ଗୀର, ୧୯ା୫( ସୁନୀଲ କୁମାର ମହାନ୍ତି): ନିର୍ବାଚନ ପାଇଁ ପୋଲିଂ ଡ୍ୟୁଟିରେ ଥିବା ଜଣେ ଶିକ୍ଷକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ଶିକ୍ଷକଙ୍କ ନାଁ ସୁଶୀଲ...

ରାତି ପାହିଲେ ନିର୍ବାଚନ: ପୁରୁଷୋତ୍ତମପୁରର ୧୪୭ ବୁଥ୍‌ରେ ୧ ଲକ୍ଷ ୪୧ ହଜାର ୭୬୬ ଜଣ କରିବେ ମତଦାନ

ପୁରୁଷୋତ୍ତମପୁର,୧୯ା୫(ସିମାଞ୍ଚଳ ମିଶ୍ର): ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ଗଞ୍ଜାମ ଜିଲା ପ୍ରଶାସନ ଓ ପୋଲିସ ପ୍ରଶାସନ ପକ୍ଷରୁ ରବିବାର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସୋମବାର...

ନିର୍ବାଚନୀ ହିଂସା: ଖଲ୍ଲିକୋଟ ହତ୍ୟା ଘଟଣାରେ ଆଉ ଦୁଇ ଗିରଫ

ଛତ୍ରପୁର,୧୯ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଖଲ୍ଲିକୋଟ ହତ୍ୟା ଘଟଣାରେ ପୁଣି ଦୁଇ ଗିରଫ ହୋଇଛନ୍ତି। ଗିରଫମାନେ ହେଲେ ଶ୍ରୀକୃଷ୍ଣଶରଣପୁର ଗ୍ରାମର ସୁଦର୍ଶନ ପାହାନ ଓ ରାମଚନ୍ଦ୍ରପୁର...

ବାତ୍ୟାର ଆସିବାର କୌଣସି ପୂର୍ବାନୁମାନ କରାଯାଇ ନାହିଁ: ପାଣିପାଗ ବିଭାଗ

ଭୁବନେଶ୍ୱର,୧୯ା୫: ରବିବାର ଭୁବନେଶ୍ୱର ଆଇଏମଡି ନିର୍ଦ୍ଦେଶକ ମନୋରାମା ମହାନ୍ତି ସୂଚନା ଦେଇଛନ୍ତି ଯେ ବାତ୍ୟା ସୃଷ୍ଟି ହେବାର କୌଣସି ପୂର୍ବାନୁମାନ କରାଯାଇ ନ ଥିବାରୁ ଭୟଭୀତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri