Posted inଖେଳ

ଜର୍ସି ନଂ ୧୨କୁ ସନ୍ନ୍ୟାସ ଦିଆଯାଉ

ନୂଆଦିଲ୍ଲୀ, ୧୨।୬: ପୂର୍ବତନ ଅଲରାଉଣ୍ଡର ଯୁବରାଜ ସିଂ (ଯୁବି)ଙ୍କ ୧୨ ନଂ ଜର୍ସିକୁ ଭରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସନ୍ନ୍ୟାସ ଦେବା ଉଚିତ। ଏହା ଯୁବିଙ୍କ ଲାଗି ସବୁଠୁ ବଡ଼ ସମ୍ମାନ ହେବ ବୋଲି ପୂର୍ବତନ ଭାରତୀୟ ଓପନର ଗୌତମ ଗମ୍ଭୀର କହିଛନ୍ତି। ଯୁବିଙ୍କ ଅବସର ପରେ ତାଙ୍କ ସାଥୀ ଖେଳାଳି ଗମ୍ଭୀର ଟୁଇଟର ଜରିଆରେ ଶୁଭେଚ୍ଛା ଜଣାଇଛନ୍ତି। ସୁନ୍ଦରମୟ କ୍ୟାରିୟର ପାଇଁ ତୁମକୁ ଶୁଭେଚ୍ଛା। ଧଳା ବଲ କ୍ରିକେଟରେ ଦେଶରେ ତୁମେ ଶ୍ରେଷ୍ଠ ଖେଳାଳି। ଏଣୁ ତୁମ ସମ୍ମାନ ପାଇଁ ବିସିସିଆଇ ୧୨ ନଂ ଜର୍ସିକୁ ସନ୍ନ୍ୟାସ ଦେବା ଉଚିତ। ତୁମ ଭଳି ମୁଁ ବ୍ୟାଟିଂ କରିପାରିଥାନ୍ତି କି ବୋଲି ପୂର୍ବତନ ଓପନର ଟୁଇଟ୍‌ କରିଛନ୍ତି। ଉଲ୍ଲେଖଥାଉ କି, ଏପର୍ଯ୍ୟନ୍ତ ବିସିସିଆଇ କୌଣସି ଖେଳାଳିଙ୍କ ଜର୍ସିକୁ ସନ୍ନ୍ୟାସ ଦେଇ ନାହିଁ। ଏପରି କି ଜର୍ସି ତାଲିକାରୁ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କ ୧୦ ନଂକୁ ମଧ୍ୟ ବାଦ୍‌ ଦେଇ ନାହିଁ। କେବଳ ଆଇପିଏଲ ଫ୍ରାଞ୍ଚାଇଜ ମୁମ୍ବାଇ ଇଣ୍ଡିଆନ୍ସ ତେନ୍ଦୁଲକରଙ୍କ ସମ୍ମାନ ପାଇଁ ଜର୍ସି ନଂ ୧୦କୁ କୌଣସି ଖେଳାଳିଙ୍କୁ ପରିଧାନ କରିବାକୁ ଅନୁମତି ଦେବାକୁ ମନା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri