ଜଳ ଘେରରେ ସରକାରୀ ଉଚ୍ଚ ବିଦ୍ୟାଳୟ: ଆଣ୍ଠୁଏ ପାଣିରେ ଯାତାୟାତ କରୁଛନ୍ତି ଛାତ୍ରୀଛାତ୍ର, ଶିକ୍ଷାବିତ୍‌

ନିରାକାରପୁର,୧୦ା୮(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ପଞ୍ଚାୟତସ୍ଥିତ କ୍ଷେତ୍ରବାସୀ ସରକାରୀ ଏକାଡେମୀ(ଉଚ୍ଚ ବିଦ୍ୟାଳୟ) ଏବେ ଜଳ ଘେର ମଧ୍ୟରେ ରହିଥିବାରୁ ବିଭିନ୍ନ ମହଲରେ ଅସନ୍ତୋଷ ସୃଷ୍ଟିହୋଇଛି। ସୂଚନାଯୋଗ୍ୟ, ୧୯୪୮ମସିହାରେ ଏହା ସ୍ଥାପିତ ହୋଇ ଦୀର୍ଘ ୭୦ ବର୍ଷ ବିତି ଯାଇଥିଲେ ମଧ୍ୟ ବର୍ତ୍ତମାନ ଏହାର ବିପର୍ଯ୍ୟସ୍ତ ଅବସ୍ଥାକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଦ୍ୟାଳୟ ପରିସର ମଧ୍ୟରେ ଆଣ୍ଠୁଏ ପରିମାଣର ବର୍ଷା ଜଳ ଜମାହୋଇ ରହିଥିବା ଯୋଗୁ ଶିକ୍ଷୟିତ୍ରୀ/ଶିକ୍ଷକ, ଛାତ୍ରୀଛାତ୍ର, ଅଭିଭାବକମାନେ ଯାତାୟାତବେଳେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।
କିଛିଦିନ ପୂର୍ବରୁ ଏଠାରେ ପାଣି ଜମାରହି ଅସ୍ବାସ୍ଥ୍ୟକର ପରିବେଶ ଓ ସମସ୍ୟା ସୃଷ୍ଟି ହୋଇଥିବାରୁ ସ୍ଥାନୀୟ ସରପଞ୍ଚଙ୍କ ଦାୟିତ୍ୱରେ ରାସ୍ତାରେ ଡଷ୍ଟ ଓ ମୋରମ୍‌ ବିଛାଯାଇଥିଲା। ଏଥିଯୋଗୁ ସ୍କୁଲ ଛାତ୍ରୀଛାତ୍ର ଓ ଅନ୍ୟମାନେ କିଛିଦିନ ସୁବିଧାରେ ଯାତାୟାତ କରିପାରିଥିଲେ ା ତେବେ ବିଦ୍ୟାଳୟ ନିକଟରେ ଡ୍ରେନେଜ ସୁବିଧା ନ ଥିବାରୁ ବର୍ଷାଜଳ ନିଷ୍କାସିତ ହୋଇପାରି ନ ଥିଲା। ଡଷ୍ଟ ଓ ମୋରମ ମଧ୍ୟ ଧୋଇ ହୋଇଯାଇଥିଲା। ଫଳରେ ବିଦ୍ୟାଳୟ ପରିସର ଖାଲୁଆ ଅଞ୍ଚଳରେ ପରିଣତ ହୋଇ ଦୀର୍ଘଦିନ ଧରି ପାଣି ଜମା ହେବାରୁ ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି ହୋଇଥିଲା। ଏହି ଦୂଷିତ ଜଳ ମଧ୍ୟ ଦେଇ ଶିକ୍ଷୟିତ୍ରୀ, ଶିକ୍ଷକ ଓ ଛାତ୍ରୀଛାତ୍ରଙ୍କୁ ଶ୍ରେଣୀଗୃହକୁ ଯିବାକୁ ପଡ଼ୁଛି। ଶ୍ରେଣୀଗୃହକୁ ଯିବାବେଳେ ଓଦା ହୋଇଯିବା ଯୋଗୁ କେତେଜଣ ପିଲା ସ୍କୁଲ ନ ଯାଇ ଘରକୁ ଫେରୁଥିବା ମଧ୍ୟ ଦେଖିବାକୁ ମିଳୁଛି ା ଉକ୍ତ ସମସ୍ୟା ନେଇ ପ୍ରଧାନ ଶିକ୍ଷକ ଉଦୟ ନାଥ ତ୍ରିପାଠୀ କହିଛନ୍ତି, ଉତ୍ତର ପଟେ ଏବେ ଗୋଟିଏ ଗେଟ୍‌ ନିର୍ମାଣ ହୋଇଛି। ଏଠାରୁ କେହି ମାଟି, ପଥର ଆଦି ହାଣି ଦେବା ଫଳରେ ସ୍ଥାନଟି ଖାଲୁଆ ହୋଇ ବିଦ୍ୟାଳୟକୁ ପାଣି ପ୍ରବେଶ କରୁଛି। ବାହାର ଅଞ୍ଚଳର ପାଣି ସ୍କୁଲ ମଧ୍ୟକୁ ପ୍ରବେଶ କରି ଜମା ହୋଇରହୁଛି। ଏ ବର୍ଷ ଡ୍ରେନେଜ୍‌ ବ୍ୟବସ୍ଥା କରାଯିବ। ତେବେ ସରକାରୀ ନିୟମାନୁସାରେ ଏହି ସବୁ କାର୍ଯ୍ୟ ପଞ୍ଚାୟତ ଅଧୀନରେ ଥିବାରୁ ସେମାନେ ଉକ୍ତ କାର୍ଯ୍ୟ କରିବେ। ତେବେ ଏ ନେଇ ମୁଁ ଚେୟାରମ୍ୟାନଙ୍କ ସହିତ ଆଲୋଚନ କରି ପଦକ୍ଷେପ ନେବି ବୋଲି ତ୍ରିପାଠୀ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାରୁ ପୁରାତନ ମଧ୍ୟପ୍ରସ୍ତର ଯୁଗୀୟ ମାନବ ସଭ୍ୟତା ଠାବ

ସୁନ୍ଦରଗଡ, ୭ା୪(ଜୟ ନାରାୟଣ ମେଣ୍ଡୁଳି):ଓଡ଼ିଶାର ଦେବଗଡ଼ ଜିଲାରୁ ପ୍ରଥମ ପୁରାତନ ମଧ୍ୟ ପ୍ରସ୍ତର ଯୁଗୀୟ ମାନବ ସଭ୍ୟତାର (ପାଲେଓଲିଥିକ) ସନ୍ଧାନ ମିଳିଛି। ସୁନ୍ଦରଗଡ଼ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟ…

୫,୯୬୭ ଡାକ୍ତର ପଦ ଖାଲି, ଡିଗ୍ରୀଧାରୀଙ୍କୁ ମିଳୁନି ଚାକିରି: ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭୁବନେଶ୍ୱର/କଟକ, ୭।୪(ରବିନାରାୟଣ ଜେନା/ଶିଳ୍ପା ପ୍ରିୟଦର୍ଶିନୀ)ନିକଟରେ ବିଧାନସଭାର ବଜେଟ ଅଧିବେଶନ କାଳରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ପ୍ରଶ୍ନର ଉତ୍ତରରେ କହିଥିଲେ, ଡବ୍ଲ୍ୟୁଏଚ୍‌ଓ ମାନଦଣ୍ଡ ଅନୁଯାୟୀ ଆବଶ୍ୟକ ଡାକ୍ତର…

ଦିଲ୍ଲୀ ବିଧାନସଭାରେ କାର୍‌ ପୂରାଇଥିବା ବ୍ୟକ୍ତି ଗିରଫ

ନୂଆଦିଲ୍ଲୀ,୭ା୪: ଦିଲ୍ଲୀ ବିଧାନସଭା ସୁରକ୍ଷାରେ ତ୍ରୁଟି ପରିଲକ୍ଷିତ ହୋଇଛି। ସୋମବାର ଅପରାହ୍ନରେ ମାସ୍କ ପିନ୍ଧିଥିବା ଜଣେ ବ୍ୟକ୍ତି ବ୍ୟାରିକେଡ୍‌ ଏବଂ ମୁଖ୍ୟ ଫାଟକ ଅତିକ୍ରମ କରି ବିଧାନସଭା…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri